୧୭ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୧୪।୬(ଅସମାପିକା ସାହୁ) – ପଶ୍ଚିମ ଓଡ଼ିଶାରେ ଏବେ ତାପମାତ୍ରା ଅଧିକ ରହୁଥିବା ବେଳେ ଉପକୂଳରେ ଗୁଳୁଗୁଳି ଅସହ୍ୟ ହେଉଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଲାଗି ରହିବ। କିନ୍ତୁ ୧୭ ତାରିଖରୁ ବର୍ଷା ପରିମାଣ ବଢ଼ିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୧୭ ତାରିଖ ଯାଏ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗୁଳୁଗୁଳି ଲାଗି ରହିବ। ଏଥିପାଇଁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। କିନ୍ତୁ ଆଗାମୀ ୫ଦିନ ଯାଏ କାଳବୈଶାଖୀ ବର୍ଷା ବିଭିନ୍ନ ସ୍ଥାନରେ ରହିବ। ତେବେ ୧୭ରେ ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ୧୮ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେପଟେ ଶୁକ୍ରବାର ଉପକୂଳରେ ପ୍ରାକ୍‌ ମୌସୁମୀ ବର୍ଷା ଲାଗି ରହିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି, କୋରାପୁଟରେ ପ୍ରବେଶ କରିଥିଲେ ମଧ୍ୟ ଆଗକୁ ଅଗ୍ରସର ହେଉନାହିଁ। ଏବେ ପାଗ ଅନୁକୂଳ ଅଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ମୌସୁମୀ ଅନ୍ୟ ଅଞ୍ଚଳକୁ ଅଗ୍ରସର ହୋଇପାରେ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଶୁକ୍ରବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri