ସ୍ବର୍ଗଦ୍ୱାରର ହରିଶ୍ଚନ୍ଦ୍ର ସହାୟତା ରାଶି ୪ହଜାରକୁ ବୃଦ୍ଧି

ପୁରୀ,୨।୮(ଅଜିତ ମହାନ୍ତି):  ସ୍ବର୍ଗଦ୍ୱାରକୁ ଦାହ ସଂସ୍କାର ପାଇଁ ଆସୁଥିବା ବ୍ୟକ୍ତି ବିଶେଷମାନଙ୍କୁ ଶୋଷଣମୁକ୍ତ କରିବା ପାଇଁ ସ୍ବର୍ଗଦ୍ୱାର ସେବା ସମିତି ତରଫରୁ ବିଭିନ୍ନ ପ୍ରକାର ସେବାର ବ୍ୟବସ୍ଥା କରାଯାଇଛି। ଇତି ମଧ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେକ୍ରମେ ହରିଶ୍ଚନ୍ଦ୍ର ଯୋଜନା ରାଶିକୁ ୩ହଜାରରୁ ୪ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଯାହା ସୋମବାର ମଧ୍ୟ ରାତ୍ରରୁ ଲାଗୁ ହୋଇଛି। ଏହାସହିତ ସ୍ବର୍ଗଦ୍ୱାର ସେବା କେନ୍ଦ୍ରରୁ ସେବା ନେଇଥିବା ବ୍ୟକ୍ତିମାନଙ୍କ ରେଜିଷ୍ଟର ମୋବାଇଲ ନମ୍ବରକୁ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ବାର୍ତ୍ତା ପଠାଇବା କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। ଫଳରେ ଯଦି କେହି ତାଙ୍କ ରସିଦ ହଜାଇ ଦେଇଥାନ୍ତି, ତେବେ ରେଜିଷ୍ଟ୍ରେଶନ ନମ୍ବର ଦେଖାଇ ପୁଣି ସହଜରେ ଡୁପ୍ଲିକେଟ ରସିଦ ପାଇପାରିବେ। ସେହିପରି ପୂର୍ବରୁ ହରିଶ୍ଚନ୍ଦ୍ର ସହାୟତା ପାଉଥିବା ବ୍ୟକ୍ତି ବିଶେଷ ଦାହ କାର୍ଯ୍ୟ ପାଇଁ ଦେଢ଼ କୁଇଣ୍ଟାଲ କାଠ ପାଉଥିବା ବେଳେ ଏବେ ଏହାକୁ ବୃଦ୍ଧି କରି କୁଇଣ୍ଟାଲ ୮୦କେଜି କରାଯାଇଛି। ସେହିପରି ପଥ ଶ୍ରାଦ୍ଧ ସାମଗ୍ରୀ ମଧ୍ୟ ହରିଶ୍ଚନ୍ଦ୍ର ସହାୟତା ରାଶିରେ ଅନ୍ତର୍ଭୁକ୍ତ କରାଯାଇଛି। ସଂସ୍କାର ସାମଗ୍ରୀରେ ଘିଅ ପରିମାଣ ବୃଦ୍ଧି କରି ୨୦୦ରୁ ୩୦୦ଗ୍ରାମ କରାଯାଇଛି। ଶବ ସଂସ୍କାର କରିବାକୁ ଆସୁଥିବା ବ୍ୟକ୍ତି ବିଶେଷ କାଠ ବୋହି କି ନେବା ପାଇଁ ପୂର୍ବରୁ କେବଳ ଟ୍ରଳି ବ୍ୟବସ୍ଥା ଥିଲା,ଏହି ବ୍ୟବସ୍ଥାରେ ସୁଧାର ଆଣି କାଠ ବୋହିବା ପାଇଁ ୭ଜଣ ପରିବହନ ସେବକ ମୁତୟନ କରାଯାଇଛି। ଫଳରେ ମୃତ ବ୍ୟକ୍ତି ଦାହ ସଂସ୍କାର ସ୍ଥାନକୁ ଏହି ସେବକମାନେ ଟ୍ରଲି ସାହାଯ୍ୟରେ କାଠ ବୋହି କି ନେଇପାରିବେ। ସେହିପରି ଦାହ ସଂସ୍କାର କରୁଥିବା ସେବକମାନଙ୍କୁ ବୀମା ଅନ୍ତର୍ଭୁକ୍ତ କରିବା ସହିତ ସେମାନଙ୍କୁ ବିବାହ ଓ ମୃତ୍ୟୁକାଳୀନ ସହାୟତା ରାଶି ପ୍ରଦାନ ପାଇଁ ବ୍ୟବସ୍ଥା ଆରମ୍ଭ ହୋଇଛି ବୋଲି ସ୍ବର୍ଗଦ୍ୱାର ସେବା ସମିତି ଆବାହକ ସମ୍ପାଦକ ତଥା ଉପଜିଲାପାଳ ଭବତାରଣ ସାହୁ ସୂଚନା ପ୍ରଦାନ କରିଛନ୍ତି। ଜିଲାପାଳ ସମର୍ଥ ବର୍ମାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍ବର୍ଗଦ୍ୱାର ସଂସ୍କାର କାର୍ଯ୍ୟ ଜାରି ରହିଥିବାବେଳେ ଏହାର ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସ୍ବର୍ଗଦ୍ୱାର ସେବା ସମିତି ତରଫରୁ ପ୍ରତ୍ୟେକ ଦିନ କିଛି ନା କିଛି ନୂତନ ବ୍ୟବସ୍ଥା ଲାଗୁ କରାଯାଉଛି। ଖୁବ୍‌ଶୀଘ୍ର ସ୍ବର୍ଗଦ୍ୱାର ସେବା ସମିତି ତରଫରୁ ଆପ୍‌ ଓ ୱେବ୍‌ସାଇଟ ଲଞ୍ଚ ପାଇଁ ମଧ୍ୟ ବ୍ୟବସ୍ଥା ହେଉଛି ବୋଲି ସେବା ସମିତି କାର୍ଯ୍ୟକାରୀ ସଦସ୍ୟ ସିଦ୍ଧାର୍ଥ ରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri