ବିଦ୍ୟାଳୟର ବାର୍ଷିକୋତ୍ସବ: ଭଲ ପାଠପଢି ବିଦ୍ୟାଳୟର ସୁନାମ ଅର୍ଜନ କରିବାକୁ ପରାମର୍ଶ ଦେଲେ ଏନଏସି କାର୍ଯ୍ୟନିର୍ବାହୀ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ଅରୁନ୍ଧତୀ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ତାରାପ୍ରସାଦ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ଦିଗପହଣ୍ଡି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼. ଅଶୋକ କୁମାର କର୍ଣ୍ଣ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରମାନେ ଭଲ ପାଠପଢି ବିଦ୍ୟାଳୟର ସୁନାମ ଅର୍ଜନ କରିବାକୁ ପରାମର୍ଶ ଦେଇଥିଲେ। ପୂର୍ବତନ ଏନଏସି ଅଧ୍ୟକ୍ଷ ଭି.ରବିନାରାୟଣ ରାଜୁ,ହୃଦୟ ରଞ୍ଜନ ମେକାପ, ଏନଏସି ଉପାଧ୍ୟକ୍ଷା କେ.ପୂଜା, ଏ.ରୁକ୍ମିଣୀ,କାଉନସିଲର ଦୀପକ କୁମାର ମିଶ୍ର,ଆଇନଜୀବୀ ପରେଶ ଚନ୍ଦ୍ର ରଥ,ଅବସରପ୍ରାପ୍ତ ଶିକ୍ଷକ ପଦ୍ମ ଚରଣ ମେକାପ,ସହ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ,ରସାନନ୍ଦ ଘଡେଇ, ସିଆରସିସି ଅନିଲ କୁମାର ଦାସ, ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ, ସାମାଜିକ କର୍ମୀ ରଞ୍ଜନ କୁମାର ପାତ୍ର, କେ.କୁନା,ଭବାନୀ ଶଙ୍କର ପଣ୍ଡା,ସୁରେଶ ଚନ୍ଦ୍ର ପାତ୍ର, ଇ.ବିଶିକେଶନ ପ୍ରମୁଖ ସମ୍ମାନିତ ଅତିଥିଭାବେ ମଞ୍ଚାସିନ ଥିଲେ।

ପ୍ରତ୍ୟେକ ଶ୍ରେଣୀଗୃହରେ ଶିକ୍ଷାଦାନ ପାଇଁ ମୋ ସ୍କୁଲ ଅଭିଯାନ ଯୋଜନାରେ ଅଡିଓ ସିଷ୍ଟମ ଏବଂ ସ୍ମାର୍ଟ ପ୍ୟାନେଲ ବ୍ୟବସ୍ଥାକୁ ଅତିଥିବୃନ୍ଦ ଉଦ୍‌ଘାଟନ କରିଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ଅତିଥିବୃନ୍ଦ ପୁରସ୍କାର ବିତରଣ କରିଥିଲେ। ଶିକ୍ଷୟିତ୍ରୀ ସସ୍ମିତା ପଟ୍ଟନାୟକ,ଚାରୁକଳା ବସ୍ତିଆ,ଶୁଭଶ୍ରୀ ଦେବୀ,ରାଧାରାଣୀ ପଣ୍ଡା,ଶିକ୍ଷକ ଉପେନ୍ଦ୍ର କୁମାର ପଣ୍ଡା,ଶିଶିର ପଣ୍ଡା ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଛାତ୍ରୀଛାତ୍ରମାନଙ୍କ ପକ୍ଷରୁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri