ପୁଣି ଜୀବନ ନେଲା ଆମ୍ବୁଲାନ୍ସ

ରସୁଲପୁର,୨୨ା୩: ବିଷ ପିଇଥିବା ଜଣେ ଯୁବକଙ୍କୁ ବୁର୍ଲା ମେଡିକାଲରୁ କଟକ ଆଣୁଥିବା ବେଳେ ଏକ ଆମ୍ବୁଲାନ୍ସ ରବିବାର ସକାଳେ ୫୫ନମ୍ବର ଜାତୀୟ ରାଜପଥ ଅନୁଗୋଳ ଜିଲା ଜରପଡ଼ା ବସ୍‌ଷ୍ଟାଣ୍ଡ ନିକଟରେ ଗ୍ୟାସ ବୋଝେଇ ଟ୍ରକ ସହ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏହି ଘଟଣାରେ ୪ଜଣଙ୍କ ମୃତ୍ୟୁ ଘଟିଥିଲା। ଘଟଣାର ଦିନକ ପରେ ପୁଣି ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ୧୬ନଂ.ଜାତୀୟ ରାଜପଥର କୁଆଖିଆ ବଜାର ଓଭର ବ୍ରିଜ୍‌ ଉପରେ ସୋମବାର ଅପରାହ୍ନରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇ ୨ଜଣଙ୍କ ମୃତ୍ୟୁ ଘଟିଛି। ସାଇଶିବମ୍‌ ନାମକ ଏକ ଆମ୍ବୁଲାନ୍ସ(ନଂ.ଓଡି-୧୪ଏ-୫୫୮୮) ଭାରସାମ୍ୟ ହରାଇ ଏକ ଲୁହାପଥର ବୋଝେଇ ଟ୍ରକ୍‌ ପଛକୁ ଧକ୍କା ଦେଇଥିଲା। ଏଥିରେ ଆମ୍ବୁଲାନ୍ସ ଚାଳକ ଭୁବନେଶ୍ୱରର ମାନସ ରଞ୍ଜନ ସିଂଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମୃତକଙ୍କ ପରିଚୟ ଜଣାପଡିନାହିଁ। ଆମ୍ବୁଲାନ୍ସଟି ରୋଗୀ ଛାଡି ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିବା ବେଳେ ଏହି ଦୁଃଖଦ ଘଟଣା ଘଟିଛି। ଆହତଦ୍ୱୟଙ୍କୁ ରସୁଲପୁର ଅଗ୍ନିଶମ କର୍ମଚାରୀ ଉଦ୍ଧାର କରି ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। କୁଆଖିଆ ଥାନା ଅଧିକାରୀ ମନୋଜ କୁମାର ସ୍ବାଇଁ ଆମ୍ବୁଲାନ୍ସକୁ ଜବତ କରି ତଦନ୍ତ ଜାରି ରଖିଛନ୍ତି। ଲୁହାପଥର ବୋଝେଇ ଟ୍ରକ୍‌ଟି ଘଟଣା ସ୍ଥଳରୁ ଫେରାର ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri