ପ୍ରତିବାଦ ସଙ୍ଗୀତ ଗାଇ ନୂଆବର୍ଷ ପାଳିଲେ ଅଙ୍ଗନଓ୍ବାଡି କର୍ମୀ

ଭୁବନେଶ୍ୱର,୨ା୧(ବ୍ୟୁରୋ):ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡି ଲେଡ଼ିଜ୍‌ ୱାର୍କର୍ସ ଆସୋସିଏଶନର ଆହ୍ବାନକ୍ରମେ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ଲୋୟର ପିଏମଜିରେ ଚଳାଇଥିବା ଆନ୍ଦୋଳନ ୪୨ ଦିନରେ ପହଞ୍ଚତ୍ଛି। ଧାରଣାସ୍ଥଳରେ ହିଁ ଶନିବାର ମଧ୍ୟରାତିରେ ନୂଆବର୍ଷ ପାଳିଛନ୍ତି। ମୁରୁଜ ପକାଇ ଦୀପ ଜାଳି ୨୦୨୩କୁ ସ୍ବଗତ କରିବା ସହ ପ୍ରତିବାଦ ସଙ୍ଗୀତ ଗାଇ ସରକାରଙ୍କ ନିକଟରେ ନିଜର ଦାବି ଜଣାଇଛନ୍ତି। ଅଙ୍ଗନଓ୍ବାଡି କର୍ମୀ, ମିନି ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ବିଭିନ୍ନ ବ୍ଲକରୁ ଆସି ଥିବାବେଳେ ଏଭଳି ଭିନ୍ନ ଢଙ୍ଗରେ ପ୍ରତିବାଦ ମାଧ୍ୟମରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ଉପରେ ସରକାର ଆଲୋଚନା କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଗୀତ ମାଧ୍ୟମରେ ଦାବି ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ଅଧିକାରୀଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ ସଙ୍ଗୀତ ଗାନ କରିଥିଲେ। ଦିନରେ ପ୍ରବଳ ଖରା ଓ ରାତିରେ ପ୍ରବଳ ଶୀତରେ ମହିଳାମାନେ ରାଜରାସ୍ତାରେ ପଡ଼ିରହିବାର ଯନ୍ତ୍ରଣା ଏହି ଗୀତ ମାଧ୍ୟମରେ ପ୍ରକାଶ କରିଛନ୍ତି କର୍ମୀ। ୮ଦଫା ଦାବି ନେଇ ଦୀର୍ଘ ଦିନ ଧରି ଆନ୍ଦୋଳନ କରୁଥିତ୍ବା ଅଙ୍ଗନଓ୍ବାଡି କର୍ମୀଙ୍କ ପ୍ରତି ସରକାର ଉଦାସୀନ ରହିଲେ ଭବିଷ୍ୟତରେ ଏହି ଆନ୍ଦୋଳନକୁ ବ୍ୟାପକ କରାଯାଇ ମହିଳା ଓ ଶିଶୁ ବିକାଶ ବିଭାଗକୁ ଅଚଳ କରିଦିଆଯିବ ବୋଲି ରାଜ୍ୟ ସଭାନେତ୍ରୀ ସୁମିତ୍ରା ମହାପାତ୍ର, ସାଧାରଣ ସମ୍ପାଦିକା ଝୁନୁପମା ଶତପଥୀ, ଅଖିଳ ଭାରତୀୟ ସଂଗଠନ ସମ୍ପାଦିକା ଅଞ୍ଜଳି ପଟେଲ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri