ଆଜି ଓଡ଼ିଶା ଆସୁଛନ୍ତି ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାରେ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ଆଲୋଚନା ମାଧ୍ୟମରେ ୨ ରାଜ୍ୟ ମଧ୍ୟରେ ଥିବା ସୀମା, ଭାଷା ଓ ଜଳ ବିବାଦର ଆପୋସ ସମାଧାନର ବାଟ ବାହାରିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି। ତେବେ ଆଲୋଚନା ସମୟରେ କୋଟିଆ ପ୍ରସଙ୍ଗକୁ ମୁଖ୍ୟମନ୍ତ୍ରୀ ଉପସ୍ଥାପନ କରନ୍ତୁ ବୋଲି ବିଭିନ୍ନ ସ୍ତରରୁ ଦାବି ଉଠିଛି।
ଧର୍ମେନ୍ଦ୍ର ସୋମବାର ଟୁଇଟ୍‌ କରି କହିଛନ୍ତି, ନବୀନଙ୍କୁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ସାକ୍ଷାତ୍‌ କରିବା କାର୍ଯ୍ୟକ୍ରମ ରହିଥିବା ଗଣମାଧ୍ୟମରୁ ଜାଣିବାକୁ ପାଇଲି। ଏହି ବୈଠକରେ ସୀମା, ଭାଷା ଓ ଜଳ ବିବାଦ ସହ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ସେହି ଦୃଷ୍ଟିରୁ ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗତ ସେପ୍ଟେମ୍ବର ୨୨ରେ ସୀମା ବିବାଦ ଏବଂ ଗତ ଅକ୍ଟୋବର ୧ରେ ଓଡ଼ିଆ ଭାଷାର ସୁରକ୍ଷା ପାଇଁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଦୁଇଥର ସେ ଚିଠି ଲେଖିଥଲେ। ପରବର୍ତ୍ତୀ ସମୟରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ସୀମା ବିବାଦ ବିଷୟରେ ଅବଗତ କରାଇଥିଲେ। ଗଣତନ୍ତ୍ରରେ ଆପୋସ ବୁଝାମଣା ଏବଂ ଆଲୋଚନା ମାଧ୍ୟମରେ ଅନେକ ବିବାଦର ସମାଧାନ ହୋଇପାରିଛି। ୨ ରାଜ୍ୟ ମଧ୍ୟରେ ସର୍ବୋଚ୍ଚ ରାଜନୈତିକ ସ୍ତରରେ ହେଉଥିବା ଆଲୋଚନା ମାଧ୍ୟମରେ ସୀମା, ଭାଷା ଓ ଜଳ ବିବାଦର ଆପୋସ ସମାଧାନର ବାଟ ବାହାରିବ ବୋଲି ଆଶା ଥିବା ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୨୨ରେ ଓଡ଼ିଶା ସୀମାବର୍ତ୍ତୀ ଜିଲା କୋରାପୁଟ ଏବଂ ଗଜପତିରେ ସୃଷ୍ଟି ହୋଇଥିବା ସୀମା ବିବାଦର ଆପୋସ ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଥିଲେ। ରାଜ୍ୟବାସୀଙ୍କ ସ୍ବାର୍ଥ ଦୃଷ୍ଟିରୁ ଆନ୍ଧ୍ର ଏବଂ ଓଡ଼ିଶା
ଆଜି ଓଡ଼ିଶା…
ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଓ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ କିମ୍ବା ଉନ୍ନୟନ କମିଶନରଙ୍କ ସ୍ତରରେ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବାକୁ ଜଗନଙ୍କୁ ପ୍ରସ୍ତାବ ଦେଇଥିଲେ। ସେହିପରି ଅକ୍ଟୋବର ପହିଲାରେ ମଧ୍ୟ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନ୍ୟ ଏକ ପୃଥକ୍‌ ଚିଠି ଲେଖି ଆନ୍ଧ୍ରପ୍ରଦେଶର ସୀମାନ୍ତବର୍ତ୍ତୀ ଗ୍ରାମଗୁଡ଼ିକରେ ଓଡ଼ିଆ ଭାଷାଭିତ୍ତିକ ଶିକ୍ଷା ସମ୍ବନ୍ଧୀୟ ସମସ୍ୟାର ସମାଧାନ ପାଇଁ ଅନୁରୋଧ କରିଥିଲେ। ବିଶେଷତଃ ଓଡ଼ିଶା-ଆନ୍ଧ୍ର ସୀମାରେ ଥିବା ଗାଁର ସଂଖ୍ୟାଲଘୁ ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିରୁ ବ୍ୟକ୍ତିଗତ ସ୍ତରରେ ହସ୍ତକ୍ଷେପ କରନ୍ତୁ ଏବଂ ତ୍ୱରିତ ପଦକ୍ଷେପ ନେଇ ଉଭୟ ରାଜ୍ୟ ମଧ୍ୟରେ ବୁଝାମଣା କରିବାକୁ ଅନୁରୋଧ କରିଥିଲେ। ଏତଦବ୍ୟତୀତ କେନ୍ଦ୍ରମନ୍ତ୍ରୀ ଅନେକ ସମୟରେ ନବୀନଙ୍କୁ ମଧ୍ୟ ଓଡ଼ିଶା ଓ ଆନ୍ଧ୍ର ସୀମା ବିବାଦର ସମାଧାନ ପାଇଁ ବ୍ୟକ୍ତିଗତ ସ୍ତରରେ ପଦକ୍ଷେପ ନେବାକୁ ସେ ବାରମ୍ବାର ଅନୁରୋଧ କରିଛନ୍ତି। ୨୦୧୮ ଏପ୍ରିଲ ୯ ରେ ମଧ୍ୟ କୋରାପୁଟ ଜିଲା ଗସ୍ତରେ ଯାଇ କୋଟିଆ ଗ୍ରାମର ଲୋକଙ୍କ ସହ ସାକ୍ଷାତ୍‌ ଆଲୋଚନା କରି ସେତେବେଳେ ରାଜ୍ୟ ସରକାରଙ୍କୁ ଆପୋସ ଆଲୋଚନା ମାଧ୍ୟମରେ ଏହି ସମସ୍ୟାର ସମାଧାନ ପାଇଁ ସେ ପରାମର୍ଶ ଦେଇଥିବା ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri