‘ସେବାରେ ସମର୍ପଣ ମନୋଭାବ ରଖିବାକୁ ଆହ୍ବାନ’

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ମାହେଶ୍ୱରୀ ନର୍ସିଂ କଲେଜର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି । ଆନ୍ତର୍ଜାତୀୟ ନର୍ସିଂ ଦିବସ ଅବସରରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନର୍ସିଂ ଛାତ୍ରୀଛାତ୍ରମାନଙ୍କ ଶପଥ ପାଠ ଉତ୍ସବ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଉତ୍ସର୍ଗୀକୃତ ସେବାରେ ବ୍ରତୀ ହୋଇ କାର୍ଯ୍ୟ କରିବାକୁ କଲେଜର ଛାତ୍ରୀଛାତ୍ର ଶପଥ ନେଇଥିଲେ । ଉକ୍ତ ସମାରୋହରେ ସୋନପୁର ଜିଲାପାଳ ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେବାରେ ସବୁବେଳେ ସମର୍ପଣ ମନୋଭାବ ରଖିବାକୁ ସେ ଆହ୍ୱାନ କରିଥିଲେ । ବରଗଡ଼ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା ସମ୍ମାନିତ ଅତିଥି, ଆନ୍ତର୍ଜାତୀୟ ମାନ୍ୟତାପ୍ରାପ୍ତ ପ୍ରଶିକ୍ଷକ ତଥା ଲେଖକ ଜୟ ପ୍ରକାଶ ଶତପଥୀ ମୁଖ୍ୟବକ୍ତା ଏବଂ ଭାଜପା ଜିଲା ସଭାପତି ଡ଼ା. ଅରୂପାନନ୍ଦ ସାହୁ ସମ୍ମାନିତ ଅତିଥିଭାବେ ଯୋଗଦାନ କରିଥିଲେ। ବରଗଡ଼ ମାହେଶ୍ୱରୀ ନର୍ସିଂ କଲେଜର ନିର୍ଦ୍ଦେଶକ ତଥା ପ୍ରତିଷ୍ଠାତା ଫକୀର କର୍ଣ୍ଣ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଵା ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।

ସମ୍ପାଦିକା ସନ୍ତୋଷିନୀ କର୍ଣ୍ଣ ଉପସ୍ଥିତ ବିଦ୍ୟାର୍ଥୀଙ୍କୁ ସମ୍ୱୋଧିତ କରିଥିଲେ । କଲେଜର ଅଧ୍ୟକ୍ଷା ଜାଗୃତି ଦିଶିରୀ ବାର୍ଷିକ ବିବରଣୀ ପାଠ କରିଥିଲେ l ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଅତିଥିମାନେ ଉତ୍ସବକୁ ଉଦଘାଟନ କରିଥିଲେ। କୃତୀ ପ୍ରତିଯୋଗୀଙ୍କୁ ମାନପତ୍ର ଓ ଟ୍ରଫି ଦେଇ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ବେଷ୍ଟ ଷ୍ଟୁଡେଣ୍ଟ ଅଫ ଦ ଇୟରଭାବେ ଦୀପକ ନାଗଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ଏହି ଅନୁଷ୍ଠାନରୁ ନର୍ସିଂ ପାଠ୍ୟକ୍ରମ ସାରିଥିବା ସମସ୍ତ ଛାତ୍ରୀଛାତ୍ରମାନେ ଉତ୍ସର୍ଗୀକୃତ ସେବା ପାଇଁ ସଂକଳ୍ପ ନେବା ସହ ଶପଥ ପାଠ କରିଥିଲେ । ସେମାନଙ୍କୁ କଲେଜର ସମ୍ପାଦିକା ସନ୍ତୋଷିନୀ କର୍ଣ୍ଣ କେଣ୍ଡେଲ ପ୍ରଜ୍ଜଳନ କରାଇ ନର୍ସିଂ କେପ ଧାରଣ କରାଇଥିଲେ । ସନ୍ଧ୍ୟା ମହାନନ୍ଦ ଅତିଥିଙ୍କ ପରିଚୟ ପ୍ରଦାନ କରିଥିବାବେଳେ ଅଧ୍ୟାପକ ବିଜୟ କୁମାର ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ। ନୃତ୍ୟଗୁରୁ ସୁରଥ କୁଅଁରଙ୍କ ନିର୍ଦ୍ଦେଶନାରେ ଛାତ୍ରୀଛାତ୍ରମାନେ ୧୭ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?