ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନୀ ସାହୁ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ସଭାରେ ଉଦ୍‌ବୋଧନ ଦେଇ ଟିଟିଲାଗଡ଼ ପରିବର୍ତ୍ତେ ପ୍ରଥମେ ଯଦି ପଦ୍ମପୁର ଜିଲା ଘୋଷଣା ହୋଇଥାନ୍ତା ତେବେ ସେ ଭାବିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯାଇ ନିଜର ଇସ୍ତଫାପତ୍ର ଦେଇଥାନ୍ତେ। ତେବେ ମୁଖ୍ୟମନ୍ତ୍ରୀ ସେପରି ହେବାକୁ ଦେଲେନାହିଁ ବୋଲି ସେ କହିଥିଲେ। ସେ ଆହୁରି କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଆଗକୁ ଯେବେ ବି ଜିଲା ଘୋଷଣା କରିବେ ଟିଟିଲାଗଡ଼କୁ ଆଗଧାଡ଼ିର ଜିଲା ଭାବେ ଘୋଷଣା କରିବେ। ଟୁକୁନୀଙ୍କ ଏଭଳି ମନ୍ତବ୍ୟର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ଏହା ଏବେ ଭିନ୍ନ ଚର୍ଚ୍ଚା ସୃଷ୍ଟି କରିଛି। ଟୁକୁନୀଙ୍କ ଇସ୍ତଫା ଧମକ କାରଣରୁ କୁଆଡ଼େ ପଦ୍ମପୁର ଜିଲା ଘୋଷଣା ବନ୍ଦ ହୋଇଗଲା କି ବୋଲି ଚର୍ଚ୍ଚା, ଆଲୋଚନା ଆରମ୍ଭ ହୋଇଛି।
ଯେ, ପଦ୍ମପୁର ଉପନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁବ୍‌ଶୀଘ୍ର ପଦ୍ମପୁର ଜିଲା ହେବ ବୋଲି ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଘୋଷଣା ପରେ ପଦ୍ମପୁରବାସୀ ଉତ୍ସାହିତ ହୋଇ ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟ୍‌ରେ ଜିତାଇଥିଲେ। ଚଳିତ ନିର୍ବାଚନ ପୂର୍ବରୁ ପଦ୍ମପୁର ଜିଲା ଘୋଷଣା ପାଇଁ ଆନୁଷଙ୍ଗିକ କାର୍ଯ୍ୟ ଆରମ୍ଭ ହୋଇଥିବା ମଧ୍ୟ ଦେଖାଯାଇଥିଲା। କିଛି ପ୍ରଶାସନିକ ଅଧିକାରୀ ପଦ୍ମପୁର ଯାଇ ସର୍ଭେ ଓ ତଦାରଖ କରିଥିବା ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ତେବେ କିଛି ଦିନ ପରେ ପଦ୍ମପୁର ଜିଲା ଘୋଷଣା ପ୍ରକ୍ରିୟା ଥମି ଯାଇଥିଲା। ଏହି ପ୍ରସଙ୍ଗଟି ଅଦାଲତରେ ପହଞ୍ଚତ୍ ଥିଲା। ଏହାକୁ ନେଇ ପଦ୍ମପୁରବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। କେଉଁ କାରଣରୁ ପଦ୍ମପୁର ଜିଲା ଘୋଷଣା ଅଟକିଲା ବୋଲି ପ୍ରଶ୍ନ ବି କରିଥିଲେ। ଦୁଇଦିନ ତଳେ ଟିଟିଲାଗଡ଼ର ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ଟୁକୁନୀଙ୍କ ମନ୍ତବ୍ୟ ଭିଡିଓ ଭାଇରାଲ ହେବା ପରେ ପଦ୍ମପୁର ଜିଲା ଘୋଷଣା ଅଟକିବା ପଛରେ ଟୁକୁନୀଙ୍କ ଇସ୍ତଫା ଧମକ କାରଣ କି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ମନ୍ତ୍ରୀ ଇସ୍ତଫା ଧମକ ଦେବାରୁ କାଳେ ମୁଖ୍ୟମନ୍ତ୍ରୀ ପଦ୍ମପୁର ଜିଲା ଘୋଷଣା କଲେନାହିଁ କି ବୋଲି ସାଧାରଣରେ ପ୍ରଶ୍ନ ହେଉଛି। ଏବେ ଚଳିତ ନିର୍ବାଚନ ପୂର୍ବରୁ ଟୁକୁନୀଙ୍କ ଭାଇରାଲ ଭିଡିଓ ଓ ମନ୍ତବ୍ୟକୁ ନେଇ ପଦ୍ମପୁର, ଟିଟିଲାଗଡ଼ ନିର୍ବାଚନମଣ୍ଡଳୀ ଏବଂ ବଲାଙ୍ଗୀର ଜିଲାରେ ଜୋରସୋର ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଏହା ଉପରେ ଟୁକୁନୀ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri