କୁଆମରା,୨୫ା୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଆରପଟା ପଞ୍ଚାୟତ ଧାଇଁଡିଆ ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରକୁ ନେଇ ପୁଣି ବିବାଦ ଦେଖାଦେଇଛି। ଉକ୍ତ ଅଙ୍ଗନଓ୍ବାଡିର କର୍ମୀ ଶାନ୍ତିଲତା ପାଣିଗ୍ରାହୀଙ୍କୁ ଆକ୍ରୋଶମୂଳକ ଭାବେ କେତେକ ବ୍ୟକ୍ତି ହଇରାଣ କରୁଥିବା ଅଭିଯୋଗ ହୋଇଛି। ୬ ବର୍ଷ ତଳେ ଶାନ୍ତିଲତାଙ୍କ କାର୍ଯ୍ୟକୁ ବିରୋଧ କରି ଗ୍ରାମର କେତେକ ବ୍ୟକ୍ତି ଅଙ୍ଗନଓ୍ବାଡିରେ ତାଲା ପକାଇ ଦେଇଥିଲେ। ଏନେଇ ସେହି ଦିନଠାରୁ ବିବାଦ ଲାଗି ରହିଥିଲେ ମଧ୍ୟ ଏହାର ସମାଧାନ ହୋଇପାରି ନାହିଁ। ଫଳରେ ଏହି କେନ୍ଦ୍ର ଅଧୀନରେ ଥିବା ଶିଶୁ ନିକଟସ୍ଥ ଅନ୍ୟ ଏକ ଅଙ୍ଗନଓ୍ବାଡିକୁ ଯାଉଥିଲେ। ତେବେ ଘରଠାରୁ ସେହି ଅଙ୍ଗନଓ୍ବାଡିର ଦୂରତ୍ୱ ଏକ କି.ମି. ହୋଇଥିବାରୁ ଅଭିବାବକମାନେ ୬ବର୍ଷ ଧରି ନାନା ହଇରାଣ ଭୋଗି ଆସୁଥିଲେ। ଏନେଇ ଜିଲାପାଳ, ଉପ ଜିଲାପାଳ ଏବଂ ବିଡିଓଙ୍କ ନିକଟରେ ଏକାଧିକ ଥର ଅଭିଯୋଗ ହୋଇଥିଲେ ମଧ୍ୟ ସମାଧାନର ରାସ୍ତା ବାହାରି ପାରି ନ ଥିଲା। ତେବେ ସିଡିପିଓ ସୁଜାତା ମହାପାତ୍ରଙ୍କ ପ୍ରଚେଷ୍ଟାରେ ଦୀର୍ଘ ୬ବର୍ଷ ପରେ ଚଳିତ ମାସ ୧୮ ତାରିଖରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲିଥିଲା। ସୋମବାର ସକାଳେ ୩ ଶିଶୁ ଅଙ୍ଗନଓ୍ବାଡିରେ ପହଞ୍ଚିଥିବା ବେଳେ ଜଣେ ଶିଶୁ ପୋଖରୀ ମଧ୍ୟକୁ ଖେଳିବା ପାଇଁ ପଶି ଯାଇଥିଲା। ଏ ନେଇ ଉତ୍ତେଜନା ଦେଖା ଦେଇଥିଲା। କର୍ମୀଙ୍କ ଦାୟିତ୍ୱହୀନତା ଯୋଗୁ ଏପରି ଘଟିଲା ବୋଲି ଅଭିଯୋଗ କରି ଅସନ୍ତୁଷ୍ଟ ଗୋଷ୍ଠୀର କେତେକ ବ୍ୟକ୍ତି ଅଙ୍ଗନଓ୍ବାଡିରେ ତାଲା ପକାଇ ଦେଇଥିଲେ। ଖବରପାଇ ଫାଣ୍ଡି ଅଧିକାରୀ ବି.ବି. ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିଥିଲେ ମଧ୍ୟ ସମାଧାନର ରାସ୍ତା ବାହାରି ନ ଥିଲା। ଏହି ଘଟଣା ପରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲିବା ନେଇ ଅନିଶ୍ଚିତତା ଦେଖାଦେଇଛି।
୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ
ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...
ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ
ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ
ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...
କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା
ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଗଛକାଟି ବସ୍ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି
ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...
Archives


