୫୦ ଦିନରେ ଗୋଟାବାୟା ବିରୋଧୀ ଆନ୍ଦୋଳନ

କଲମ୍ବୋ,୨୯।୫(ପି.ଟି.): ଶ୍ରୀଲଙ୍କାରେ ଗମ୍ଭୀର ଆର୍ଥିକ ସଙ୍କଟକୁ ନେଇ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେଙ୍କ ଇସ୍ତଫା ଦାବିରେ ସରକାର ବିରୋଧୀ ଆନ୍ଦୋଳନ ଶନିବାର ୫୦ ଦିନରେ ପହଞ୍ଚତ୍ଛି। ଏପ୍ରିଲ ୯ରୁ ‘ଗୋ ଗୋଟା ଗାମା’ (ଗୋଟାବାୟା ଗାଁକୁ ଯାଅ) ଆନ୍ଦୋଳନ ଆରମ୍ଭ ହୋଇଥିଲା। ଆନ୍ଦୋଳନର ୫୦ତମ ଦିନକୁ ସ୍ମରଣୀୟ କରିବା ପାଇଁ ଆୟୋଜକମାନେ ଶନିବାର ବିକ୍ଷୋଭ ଶୋଭାଯାତ୍ରା ବଢ଼ାଇବା ସହ ବହୁସଂଖ୍ୟାରେ ଲୋକଙ୍କୁ ଏଥିରେ ସାମିଲ କରାଇଥିଲେ। ଶ୍ରୀଲଙ୍କାରେ ଦେବାଳିଆ ସ୍ଥିତି ଦେଖାଦେଇଥିବାବେଳେ ଖାଦ୍ୟସାମଗ୍ରୀଠାରୁ ଆରମ୍ଭ କରି ଔଷଧ, ଇନ୍ଧନ, ରନ୍ଧନ ଗ୍ୟାସ୍‌, ଟଏଲେଟ ପେପେର, ଦିଆସିଲି ଆଦି ଅତ୍ୟାବଶ୍ୟକ ସାମଗ୍ରୀର ଘୋର ଅଭାବ ଦେଖାଦେଇଛି। ଏହିସବୁ ସାମଗ୍ରୀ କିଣିବା ପାଇଁ କିଛି ମାସ ହେଲା ଲୋକଙ୍କୁ ଲମ୍ବା ଧାଡ଼ିରେ ଛିଡ଼ା ହେବାକୁ ପଡ଼ୁଛି। ଦେଶରେ ଅର୍ଥନୈତିକ ସଙ୍କଟ ଯୋଗୁ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ରାଷ୍ଟ୍ରପତି ଗୋଟାବାୟାଙ୍କ ଇସ୍ତଫା ଦାବିରେ ବିକ୍ଷୋଭକାରୀମାନେ ୪୯ ଦିନ ହେଲା ରାଷ୍ଟ୍ରପତି ଭବନ ପ୍ରବେଶ ପଥକୁ ଅକ୍ତିଆର କରି ରଖିଛନ୍ତି। ବିକ୍ଷୋଭ ସ୍ଥଳରେ ଦିନକୁ ଦିନ ଆନ୍ଦୋଳନକାରୀଙ୍କ ସଂଖ୍ୟା ବଢ଼ିଚାଲିଥିବାବେଳେ ସ୍ବେଚ୍ଛାସେବୀ ସଂଗଠନ ସେମାନଙ୍କୁ ଖାଦ୍ୟ ପାନୀୟ ଯୋଗାଇ ଦେଉଛନ୍ତି। ଆନ୍ଦୋଳନ ତୀବ୍ରତର ହେବାରୁ ଗତ ୯ ତାରିଖରେ ପ୍ରଧାନମନ୍ତ୍ରୀ ପଦରୁ ଗୋଟାବାୟାଙ୍କ ବଡ଼ଭାଇ ମହିନ୍ଦା ରାଜପାକ୍‌ସେ ଇସ୍ତଫା ଦେଇଥିଲେ। ଗୋଟାବାୟାଙ୍କ ଇସ୍ତଫା ଲାଗି ଜୋର୍‌ଦାର ଦାବି ସତ୍ତ୍ୱେ ସେ ପଦ ଛାଡ଼ିବାକୁ ଚାହୁଁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri