ଅକ୍ଟୋବର ୩୧ ଯାଏ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ୩୧ ଯାଏ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ତେବେ ଏହି ସମୟ ମଧ୍ୟରେ କର୍ମୀମାନେ ହିତାଧିକାରୀଙ୍କ ଘରକୁ ଯାଇ ଶୁଖିଲା ଖାଦ୍ୟ ବଣ୍ଟନ କରିବେ। ଅକ୍ଟୋବର ପହିଲାରୁ ଶୁଖିଲା ରାଶନ ସାମଗ୍ରୀ ବଣ୍ଟନ କରାଯାଉଛି। ୩ରୁ ୬ ବର୍ଷ ବୟସର ପ୍ରାକ୍‌ ବିଦ୍ୟାଳୟ ଶିଶୁମାନଙ୍କୁ ଅଙ୍ଗନଓ୍ବାଡି କେନ୍ଦ୍ରରେ ଦିଆଯାଉଥିବା ରନ୍ଧାଖାଦ୍ୟ ବଦଳରେ ଶୁଖିଲା ରାଶନ ସାମଗ୍ରୀ ବଣ୍ଟନ କରାଯାଇଛି। ଶୁଖିଲା ରାଶନରେ ଛତୁଆ, ବାଦାମ ଲଡୁ, ଚକି, ଅଣ୍ଡା ବଣ୍ଟନ କରାଯାଇଛି। ତେବେ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲା ପାଇଁ ହିତାଧିକାରୀମାନଙ୍କୁ ମାଣ୍ଡିଆ ଚୂନା ପ୍ୟାକେଟ୍‌ ବଣ୍ଟନ କରାଯାଇଛି। ପରିପୂରକ ପୁଷ୍ଟି ସାଧନ କାର୍ଯ୍ୟକ୍ରମରେ ଏହି ଯୋଜନା ଦ୍ୱାରା ରାଜ୍ୟର ୪୧ ଲକ୍ଷ ୨୬ ହଜାର ୫୦ ହିତାଧିକାରୀ ଉପକୃତ ହେଉଛନ୍ତି। ଯେଉଁମାନଙ୍କ ମଧ୍ୟରେ ୬ ମାସରୁ ୩ ବର୍ଷ ମଧ୍ୟରେ ୧୭ ଲକ୍ଷ ୯୩ ହଜାର ୮୯୬ ଶିଶୁ, ୩ରୁ ୬ ବର୍ଷର ୧୬ ଲକ୍ଷ ୧୩ ହଜାର ୭୭୫ ଶିଶୁ ଏବଂ ୭ ଲକ୍ଷ ୧୯ ହଜାର ୩୭୯ ଗର୍ଭବତୀ ଓ ପ୍ରସୂତି ମିହଳା ଉପକୃତ ହେଉଛନ୍ତି। ଏହାଛଡ଼ା ଲକ୍‌ଡାଉନ ସମୟରେ ଓଡ଼ିଶାକୁ ଫେରିଥିବା ପ୍ରବାସୀ ହିତାଧିକାରକୀଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରାଯାଇ ଯୋଗ୍ୟତା ଅନୁସାରେ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକ ନିଖୋଜ

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ବୁଲୁ ନାଇକ(୪୨) ଦାଦନ ଶ୍ରମିକ ଭାବେ କାମ କରିବାକୁ ମହାରାଷ୍ଟ୍ରର ମୁମ୍ବାଇ…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

ମେଡିକାଲ ସିସିଟିଭି ଫୁଟେଜ୍‌ରେ ପୂରା ଘଟଣା : ଦିବ୍ୟାଙ୍ଗଙ୍କୁ ମାଡ ମାରିଥିବା ଡାକ୍ତରଙ୍କ ବିରୋଧରେ ମାମଲା: ରୁଜୁ 

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସାସ୍ଥ୍ୟ ପରୀକ୍ଷା କରିବାକୁ ଶୁକ୍ରବାର ଯାଇଥିବା ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଜଣେ ମହିଳା ଡାକ୍ତର ଆକ୍ରମଣ କରିଥିଲେ। ଏନେଇ…

ସିଦ୍ଧିବିନାୟକଙ୍କ ଆଶୀର୍ବାଦ ନେଲେ ସୂର୍ଯ୍ୟକୁମାର, ଗମ୍ଭୀର

ମୁମ୍ବାଇ,୧୪ା୩: ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀର ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟି୨୦ ବିଶ୍ୱକପ୍‌ ଟ୍ରଫି ସହ ସିଦ୍ଧିବିନାୟକ ମନ୍ଦିର ଦର୍ଶନ କରିଛନ୍ତି। ଗତ…

ମହିଳା ଫୁଟ୍‌ବଲ୍‌ ଏସିଆ କପ୍‌: ସେମିଫାଇନାଲରେ ପହଞ୍ଚିଲା ଚାଇନା

ପର୍ଥ,୧୪ା୩: ତାଇଓ୍ବାନକୁ ୨-୦ ଗୋଲ୍‌ରେ ପରାସ୍ତ କରି ଗତଥରର ଚାମ୍ପିୟନ ଚାଇନା ମହିଳା ଫୁଟ୍‌ବଲ୍‌ ଏସିଆ କପ୍‌ ସେମିଫାଇନାଲରେ ପ୍ରବେଶ କରିବା ସହ ୨୦୨୭ ବିଶ୍ୱକପ୍‌ ପାଇଁ…

ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୧୪।୩: ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆସନ୍ତା ରଥଯାତ୍ରା ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ମୁଖ୍ୟାଳୟ ସୂତ୍ରରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳା, ଟ୍ରାଫିକ,…

କଲ୍ୟାଣସିଂହପୁର ଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୪୪,୧୧୦ ଟଙ୍କା

କଲ୍ୟାଣସିଂହପୁର,୧୪।୩ (ଦୀପକ କୁମାର ପରିଡା): ରାୟଗଡା ଜିଲା କଲ୍ୟାଣସିଂହପୁରସ୍ଥିତ ଜଗନ୍ନାଥ ମନ୍ଦିରର ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣନା କରାଯାଇଛି। ତହସିଲଦାର ରଞ୍ଜନ କୁମାର ମନସେଠ ଉପସ୍ଥିତିରେ ମନ୍ଦିରର…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri