ଯୁକ୍ତ ୨ ବାର୍ଷିକ ପରୀକ୍ଷା: ୨୭ରୁ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଫର୍ମ ପୂରଣ ପ୍ରକ୍ରିୟା ୨୭ରୁ ଆରମ୍ଭ ହୋଇ ୪ ତାରିଖ ଯାଏ ବିନା ଜରିମାନାରେ ଚାଲିବ। ଯେଉଁ ଛାତ୍ରଛାତ୍ରୀମାନେ ଏହି ସମୟ ମଧ୍ୟରେ ଫର୍ମପୂରଣ କରି ନ ଥିବେ ସେମାନେ ଆସନ୍ତା ୫ ରୁ ୬ ତାରିଖ ମଧ୍ୟରେ ୧୦୦ଟଙ୍କା ଜରିମାନା ଓ ୭ ରୁ ୮ ତାରିଖ ମଧ୍ୟରେ ୪୫୦ ଟଙ୍କା ଜରିମାନା ଦେଇ ଫର୍ମପୂରଣ କରିପାରିବେ । ଫର୍ମ ପୂରଣ ବାବଦରେ ୫୨୦ ଟଙ୍କା ଦାଖଲ କରିବାକୁ ହେବ । ସାମ୍ସ ୱେବ୍‌ସାଇଟ ଲଗ୍‌ଇନ୍‌ କରି ଆଡମିଟ୍‌ କାର୍ଡ ପାଇପାରିବେ ଛାତ୍ରଛାତ୍ରୀ । କଲେଜର ସାମ୍ସ ପୋର୍ଟାଲ ଜରିଆରେ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ କରିବେ । ଆବଶ୍ୟକୀୟ କାଗଜପତ୍ର ସହ ନିର୍ଭୁଲ ଭାବେ ପିଲାଙ୍କ ଫର୍ମ ପୂରଣ କରିବା ପାଇଁ ସିଏଚ୍‌ଏସ୍‌ଇର ପରୀକ୍ଷା ନିୟନ୍ତ୍ରକ ବିଜୟ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ ୨ କଲେଜ ଅଧ୍ୟକ୍ଷମାନଙ୍କୁ ଚିଠିରେ ନିର୍ଦ୍ଦେଶ ହୋଇଛି । ଏହା ସହ ଫର୍ମ ପୂରଣ ପାଇଁ ଗାଇଡଲାଇନ ମଧ୍ୟ ଜାରି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri