ପ୍ରାଥମିକ ବିଦ୍ୟାଳୟ ପରିସରରେ ରହିବ ଅଙ୍ଗନଓ୍ବାଡି କେନ୍ଦ୍ର

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକ ପ୍ରତିଷ୍ଠା ହେବ। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ହୋଇଛି। ଏନେଇ ଗୁରୁବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ସଚିବ ଅନୁ ଗର୍ଗ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁ ମିଳିତ ଭାବେ ଜିଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଚିଠିରେ ଉଲେଖ ରହିଛି ଯେ, ରାଜ୍ୟରେ ଏପର୍ଯ୍ୟନ୍ତ ବହୁ ସଂଖ୍ୟାରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଭଡ଼ାଘରେ ଅଥବା କମ୍ୟୁନିଟି ସେଣ୍ଟରରେ ପରିଚାଳିତ ହେଉଛି। ତେଣୁ ଏଭଳି ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକ ପାଇଁ ଯଥା ସମ୍ଭବ ସରକାରୀ ବିଦ୍ୟାଳୟ ପରିସରରେ କୋଠା ନିର୍ମାଣ କରାଯାଉ। ଏଥିପାଇଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯଥାସମ୍ଭବ ସହଯୋଗ କରିବେ। ଅନ୍ୟପକ୍ଷରେ, କମ୍‌ ପିଲା ଥିବାରୁ ରାଜ୍ୟର ଅଧିକାଂଶ ପ୍ରାଥମିକ ବିଦ୍ୟାଳୟଗୁଡ଼ିକ ଅନ୍ୟ ବିଦ୍ୟାଳୟ ସହିତ ମିଶି ଯିବା ଫଳରେ ଅନେକ ସ୍କୁଲ ବନ୍ଦ ହୋଇଯାଇଛି। କିନ୍ତୁ ସେହି କୋଠାଗୁଡ଼ିକ ମଜବୁତ ସ୍ଥିତିରେ ଅଛି। ସେଠାରେ ପାନୀୟ ଜଳ, ଶୌଚାଳୟ ଓ ରୋଷେଇ ଘର ବ୍ୟବସ୍ଥା ରହିଛି। ତେଣୁ ଏଭଳି କୋଠାରେ ଅଙ୍ଗନଓ୍ବାଡ଼ି ପରିଚାଳିତ ହେବାରେ କୌଣସି ଅସୁବିଧା ନାହିଁ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି। ସେହିପରି ସରକାରୀ ସ୍କୁଲ ପରିସରରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର କରିବା ପାଇଁ ସରକାରଙ୍କ ପଲିସି ରହିଛି। ତେଣୁ ଜିଲା ଶିକ୍ଷାଧିକାରୀ, ବ୍ଲକ୍‌ ଶିକ୍ଷାଧିକାରୀ, ଏସ୍‌ଏମ୍‌ସି, ପ୍ରଧାନଶିକ୍ଷକ କିମ୍ବା ଅନ୍ୟ କୌଣସି କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ଆବଶ୍ୟକ ନାହିଁ। ଯଦି କୌଣସି ଗାଁରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଭଡ଼ା ଘରରେ ଚାଳିଛି ଏବଂ ସେହି ଗାଁରେ ଥିବା ପ୍ରାଥମିକ ବିଦ୍ୟାଳୟରେ ଅତିରିକ୍ତ କ୍ଲାସ୍‌ରୁମ୍‌ ରହିଛି, ତେବେ ନୂତନ ବିଲ୍ଡିଂ ନିର୍ମାଣ ନ ହେବା ପର୍ଯ୍ୟନ୍ତ ସେହି ଅତିରିକ୍ତ କ୍ଲାସ୍‌ରୁମ୍‌ରେ ଅଙ୍ଗଓ୍ବାଡ଼ି କେନ୍ଦ୍ର ଚାଲିବା ପାଇଁ ଅନୁମତି ଦିଆଯାଇପାରିବ। କିନ୍ତୁ କୌଣସି ପରିସ୍ଥିତିରେ ବି ସ୍କୁଲ ବାରଣ୍ଡାରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଚାଲିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri