ବଢ଼ିଲା ଆଇନଜୀବୀଙ୍କ ସହାୟତା ରାଶି

ଭୁବନେଶ୍ୱର, ୪ା୪ (ବ୍ୟୁରୋ): ଭୁବନେଶ୍ୱର, ୩।୪(ବ୍ୟୁରୋ)- ଆଇନ୍‌ଜୀବୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଅଧିବକ୍ତା କଲ୍ୟାଣ ପାଣ୍ଠି ୧୯୮୭ର ସଂଶୋଧନ କରିଛନ୍ତି। ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଓଡ଼ିଶା ଅଧିବକ୍ତା କଲ୍ୟାଣ ପାଣ୍ଠି (ସଂଶୋଧନ) ବିଲ୍‌-୨୦୨୧ ଶନିବାର ବିଧାନସଭାରେ ଗୃହୀତ ହୋଇଛି। ଏଣିକି ଅତିକମ୍‌ରେ ୫ବର୍ଷ ଓକିଲାତି କରିଥିବା ଆଇନ୍‌ଜୀବୀଙ୍କୁ ସର୍ବନିମ୍ନ ୭୫ ହଜାର ଟଙ୍କା ଏବଂ ୩୦ ବର୍ଷ ଓକିଲାତି କରିଥିବା ଆଇନଜୀବୀଙ୍କୁ ସର୍ବାଧିକ ୪ଲକ୍ଷ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। ପ୍ରଚଳିତ ହାରଠାରୁ ୧.୬୭ ହାରରେ ଏହି ଆର୍ଥିକ ସହାୟତା ରାଶି ବୃଦ୍ଧି କରାଯାଇଛି।

ରାଜ୍ୟରେ ଆଇନର ଶାସନକୁ ସୁନିଶ୍ଚିତ କରିବା ଦିଗରେ ସେମାନେ ସର୍ବଦା କାର୍ଯ୍ୟରତ ଥାଆନ୍ତି। ଓକିଲାତିକୁ ପେସା ଭାବେ ଗ୍ରହଣ କରିଥିବାରୁ ସେମାନଙ୍କ ମହକିଲଙ୍କଠାରୁ ଯେଉଁ ଫିସ୍‌ ପାଇଥାଆନ୍ତି। ସେଥିରେ ନିଜର ପରିବାର ପ୍ରତିପୋଷଣ କରିଥାଆନ୍ତି। ଚାକିରି କରିଥିବା ବ୍ୟକ୍ତି ଯେମିତି ନିର୍ଦ୍ଦିଷ୍ଟ ଦରମା ପାଇଥାଆନ୍ତି ସେମାନଙ୍କ କୌଣସି ନିର୍ଦ୍ଦିଷ୍ଟ ଆୟ ଓ ପେନ୍‌ସନ ନ ଥାଏ। ଏହାକୁ ଦୃଷ୍ଟିରେ ରଖି ଆଇନ୍‌ଜୀବୀଙ୍କ କଲ୍ୟାଣ ନିମନ୍ତେ ଅଧିବକ୍ତା କଲ୍ୟାଣ ପାଣ୍ଠି ଅଧିନିୟମ ୧୯୮୭ ପ୍ରଣୟନ କରାଯାଇଥିଲା। ୨୦୧୩ରେ ଏହି ଅଧିନିୟମରେ ସଂଶୋଧନ କରାଯାଇ ମୃତ୍ୟୁକାଳୀନ ଓ ଅବସରକାଳୀନ ସୁବିଧା ବାବଦକୁ ପ୍ରଦାନ କରାଯାଇଥିବା ଅର୍ଥ ପରିମାଣକୁ ବୃଦ୍ଧି କରାଯାଇଥିଲା। ଏଥିରେ ସର୍ବନିମ୍ନ ୫ ବର୍ଷ ଓକିଲାତି କରିଥିବା ଆଇନ୍‌ଜୀବୀଙ୍କୁ ୪୫ ହଜାର ଟଙ୍କାରୁ ୩୦ ବର୍ଷ ଓକିଲାତି ପାଇଁ ସର୍ବାଧିକ ୨ ଲକ୍ଷ ୭୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବାକୁ ସ୍ଥିର ହୋଇଥିଲା। ବର୍ତ୍ତମାନର ସ୍ଥିତିକୁ ଦେଖି ଏବେ ଏହାକୁ ଆଉ ଥରେ ସଂଶୋଧନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri