୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଭୁବନେଶ୍ୱର, ୨।୧(ବ୍ୟୁରୋ) : କୋଭିଡ୍‌-୧୯ କଟକଣା ଯୋଗୁ ରାଜ୍ୟର ସମସ୍ତ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ଅଧୀନରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏ ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ତରଫରୁ ଶୁକ୍ରବାର ନିର୍ଦ୍ଦେଶନାମା ଜାରି କରାଯାଇଛି। ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକ ବନ୍ଦ ଥିବା ପରିପ୍ରେକ୍ଷୀରେ ସମନ୍ବିତ ଶିଶୁ ବିକାଶ ଯୋଜନାରେ ଗର୍ଭବତୀ, ପ୍ରସୂତି ଓ ଶିଶୁଙ୍କ ଅତିରିକ୍ତ ପୁଷ୍ଟିସାଧନ ପାଇଁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ଯୋଗାଇ ଦିଆଯାଉଥିବା ଟେକ୍‌ ହୋମ୍‌ ରାଶନ (ଟିଏଚ୍‌ଆର୍‌) ବଣ୍ଟନ ପ୍ରକ୍ରିୟା ନିୟମିତ ଭାବେ ଜାରି ରହିଛି। ମାସର ୧ ତାରିଖ ହୋଇଥିବାରୁ ଅଙ୍ଗନଓ୍ବାଡ଼ି କର୍ମୀମାନେ କୋଭିଡ୍‌ ନିୟମାବଳୀର ଅନୁପାଳନ ପୂର୍ବକ ହିତାଧିକାରୀଙ୍କ ଘରେ ପହଞ୍ଚତ୍ ଶୁଖିଲା ରାଶନ ବଣ୍ଟନ କରିଛନ୍ତି। ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକ ବନ୍ଦ ଥିବାରୁ ପ୍ରାକ୍‌ ବିଦ୍ୟାଳୟ ଶିଶୁଙ୍କୁ ମଧ୍ୟ ରନ୍ଧାଖାଦ୍ୟ ବଦଳରେ ଶୁଖିଲା ରାଶନ ବଣ୍ଟନ କରାଯାଇଛି। ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାର ପ୍ରାକ୍‌ବିଦ୍ୟାଳୟ ଶିଶୁଙ୍କ ସକାଳ ଜଳଖିଆ ବାବଦକୁ ମାଣ୍ଡିଆ ଚୂନା ବଣ୍ଟନ କରାଯିବା ସହ ଘରେ ମାଣ୍ଡିଆ ଲଡ଼ୁ ପ୍ରସ୍ତୁତ କରି ଶିଶୁଙ୍କୁ ଖୁଆଇବା ନିମନ୍ତେ ମା’ମାନଙ୍କୁ ପରାମର୍ଶ ଦିଆଯାଇଛି। ଶୁଖିଲା ରାଶନ ବାବଦକୁ ଛତୁଆ, ବାଦାମ ଲଡ଼ୁ, ଚିକି, ଅଣ୍ଡା ଆଦି ବଣ୍ଟନ କରାଯାଇଛି। ଏହି ପରିପୂରକ ପୁଷ୍ଟିସାଧନ କାର୍ଯ୍ୟକ୍ରମରେ ରାଜ୍ୟର ୪୫.୭୮ ଲକ୍ଷ ହିତାଧିକାରୀ ଉପକୃତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?