Posted inଖେଳ

କୋଲକାତାରେ ପୁରସ୍କାର ଗ୍ରହଣ କରିବେ ଦୂତୀ

ଭୁବନେଶ୍ୱର, ୨୮।୮(କ୍ରୀଡ଼ା ପ୍ରତିନିଧି)-
କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତ ବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ସମାରୋହ ରାଷ୍ଟ୍ରପତି ଭବନରେ ହେବନାହିଁ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ରାଷ୍ଟ୍ରପତି ଭବନରେ ରହି ଭର୍ଚୁଆଲ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ କ୍ରୀଡ଼ାବିତ୍‌ଙ୍କୁ ପୁରସ୍କୃତ କରିବେ। ଓଡ଼ିଶାର ଏକମାତ୍ର ଆଥଲେଟ୍‌ଭାବେ ଦୂତୀ ଅର୍ଜୁନ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। କୋଲକାତାରେ ଏକାଧିକ ଆଥଲେଟ୍‌ ପୁରସ୍କୃତ ହେବାର ଥିବାରୁ ଦୂତୀଙ୍କୁ ସେଠାକୁ ଯାଇ ପୁରସ୍କାର ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି। ତେଣୁ ଦୂତୀ ଗୁରୁବାର କୋଲକାତାରେ ପହଞ୍ଚତ୍ଛନ୍ତି। ଅଗଷ୍ଟ ୨୯ ପୂର୍ବରୁ ପୁରସ୍କାର ଗ୍ରହଣ ସମ୍ପର୍କିତ ରିହର୍ସାଲ କୋଲକାତାରେ ଅନୁଷ୍ଠିତ ହେବ। ଏଥିରେ ଭର୍ଚୁଆଲ କାର୍ଯ୍ୟକ୍ରମରେ କିପରି ପୁରସ୍କାର ପ୍ରଦାନ କରାଯିବ ସେ ସମ୍ପର୍କରେ ଅବଗତ କରାଯିବ। କୋଲକାତା ଯାତ୍ରା ସମୟର ଏକ ଫଟୋ ଦୂତୀ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ତେବେ ବ୍ୟକ୍ତିଗତଭାବେ ସେ କାହାଠାରୁ ପୁରସ୍କାର ଗ୍ରହଣ କରିବେ ସେ ସମ୍ପର୍କରେ ଜାଣିନାହାନ୍ତି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?