ଘୋଷଯାତ୍ରାର ହେବ ସିଧାପ୍ରସାରଣ

ଭୁବନେଶ୍ବର, ୧୯ା୬(ସୁନିତ୍‌ ମିଶ୍ର): ପବିତ୍ର ଘୋଷଯାତ୍ରା ଅବସରରେ ଦୂରଦର୍ଶନ କେନ୍ଦ୍ର, ଭୁବନେଶ୍ୱର ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହଯୋଗରେ ଘୋଷଯାତ୍ରାର ସିଧାପ୍ରସାରଣର ବ୍ୟବସ୍ଥା କରାଯାଇଛି। ଉନ୍ନତମାନର ଅତ୍ୟାଧୁନିକ ପ୍ରସାରଣ ଉପକରଣ ଦ୍ୱାରା ହାଇ-ରିଜଲ୍ୟୁସନ୍‌ ଚିତ୍ର ଉତ୍ତୋଳନ କରାଯାଇ ଅଗଣିତ ଦର୍ଶକଙ୍କ ନିମନ୍ତେ ନିରବଚ୍ଛିନ୍ନ ଭାବେ ଘୋଷଯାତ୍ରାର ସିଧାପ୍ରସାରଣ କରାଯିବ। ଏହାଦ୍ୱାରା ଦର୍ଶନାଭିଳାଷୀ ଭକ୍ତମାନେ ଘୋଷଯାତ୍ରାର ପ୍ରତିଟି ମୁହୂର୍ତ୍ତକୁ ସ୍ପଷ୍ଟ ଭାବେ ଦେଖିପାରିବା ସହିତ ଭାବକୁ ମଧ୍ୟ ଅନୁଭବ କରିପାରିବେ। ଏଥିରେ ଓଡ଼ିଶାର ଜଗନ୍ନାଥ ସଂସ୍କୃତି ବିଶାରଦ ତଥା ପ୍ରଖ୍ୟାତ ଭାଷ୍ୟକାରଙ୍କ ପ୍ରଗଳ୍‌ଭ ଏବଂ ତାତ୍ତ୍ବିକ ବିଶ୍ଲେଷଣାତ୍ମକ ବିବରଣୀ ଦର୍ଶକମାନଙ୍କ ନିକଟରେ ପରିବେଷଣ କରାଯିବ। ବିଶେଷ କରି ବାବା ସତ୍ୟାନନ୍ଦ ଦାସ, ଉଦ୍‌ଘୋଷକ ଡା. କୃଷ୍ଣକେଶବ ଷଡ଼ଙ୍ଗୀ, ମୃତ୍ୟୁଞ୍ଜୟ ରଥ, ପଦ୍ମନାଭ ତ୍ରିପାଠୀ, ପଣ୍ଡିତ ମାତୃପ୍ରସାଦ ମିଶ୍ର, କଲ୍ୟାଣୀ ନନ୍ଦୀ ଆଦି ବିଶିଷ୍ଟ ପ୍ରବଚକମାନେ ଘୋଷଯାତ୍ରାର ଧାରାବିବରଣୀ ପ୍ରଦାନ କରିବା ସହିତ ଦର୍ଶକଙ୍କୁ ଭକ୍ତି ରସାମୃତରେ ଆହ୍ଲାଦିତ କରିବେ। ଡିଡି ଓଡ଼ିଆରେ ସିଧା ପ୍ରସାରଣ ସକାଳ ୮ ଟାରୁ ଆରମ୍ଭ ହେବା ସହିତ ସକାଳ ୯ ଟାରୁ ହିନ୍ଦୀ, ଇଂଲିଶି ଓ ସଂସ୍କୃତ ଭାଷାରେ ଡିଡି ଭାରତୀରେ ପ୍ରସାରଣର ବ୍ୟବସ୍ଥା କରାଯାଇଛି। ଏହି ପ୍ରସାରଣ ଡିଡି ଓଡ଼ିଆ ଏବଂ ଡିଡି ନ୍ୟାସନାଲ୍‌ ୟୁଟ୍ୟୁବ୍‌ ଚାନେଲ୍‌ରେ ସକାଳ ୮ଟାରୁ ଲାଇଭ୍‌ ଷ୍ଟ୍ରିମିଙ୍ଗ୍‌ ମାଧ୍ୟମରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?