ରାଜ୍ୟପାଳଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି: ଆନ୍ଧ୍ରପ୍ରଦେଶ ବିଏଡ୍‌ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର,୧୭ା୯(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶରେ ବିଏଡ୍‌ ଶିକ୍ଷା କରୁଥିବା ଓଡ଼ିଶାର ୩୦ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପରୀକ୍ଷାକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛନ୍ତି ସେଠାକାର ସରକାର। ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ହସ୍ତକ୍ଷେପ ପରେ ଆସନ୍ତା ଅକ୍ଟୋବରରେ ହେବାକୁ ଥିବା ବିଏଡ୍‌ ପରୀକ୍ଷାକୁ ନଭେମ୍ବର ମାସକୁ ଘୁଞ୍ଚାଇ ଦିଆଯାଇଛି। ମିଳିଥିବା ସୂଚନା ମୁତାବକ, ଆନ୍ଧ୍ରପ୍ରଦେଶ ବିଏଡ୍‌ ପରୀକ୍ଷାକୁ ଫିଜିକାଲ ପରିବର୍ତ୍ତେ ଅନ୍‌ଲାଇନରେ କରିବା ପାଇଁ ଓଡ଼ିଶା ଏଜୁକେଶନ କନସଲ୍‌ଟାନ୍ସି ଫୋରମ(ଓଇସିଏଫ) ରାଜ୍ୟପାଳଙ୍କୁ ନିବେଦନ କରିଥିଲା। ବର୍ତ୍ତମାନ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାରେ ସଂକ୍ରମଣ ଦ୍ରୁତ ବୃଦ୍ଧି ପାଉଛି ଏବଂ ଓଡ଼ିଶାରେ ବନ୍ୟା କାରଣରୁ ଛାତ୍ରୀଛାତ୍ର ଓ ଅଭିଭାବକ ଦୟନୀୟ ସ୍ଥିତିରେ ଅଛନ୍ତି। ଏହି ସମୟରେ ଓଡ଼ିଶାରୁ ଛାତ୍ରୀଛାତ୍ରମାନେ ଆନ୍ଧ୍ରପ୍ରଦେଶକୁ ପରୀକ୍ଷା ଦେବା ଲାଗି ଗଲେ ସେମାନଙ୍କ ଗମନାଗମନ, ରହଣି, ସ୍ବାସ୍ଥ୍ୟଯତ୍ନ ଓ ଉପଯୁକ୍ତ ସାନିଟାଇଜେଶନରେ ଗୁୁରୁତର ଅସୁବିଧା ଦେଖାଦେବାର ସମ୍ଭାବନା ରହିଛି। ଏପରିକି ସେମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହେବାର ଆଶଙ୍କା ରହିଛି। ଏନେଇ ଫୋରମ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏହାପରେ ରାଜ୍ୟପାଳ ହରିଚନ୍ଦନ ବୁଧବାର ଆନ୍ଧ୍ରପ୍ରଦେଶ ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଅଧ୍ୟକ୍ଷ ଏବଂ ନାଗାର୍ଜୁନ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ଡକାଇ ବିଚାର ବିମର୍ଶ କରିଥିଲେ। ଉକ୍ତ ଆଲୋଚନାରୁ ଜଣାପଡ଼ିଛି ଯେ, ଅକ୍ଟୋବରରେ ହେବାକୁ ଥିବା ବିଏଡ୍‌ର ଦ୍ୱିତୀୟ ଏବଂ ଚତୁର୍ଥ ସେମିଷ୍ଟର ପରୀକ୍ଷାକୁ ଫିଜିକାଲ୍‌ ନ କରାଇ ଅନ୍‌ଲାଇନ୍‌ରେ ପରୀକ୍ଷା କରାଇଲେ ପରୀକ୍ଷାରେ ସ୍ବଚ୍ଛତା ରହିବନି। ଏହାଛଡ଼ା ବନ୍ୟାବିପନ୍ନ ଅଞ୍ଚଳରେ ପରୀକ୍ଷାର୍ଥୀମାନେ ନେଟ୍‌ୱର୍କ ସମସ୍ୟାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ତେଣୁ ଉକ୍ତ ପରୀକ୍ଷାକୁ ଆପାତତଃ ନଭେମ୍ବର ମାସକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ହୋଇଛି। ଏତଦ୍‌ବ୍ୟତୀତ ଏହି ପରୀକ୍ଷା ଓଡ଼ିଶାର ନିକଟବର୍ତ୍ତୀ ବିଶ୍ୱବିଦ୍ୟାଳୟରେ କରାଇବା ସହିତ ଛାତ୍ରୀଛାତ୍ରଙ୍କ ପରୀକ୍ଷାକୁ ଗଠନମୂଳକ କରିବା ପାଇଁ ସହଜ ବିକଳ୍ପ ଚୟନ କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri