Posted inଫୁରସତ

ବିମାନରେ ପାଇଲଟ ପ୍ରେମିକ କଲେ ଏମିତି ଘୋଷଣା, ଲାଜେଇ ଗଲେ ପ୍ରେମିକା

ନିଜ ପ୍ରେମିକା ବସିଥିବା ବିମାନ ଚଳାଉଥିଲେ ଜଣେ ପ୍ରେମିକ। ଏହି ପାଇଲଟ ପ୍ରେମିକ ଜଣଙ୍କ ଯାତ୍ରା ମଝିରେ ଏମିତି ଘୋଷଣା କଲେ ଯେ, ଯାତ୍ରୀଙ୍କ ଗହଣରେ ବସିଥିବା ପ୍ରେମିକା ଶୁଣି ଲାଜେଇ ଗଲେ। ସୋସିଆଲ ମିଡିଆରେ ଏହି ଭିଡିଓଟି ଖୁବ୍‌ ଭାଇରାଲ ହେଉଛି।

ଭିଡିଓଟିକୁ ହନା ନାମକ ଜଣେ ଯୁବତୀ ସୋସିଆଲ ମିଡିଆରେ ଶେୟାର କରି କ୍ୟାପଶନ ଲେଖିଛନ୍ତି, ‘ଯେତେବେଳେ ପ୍ରଥମଥର ଆପଣଙ୍କ ପ୍ରେମିକ ବିମାନ ଚଳାଉଥିବେ ଆଉ କହୁଥିବେ ମୋ ସହ ଏହି ବିମାନରେ ଜଣେ ସ୍ବତନ୍ତ୍ର ବ୍ୟକ୍ତି ଯାତ୍ରା କରୁଛନ୍ତି, ସେ ଆଉ କେହି ନୁହନ୍ତି; ସେ ହେଉଛନ୍ତି ମୋ ପ୍ରେମିକା ହନା। ଯିଏକି ୨ସି ନମ୍ବର ବିଶିଷ୍ଟ ସିଟ୍‌ରେ ବସିଛନ୍ତି। ଖାଲି ସେତିକି ନୁହେଁ, ପାଇଲଟ କହୁଥାନ୍ତି, ବିମାନରୁ ଓହ୍ଲାଇବା ସମୟରେ ମୋ ପ୍ରେମିକାଙ୍କୁ ଫିଷ୍ଟ ବମ୍ପ, ହାଇ ଫାଇଭ୍‌ କିମ୍ବା ମନପସନ୍ଦର ସ୍ନାକ୍ସ, ପାଣି ବୋତଲ ନିଶ୍ଚିତ ଦେବେ। ମୋ ସହିତ ଯାତ୍ରା କରୁଥିବାରୁ ଧନ୍ୟବାଦ। ଆପଣ ସମସ୍ତେ ମାସ୍କ ପିନ୍ଧିଥିବାରୁ ବହୁତ ବହୁତ ଧନ୍ୟବାଦ। ମୁଁ ଖୁବ୍‌ ଶୀଘ୍ର ପହଞ୍ଚାଇଦେବି।

ଏହି କୌତୂହଳପୂର୍ଣ୍ଣ ଭିଡିଓରେ ହନା ଲେଖିଛନ୍ତି, ମୋ ବାପା କହିଛନ୍ତି ଅନ୍ତତଃପକ୍ଷେ ସେ ପ୍ରପୋଜ କରିନାହାନ୍ତି। କିନ୍ତୁ ମୁଁ ଚାହୁଁଥିଲି ସେ ଏପରି କରିଥାନ୍ତେ। ଏହି ଭିଡିଓକୁ କୋଟିଏରୁ ଊର୍ଦ୍ଧ୍ୱ ଲୋକ ଦେଖିସାରିଲେଣି। ପାଇଲଟଙ୍କ ଏପରି ହୃଦୟସ୍ପର୍ଶୀ ବାର୍ତ୍ତା ଦେଖି ୟୁଜରମାନେ ମଧ୍ୟ ବେଶ୍‌ ମଜାଳିଆ କମେଣ୍ଟ ସବୁ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri