ପ୍ରତିବାଦ ସଙ୍ଗୀତ ଗାଇ ନୂଆବର୍ଷ ପାଳିଲେ ଅଙ୍ଗନଓ୍ବାଡି କର୍ମୀ

ଭୁବନେଶ୍ୱର,୨ା୧(ବ୍ୟୁରୋ):ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡି ଲେଡ଼ିଜ୍‌ ୱାର୍କର୍ସ ଆସୋସିଏଶନର ଆହ୍ବାନକ୍ରମେ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ଲୋୟର ପିଏମଜିରେ ଚଳାଇଥିବା ଆନ୍ଦୋଳନ ୪୨ ଦିନରେ ପହଞ୍ଚତ୍ଛି। ଧାରଣାସ୍ଥଳରେ ହିଁ ଶନିବାର ମଧ୍ୟରାତିରେ ନୂଆବର୍ଷ ପାଳିଛନ୍ତି। ମୁରୁଜ ପକାଇ ଦୀପ ଜାଳି ୨୦୨୩କୁ ସ୍ବଗତ କରିବା ସହ ପ୍ରତିବାଦ ସଙ୍ଗୀତ ଗାଇ ସରକାରଙ୍କ ନିକଟରେ ନିଜର ଦାବି ଜଣାଇଛନ୍ତି। ଅଙ୍ଗନଓ୍ବାଡି କର୍ମୀ, ମିନି ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ବିଭିନ୍ନ ବ୍ଲକରୁ ଆସି ଥିବାବେଳେ ଏଭଳି ଭିନ୍ନ ଢଙ୍ଗରେ ପ୍ରତିବାଦ ମାଧ୍ୟମରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ଉପରେ ସରକାର ଆଲୋଚନା କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଗୀତ ମାଧ୍ୟମରେ ଦାବି ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ଅଧିକାରୀଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ ସଙ୍ଗୀତ ଗାନ କରିଥିଲେ। ଦିନରେ ପ୍ରବଳ ଖରା ଓ ରାତିରେ ପ୍ରବଳ ଶୀତରେ ମହିଳାମାନେ ରାଜରାସ୍ତାରେ ପଡ଼ିରହିବାର ଯନ୍ତ୍ରଣା ଏହି ଗୀତ ମାଧ୍ୟମରେ ପ୍ରକାଶ କରିଛନ୍ତି କର୍ମୀ। ୮ଦଫା ଦାବି ନେଇ ଦୀର୍ଘ ଦିନ ଧରି ଆନ୍ଦୋଳନ କରୁଥିତ୍ବା ଅଙ୍ଗନଓ୍ବାଡି କର୍ମୀଙ୍କ ପ୍ରତି ସରକାର ଉଦାସୀନ ରହିଲେ ଭବିଷ୍ୟତରେ ଏହି ଆନ୍ଦୋଳନକୁ ବ୍ୟାପକ କରାଯାଇ ମହିଳା ଓ ଶିଶୁ ବିକାଶ ବିଭାଗକୁ ଅଚଳ କରିଦିଆଯିବ ବୋଲି ରାଜ୍ୟ ସଭାନେତ୍ରୀ ସୁମିତ୍ରା ମହାପାତ୍ର, ସାଧାରଣ ସମ୍ପାଦିକା ଝୁନୁପମା ଶତପଥୀ, ଅଖିଳ ଭାରତୀୟ ସଂଗଠନ ସମ୍ପାଦିକା ଅଞ୍ଜଳି ପଟେଲ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri