ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ତାଲା, ଗେଟ୍‌ ବାହାରେ ବସି ରହିଲେ କୁନିକୁନି ପିଲା

ହିଞ୍ଜିଳିକାଟୁ,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ଓ୍ବାର୍ଡ ନଂ. ୧୫ର ଅଙ୍ଗନଓ୍ବାଡ଼ି କେନ୍ଦ୍ର ବୁଧବାର ସକାଳୁ ଠିକ୍‌ ସମୟରେ ଖୋଲି ନ ଥିବା ବେଳେ ଗେଟ୍‌ ବାହାରେ ଶିଶୁମାନେ ଅପେକ୍ଷା କରିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କିଛି ଅଭିଭାବକ ଏହି ଫଟୋ ସହ କେନ୍ଦ୍ରରେ ବିଭିନ୍ନ ସମୟରେ ଅନିୟମିତତା ନେଇ ଅଭିଯୋଗ କରିଥିଲେ।

ହିଞ୍ଜିଳିକାଟୁ ପୌରପରିଷଦ ଥାନା ତୋଟା ସାହି ପ୍ରାଇମେରୀ ସ୍କୁଲ ପରିସରରେ ଏହି ଅଙ୍ଗନଓ୍ବାଡି କେନ୍ଦ୍ରଟି ରହିଛି। ବୁଧବାର ସକାଳୁ୍‌ ସ୍କୁଲ ଗେଟ୍‌ରେ ତାଲା ଝୁଲୁଥିବା ବେଳେ ଅଙ୍ଗନଓ୍ବାଡି ହେଲପରଙ୍କ ପାଖରେ ଚାବି ନ ଥିଲା। କେନ୍ଦ୍ରକୁ ଆସିଥିବା ଶିଶୁମାନେ ଓ ହେଲପର ଗେଟ ବାହାରେ ଅଙ୍ଗନଓ୍ବାଡି ଦିଦିଙ୍କୁ ଅପେକ୍ଷା କରିଥିଲେ। ବହୁ ସମୟ ଧରି ଗେଟ୍‌ ନ ଖୋଲିବା ଫଳରେ ଅଭିଭାବକ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିଲା। ଏହାର ଫଟୋକୁ କେହି ଅଭିଭାବକ ସୋସିଆଲ ମିଡିଆରେ ଛାଡ଼ି ଅସନ୍ତୋଷ ପ୍ରକାଶ କରିଥିଲେ। ଏହି ଫଟୋ ଭାଇରାଲ ପରେ ଉଚ୍ଚ ଅଧିକାରୀଙ୍କ ହସ୍ତକ୍ଷେପ ପରେ କେନ୍ଦ୍ର ଖୋଲିଥିଲା। ତେବେ ପୌରାଞ୍ଚଳର ବିଭିନ୍ନ କେନ୍ଦ୍ରରେ କୋଭିଡ୍‌ ପରଠାରୁ ପରିଚାଳନାରେ ଅନିୟମିତତା ହେଉଥିବା ଓ ସଠିକ୍‌ ଭାବେ ସରକାରୀ ସାମଗ୍ରୀ ପ୍ରଦାନ ହେଉ ନ ଥିବା ଅଭିଭାବକ ମହଲରେ ଅଭିଯୋଗ ହେଉଛି। ବିଭାଗୀୟ ଅଧିକାରୀ କେନ୍ଦ୍ରଗୁଡ଼ିକର ସଠିକ୍‌ ଯାଞ୍ଚ କରୁନାହାନ୍ତି। ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri