୧୨ଜିଲାର କେନ୍ଦୁପତ୍ର ତୋଳାଳିଙ୍କୁ ମିଳିଲା ସହାୟତା ରାଶି

ଭୁବନେଶ୍ବର,୨୮ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ରବିବାର କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ କର୍ମଚାରୀମାନେ ସହାୟତା ରାଶି ପାଇଛନ୍ତି। ମଧ୍ୟବର୍ତ୍ତିକାଳୀନ ସହାୟତା ଭାବେ ତୋଳାଳି ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ୧୫୦୦ଟଙ୍କା ଲେଖା ମିଳିଛି। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ରାଶି ବଣ୍ଟନ କରିଛନ୍ତି। ହିତାଧିକାରୀଙ୍କ ଖାତାକୁ ୪୩ କୋଟି ଟଙ୍କା ଦିଆଯାଇଛି। ଡିବିଟି ଜରିଆରେ ଏହି ସହାୟତା ରାଶି ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହୋଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗରିବ ଲୋକଙ୍କ ଖୁସି ହିଁ ତାଙ୍କୁ ସବୁଠାରୁ ଅଧିକ ଦେଇଥାଏ। ଗରିବ ଲୋକଙ୍କ ସହ ସବୁବେଳେ ରହିଛନ୍ତି ଏବଂ ସେମାନଙ୍କ କଲ୍ୟାଣ ପାଇଁ ତାଙ୍କ ଉଦ୍ୟମ ଜାରି ରହିବ। ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ଼ ଜିଲାର ତୋଳାଳି ଓ ଅନ୍ୟ କେନ୍ଦୁପତ୍ର କର୍ମଚାରୀମାନଙ୍କୁ ଏହିସବୁ ସହାୟତା ରାଶି ମିଳିବ। କେନ୍ଦୁପତ୍ର ହେଉଛି ଗରିବ ଲୋକର ଦାନାପାଣିର କଥା। ତେଣୁ ତା’ ଉପରେ ୧୮% ଜିଏସ୍‌ଟିକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ଏହି ଅବସରରେ କେନ୍ଦ୍ର ନିକଟରେ ଦାବି କରିଛି। ପ୍ରଥମ ପର୍ଯ୍ୟାୟରେ ସୋମବାର ନୂଆପଡ଼ା, କଳାହାଣ୍ଡି କୋରାପୁଟ, ନବରଙ୍ଗପୁର, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ଦେବଗଡ଼ ଓ ବଲାଙ୍ଗୀର ଆଦି ୧୨ ଜିଲାର ୧୭ ଡିଭିଜନ ଭିତରେ ଆସୁଥିବା ହିତାଧିକାରୀମାନଙ୍କୁ ସହାୟତା ରାଶି ବଣ୍ଟନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ପ୍ରଦୀପ ଅମାତ କେନ୍ଦୁପତ୍ର ତୋଳାଳି ଏବଂ କର୍ମଚାରୀଙ୍କ କଲ୍ୟାଣ ପାଇଁ ସରକାରଙ୍କ ପଦକ୍ଷେପ ଉପରେ ଆଲୋକପାତ କରିଛନ୍ତି। ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ମୋନା ଶର୍ମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଜଙ୍ଗଲ ପରିବେଶ ବିଭାଗ ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ହିତାଧିକାରୀ ଶାନ୍ତନୁ କୁମାର ଭୋଇ, ଝାରସୁଗୁଡ଼ାର ପୁଷ୍ପଲତା ଭଇଁଷା ଓ ନୂଆପଡ଼ାର ଈଶ୍ୱର ଶବରଙ୍କ ସହ ସହାୟତା ବିଷୟରେ ଆଲୋଚନା କରିଛନ୍ତି। ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଧନ୍ୟବାଦ ଜଣାଇଛନ୍ତି। ପିସିସିଏଫ୍‌ ମଧ୍ୟ ଧନ୍ୟବାଦ ଅର୍ପଣ କରିଛନ୍ତି। ତେବେ ଗତ ୨୩ ନଭେମ୍ବରରେ ମୁଖ୍ୟମନ୍ତ୍ରୀ ଏ ସହାୟତା ରାଶି ପ୍ରଦାନ ନେଇ ଘୋଷଣା କରିଥିଲେ।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶନିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଚିଠି ଲେଖି କେନ୍ଦୁପତ୍ର ଉପରେ ଲାଗୁଥିବା ୧୮ ପ୍ରତିଶତ ଜିଏସ୍‌ଟି ଛାଡ଼ କରିବାକୁ ସେ ଅନୁରୋଧ କରିଛନ୍ତି। ଜିଏସ୍‌ଟି ଲାଗୁ ହେବା ଯୋଗୁ ଗରିବ ଲୋକଙ୍କ ଜୀବନ ଜୀବିକା ଉପରେ ପ୍ରଭାବ ପକାଉଥିବା ସେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri