ନବଗଠିତ ଜିଲା ଉଦ୍‌ଘାଟନ କଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗୀ,୫ା୪(ଡି.ଏନ୍‌.ଏ.):ପଡ଼ୋଶୀ ଆନ୍ଧ୍ରପ୍ରଦେଶ ପକ୍ଷରୁ ନବଗଠିତ ୧୩ ଜିଲାକୁ ସୋମବାର ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ. ଜଗନମୋହନ ରେଡ୍ଡୀ ଉଦ୍‌ଘାଟନ କରିଛନ୍ତି। ପୂର୍ବରୁ ଆନ୍ଧ୍ର ଅଧୀନରେ ଥିବା ୧୩ଟି ଜିଲାକୁ ବିଭାଜନ କରି ୨୬ ଜିଲା କରାଯାଇଛି। ଏହାର ଉଦ୍‌ଘାଟନ ଉତ୍ସବ ୧୨ ଦିନ ଧରି ଜିଲାସ୍ତରରେ ପାଳନ କରାଯିବ ବୋଲି ରେଡ୍ଡୀ କହିଛନ୍ତି। ଅନ୍ୟପକ୍ଷରେ ଆନ୍ଧ୍ର ରାଜ୍ୟ ଅଧୀନରେ ଥିବା ପାର୍ବତୀପୁରମ ସବ୍‌ଡିଭିଜନକୁ ଜିଲାରେ ପରିଣତ କରି ପାର୍ବତୀପୁରମ୍‌ ମାନ୍ୟମ ତଥା ପଛୁଆ ଜିଲା ଭାବେ ଘୋଷଣା କରାଯାଇଛି। ଏବେ ଏହି ନୂତନ ଜିଲା ଅଧୀନରେ ଓଡ଼ିଶାର କୋଟିଆ ପଞ୍ଚାୟତକୁ ଅନ୍ତର୍ଭୁକ୍ତ କରାଯାଇଛି। ଉକ୍ତ ପଞ୍ଚାୟତ ପ୍ରତି ଆଗାମୀ ଦିନରେ ଜିଲା ପ୍ରଶାସନର କିଭଳି ଆଭିମୁଖ୍ୟ ରହିବ ସେନେଇ ସମସ୍ତଙ୍କ ନଜର ରହିଛି।
ଆନ୍ଧ୍ର କୋଟିଆ ପଞ୍ଚାୟତର ତଳଗଞ୍ଜେଇପଦର, ଫଗୁଣସିନେରି ଓ ଫାଟୁସିନେରି ଗ୍ରାମକୁ ନେଇ ନିଜ ରାଜ୍ୟର ପଞ୍ଚାୟତ ଭାବେ ନାମିତ କରିଛି। ଏଥିରେ ଆମ ପଞ୍ଚାୟତବାସୀ ନୂତନ ଜିଲା ପ୍ରଶାସନଠାରୁ ସବୁ କ୍ଷେତ୍ରରେ ଉପକୃତ ହେବେ ବୋଲି ୩ ପଞ୍ଚାୟତର ଆନ୍ଧ୍ର ସରପଞ୍ଚମାନେ କହିଛନ୍ତି। ନୂତନ ଜିଲା ପ୍ରଶାସନ ଯେକୌଣସି ସମୟରେ ଆମ ନିକଟରେ ପହଞ୍ଚତ୍ପାରିବ ବୋଲି ସେମାନେ କହିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପାମୁଲା ପୁଷ୍ପାଶ୍ରୀଭାନି ଏବଂ ସ୍ଥାନୀୟ ବିଧାୟକ ଆଲାଜାଙ୍ଗି ଜଗାରାଓ ନୂତନ ଟ୍ରେଜେରି କାର୍ଯ୍ୟାଳୟ ମଧ୍ୟ ଉଦ୍‌ଘାଟନ କରିଥିଲେ। ଅନ୍ୟପକ୍ଷରେ ନୂତନ ପାର୍ବତୀପୁରମ ମାନ୍ୟମ ଜିଲା ପ୍ରଶାସନର ଓଡ଼ିଶାର କୋଟିଆ ପଞ୍ଚାୟତ ଉପରେ କୌଣସି ପ୍ରଭାବ ରହିବ ନାହିଁ ବୋଲି ପଟ୍ଟାଙ୍ଗୀ ବିଡିଓ ସୌମ୍ୟ ସାର୍ଥକ ମିଶ୍ର କହିଛନ୍ତି। କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ଉନ୍ନୟନମୂଳକ କାର୍ଯ୍ୟ ଯେପରି ଚାଲିଥିଲା ତାହା ଆଗକୁ ମଧ୍ୟ ଜାରି ରହିବ। ସୀମାନ୍ତବାସୀଙ୍କ ପାଖରେ ସମସ୍ତ ସରକାରୀ ଯୋଜନା ପହଞ୍ଚାଇବା ଲାଗି ସବୁବେଳେ ଚେଷ୍ଟା ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri