ସ୍ବର୍ଗଦ୍ୱାରର ହରିଶ୍ଚନ୍ଦ୍ର ସହାୟତା ରାଶି ୪ହଜାରକୁ ବୃଦ୍ଧି

ପୁରୀ,୨।୮(ଅଜିତ ମହାନ୍ତି):  ସ୍ବର୍ଗଦ୍ୱାରକୁ ଦାହ ସଂସ୍କାର ପାଇଁ ଆସୁଥିବା ବ୍ୟକ୍ତି ବିଶେଷମାନଙ୍କୁ ଶୋଷଣମୁକ୍ତ କରିବା ପାଇଁ ସ୍ବର୍ଗଦ୍ୱାର ସେବା ସମିତି ତରଫରୁ ବିଭିନ୍ନ ପ୍ରକାର ସେବାର ବ୍ୟବସ୍ଥା କରାଯାଇଛି। ଇତି ମଧ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେକ୍ରମେ ହରିଶ୍ଚନ୍ଦ୍ର ଯୋଜନା ରାଶିକୁ ୩ହଜାରରୁ ୪ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଯାହା ସୋମବାର ମଧ୍ୟ ରାତ୍ରରୁ ଲାଗୁ ହୋଇଛି। ଏହାସହିତ ସ୍ବର୍ଗଦ୍ୱାର ସେବା କେନ୍ଦ୍ରରୁ ସେବା ନେଇଥିବା ବ୍ୟକ୍ତିମାନଙ୍କ ରେଜିଷ୍ଟର ମୋବାଇଲ ନମ୍ବରକୁ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ବାର୍ତ୍ତା ପଠାଇବା କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। ଫଳରେ ଯଦି କେହି ତାଙ୍କ ରସିଦ ହଜାଇ ଦେଇଥାନ୍ତି, ତେବେ ରେଜିଷ୍ଟ୍ରେଶନ ନମ୍ବର ଦେଖାଇ ପୁଣି ସହଜରେ ଡୁପ୍ଲିକେଟ ରସିଦ ପାଇପାରିବେ। ସେହିପରି ପୂର୍ବରୁ ହରିଶ୍ଚନ୍ଦ୍ର ସହାୟତା ପାଉଥିବା ବ୍ୟକ୍ତି ବିଶେଷ ଦାହ କାର୍ଯ୍ୟ ପାଇଁ ଦେଢ଼ କୁଇଣ୍ଟାଲ କାଠ ପାଉଥିବା ବେଳେ ଏବେ ଏହାକୁ ବୃଦ୍ଧି କରି କୁଇଣ୍ଟାଲ ୮୦କେଜି କରାଯାଇଛି। ସେହିପରି ପଥ ଶ୍ରାଦ୍ଧ ସାମଗ୍ରୀ ମଧ୍ୟ ହରିଶ୍ଚନ୍ଦ୍ର ସହାୟତା ରାଶିରେ ଅନ୍ତର୍ଭୁକ୍ତ କରାଯାଇଛି। ସଂସ୍କାର ସାମଗ୍ରୀରେ ଘିଅ ପରିମାଣ ବୃଦ୍ଧି କରି ୨୦୦ରୁ ୩୦୦ଗ୍ରାମ କରାଯାଇଛି। ଶବ ସଂସ୍କାର କରିବାକୁ ଆସୁଥିବା ବ୍ୟକ୍ତି ବିଶେଷ କାଠ ବୋହି କି ନେବା ପାଇଁ ପୂର୍ବରୁ କେବଳ ଟ୍ରଳି ବ୍ୟବସ୍ଥା ଥିଲା,ଏହି ବ୍ୟବସ୍ଥାରେ ସୁଧାର ଆଣି କାଠ ବୋହିବା ପାଇଁ ୭ଜଣ ପରିବହନ ସେବକ ମୁତୟନ କରାଯାଇଛି। ଫଳରେ ମୃତ ବ୍ୟକ୍ତି ଦାହ ସଂସ୍କାର ସ୍ଥାନକୁ ଏହି ସେବକମାନେ ଟ୍ରଲି ସାହାଯ୍ୟରେ କାଠ ବୋହି କି ନେଇପାରିବେ। ସେହିପରି ଦାହ ସଂସ୍କାର କରୁଥିବା ସେବକମାନଙ୍କୁ ବୀମା ଅନ୍ତର୍ଭୁକ୍ତ କରିବା ସହିତ ସେମାନଙ୍କୁ ବିବାହ ଓ ମୃତ୍ୟୁକାଳୀନ ସହାୟତା ରାଶି ପ୍ରଦାନ ପାଇଁ ବ୍ୟବସ୍ଥା ଆରମ୍ଭ ହୋଇଛି ବୋଲି ସ୍ବର୍ଗଦ୍ୱାର ସେବା ସମିତି ଆବାହକ ସମ୍ପାଦକ ତଥା ଉପଜିଲାପାଳ ଭବତାରଣ ସାହୁ ସୂଚନା ପ୍ରଦାନ କରିଛନ୍ତି। ଜିଲାପାଳ ସମର୍ଥ ବର୍ମାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍ବର୍ଗଦ୍ୱାର ସଂସ୍କାର କାର୍ଯ୍ୟ ଜାରି ରହିଥିବାବେଳେ ଏହାର ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସ୍ବର୍ଗଦ୍ୱାର ସେବା ସମିତି ତରଫରୁ ପ୍ରତ୍ୟେକ ଦିନ କିଛି ନା କିଛି ନୂତନ ବ୍ୟବସ୍ଥା ଲାଗୁ କରାଯାଉଛି। ଖୁବ୍‌ଶୀଘ୍ର ସ୍ବର୍ଗଦ୍ୱାର ସେବା ସମିତି ତରଫରୁ ଆପ୍‌ ଓ ୱେବ୍‌ସାଇଟ ଲଞ୍ଚ ପାଇଁ ମଧ୍ୟ ବ୍ୟବସ୍ଥା ହେଉଛି ବୋଲି ସେବା ସମିତି କାର୍ଯ୍ୟକାରୀ ସଦସ୍ୟ ସିଦ୍ଧାର୍ଥ ରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri