ଆଜି ଓଡ଼ିଶା ଆସୁଛନ୍ତି ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାରେ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ଆଲୋଚନା ମାଧ୍ୟମରେ ୨ ରାଜ୍ୟ ମଧ୍ୟରେ ଥିବା ସୀମା, ଭାଷା ଓ ଜଳ ବିବାଦର ଆପୋସ ସମାଧାନର ବାଟ ବାହାରିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି। ତେବେ ଆଲୋଚନା ସମୟରେ କୋଟିଆ ପ୍ରସଙ୍ଗକୁ ମୁଖ୍ୟମନ୍ତ୍ରୀ ଉପସ୍ଥାପନ କରନ୍ତୁ ବୋଲି ବିଭିନ୍ନ ସ୍ତରରୁ ଦାବି ଉଠିଛି।
ଧର୍ମେନ୍ଦ୍ର ସୋମବାର ଟୁଇଟ୍‌ କରି କହିଛନ୍ତି, ନବୀନଙ୍କୁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ସାକ୍ଷାତ୍‌ କରିବା କାର୍ଯ୍ୟକ୍ରମ ରହିଥିବା ଗଣମାଧ୍ୟମରୁ ଜାଣିବାକୁ ପାଇଲି। ଏହି ବୈଠକରେ ସୀମା, ଭାଷା ଓ ଜଳ ବିବାଦ ସହ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ସେହି ଦୃଷ୍ଟିରୁ ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗତ ସେପ୍ଟେମ୍ବର ୨୨ରେ ସୀମା ବିବାଦ ଏବଂ ଗତ ଅକ୍ଟୋବର ୧ରେ ଓଡ଼ିଆ ଭାଷାର ସୁରକ୍ଷା ପାଇଁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଦୁଇଥର ସେ ଚିଠି ଲେଖିଥଲେ। ପରବର୍ତ୍ତୀ ସମୟରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ସୀମା ବିବାଦ ବିଷୟରେ ଅବଗତ କରାଇଥିଲେ। ଗଣତନ୍ତ୍ରରେ ଆପୋସ ବୁଝାମଣା ଏବଂ ଆଲୋଚନା ମାଧ୍ୟମରେ ଅନେକ ବିବାଦର ସମାଧାନ ହୋଇପାରିଛି। ୨ ରାଜ୍ୟ ମଧ୍ୟରେ ସର୍ବୋଚ୍ଚ ରାଜନୈତିକ ସ୍ତରରେ ହେଉଥିବା ଆଲୋଚନା ମାଧ୍ୟମରେ ସୀମା, ଭାଷା ଓ ଜଳ ବିବାଦର ଆପୋସ ସମାଧାନର ବାଟ ବାହାରିବ ବୋଲି ଆଶା ଥିବା ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୨୨ରେ ଓଡ଼ିଶା ସୀମାବର୍ତ୍ତୀ ଜିଲା କୋରାପୁଟ ଏବଂ ଗଜପତିରେ ସୃଷ୍ଟି ହୋଇଥିବା ସୀମା ବିବାଦର ଆପୋସ ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଥିଲେ। ରାଜ୍ୟବାସୀଙ୍କ ସ୍ବାର୍ଥ ଦୃଷ୍ଟିରୁ ଆନ୍ଧ୍ର ଏବଂ ଓଡ଼ିଶା
ଆଜି ଓଡ଼ିଶା…
ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଓ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ କିମ୍ବା ଉନ୍ନୟନ କମିଶନରଙ୍କ ସ୍ତରରେ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବାକୁ ଜଗନଙ୍କୁ ପ୍ରସ୍ତାବ ଦେଇଥିଲେ। ସେହିପରି ଅକ୍ଟୋବର ପହିଲାରେ ମଧ୍ୟ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନ୍ୟ ଏକ ପୃଥକ୍‌ ଚିଠି ଲେଖି ଆନ୍ଧ୍ରପ୍ରଦେଶର ସୀମାନ୍ତବର୍ତ୍ତୀ ଗ୍ରାମଗୁଡ଼ିକରେ ଓଡ଼ିଆ ଭାଷାଭିତ୍ତିକ ଶିକ୍ଷା ସମ୍ବନ୍ଧୀୟ ସମସ୍ୟାର ସମାଧାନ ପାଇଁ ଅନୁରୋଧ କରିଥିଲେ। ବିଶେଷତଃ ଓଡ଼ିଶା-ଆନ୍ଧ୍ର ସୀମାରେ ଥିବା ଗାଁର ସଂଖ୍ୟାଲଘୁ ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିରୁ ବ୍ୟକ୍ତିଗତ ସ୍ତରରେ ହସ୍ତକ୍ଷେପ କରନ୍ତୁ ଏବଂ ତ୍ୱରିତ ପଦକ୍ଷେପ ନେଇ ଉଭୟ ରାଜ୍ୟ ମଧ୍ୟରେ ବୁଝାମଣା କରିବାକୁ ଅନୁରୋଧ କରିଥିଲେ। ଏତଦବ୍ୟତୀତ କେନ୍ଦ୍ରମନ୍ତ୍ରୀ ଅନେକ ସମୟରେ ନବୀନଙ୍କୁ ମଧ୍ୟ ଓଡ଼ିଶା ଓ ଆନ୍ଧ୍ର ସୀମା ବିବାଦର ସମାଧାନ ପାଇଁ ବ୍ୟକ୍ତିଗତ ସ୍ତରରେ ପଦକ୍ଷେପ ନେବାକୁ ସେ ବାରମ୍ବାର ଅନୁରୋଧ କରିଛନ୍ତି। ୨୦୧୮ ଏପ୍ରିଲ ୯ ରେ ମଧ୍ୟ କୋରାପୁଟ ଜିଲା ଗସ୍ତରେ ଯାଇ କୋଟିଆ ଗ୍ରାମର ଲୋକଙ୍କ ସହ ସାକ୍ଷାତ୍‌ ଆଲୋଚନା କରି ସେତେବେଳେ ରାଜ୍ୟ ସରକାରଙ୍କୁ ଆପୋସ ଆଲୋଚନା ମାଧ୍ୟମରେ ଏହି ସମସ୍ୟାର ସମାଧାନ ପାଇଁ ସେ ପରାମର୍ଶ ଦେଇଥିବା ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?