ଭୁବନେଶ୍ୱର,୯।୧୦(ବ୍ୟୁରୋ):ରାଜ୍ୟ ସରକାର ଶୁକ୍ରବାର ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା (ଜିଆଇଏସ୍) ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪,୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ୍ ପେ’ ପାଉଥିବା କର୍ମଚାରୀଙ୍କୁ ଜିଆଇଏସ୍ ବାବଦରେ ୭,୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ଏହାକୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ୫,୪୦୦ ଓ ତଦୂର୍ଦ୍ଧ୍ୱ ଗ୍ରେଡ୍ ପେ’ ପାଉଥିବା କର୍ମଚାରୀଙ୍କ ଜିଆଇଏସ୍ ବାବଦ ଦେୟକୁ ୧୨ ହଜାରରୁ ୩୦ ହଜାର ଟଙ୍କାକୁ ବଢ଼ାଯାଇଛି। କର୍ମଚାରୀଙ୍କ ପାଇଁ ଜିଆଇଏସ୍ ଏକ ସାମାଜିକ ସୁରକ୍ଷା ଯୋଜନା। ଚାକିରି କାଳ ମଧ୍ୟରେ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ। ୪,୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ୍ ପେ’ ପାଉଥିବା କର୍ମଚାରୀଙ୍କ ମୃତ୍ୟୁରେ ପରିବାରକୁ ୧.୫ ଲକ୍ଷ ଟଙ୍କା, ୫,୪୦୦ ଟଙ୍କା ବା ତା’ଠାରୁ ଅଧିକ ଟଙ୍କାର ଗ୍ରେଡ ପେ’ ପାଉଥିବା କର୍ମଚାରୀଙ୍କ ମୃତ୍ୟୁରେ ୨.୫ ଲକ୍ଷ ଟଙ୍କା ସହାୟତା ମିଳୁଥିଲା। ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪,୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ୍ ପେ’ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫,୪୦୦ ବା ତା’ଠାରୁ ଅଧିକ ଗ୍ରେଡ୍ ପେ’ ପାଉଥିବା କର୍ମଚାରୀଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ସେହିପରି ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଜିଆଇଏସ୍ ଦେୟ ପୂର୍ବପରି ୧୦ଟି କିସ୍ତିରେ କର୍ମଚାରୀଙ୍କ ଦରମାରୁ ନିଆଯିବ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

