ଅନୁଗୋଳରୁ ହରିୟାଣାକୁ ଗଲା ଅକ୍ସିଜେନ ଏକ୍ସପ୍ରେସ୍‌

ଭୁବନେଶ୍ୱର, ୧।୫ (ବ୍ୟୁରୋ): କାର୍ଗୋ ଫ୍ଲାଇଟ୍‌ରେ ଦୁଇଟି ଖାଲି ଅମ୍ଳଜାନ ଟ୍ୟାଙ୍କର ଗୁରୁବାର ସାରେ ଓଡ଼ିଶା ଆସିଥିଲା। ଅନୁଗୋଳସ୍ଥିତ ଟାଟା ଭୂଷଣ ଷ୍ଟିଲ ପ୍ଲାଣ୍ଟରୁ ୩୨ ଟନ୍‌ ଅମ୍ଳଜାନ ଭର୍ତ୍ତି କରାଯାଇ ଉକ୍ତ ଦୁଇ ଟ୍ୟାଙ୍କରକୁ ଶୁକ୍ରବାର ସକାଳେ ଭାରତୀୟ ରେଳପଥ ଦ୍ୱାରା ରୋରୋ ସେବା ସହିତ ଅମ୍ଳଜାନ ଏକ୍ସପ୍ରେସ୍‌ ସ୍ପେଶାଲ ଟ୍ରେନ୍‌ରେ ହରିୟାଣାକୁ ପଠାଯାଇଛି। ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ଏହି ସ୍ପେଶାଲ ଟ୍ରେନର ସୁରକ୍ଷିତ ଚଳାଚଳ ପାଇଁ ସମସ୍ତ ସତର୍କତା ଅବଲମ୍ବନ କରିଛି। ଅମ୍ଳଜାନ ଏକ୍ସପ୍ରେସ ମିଶନ ମୋଡ୍‌ରେ ଜୀବନ ରକ୍ଷାକାରୀ ଅମ୍ଳଜାନକୁ ବିଭିନ୍ନ ଗନ୍ତବ୍ୟ ସ୍ଥଳକୁ ପରିବହନ ଜାରି ରଖିଛି ଓ ବିଭିନ୍ନ ରାଜ୍ୟକୁ ସେବା ପ୍ରଦାନ କରୁଛି। ସେହିପରି ତେଲଙ୍ଗାନା ସରକାରଙ୍କ ଅନୁରୋଧକ୍ରମେ ସିକନ୍ଦରାବାଦରୁ ୫ଟି ଖାଲି ଟ୍ୟାଙ୍କର ଥିବା ଏକ ଅକ୍ସିଜେନ ଏକ୍ସପ୍ରେସ ସ୍ପେଶାଲକୁ ଅନୁଗୋଳର ଟାଟା ଭୂଷଣ ଷ୍ଟିଲ ପ୍ଲାଣ୍ଟରେ ଲୋଡିଂ ପାଇଁ ରଖାଯାଇଛି। ସଙ୍କଟ ସମୟରେ ଶୀଘ୍ର ଅମ୍ଳଜାନ ଯୋଗାଇ ରୋଗୀଙ୍କ ଜୀବନରକ୍ଷା କରିବା ଏକ ଆହ୍ବାନ ବୋଲି ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ନିୟୋଜିତ ଅଧିକାରୀ ଓ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି। ଆବଶ୍ୟକ କରୁଥିବା ସମସ୍ତ ରାଜ୍ୟକୁ ଅମ୍ଳଜାନ ପରିବହନ ସେବା ଯୋଗାଇବା ପାଇଁ ପୂର୍ବତଟ ରେଳପଥ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତି ଅଛି ବୋଲି ମହାପ୍ରବନ୍ଧକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri