Posted inଜାତୀୟ

୧୮ ବିଧାୟକଙ୍କ ଟିକେଟ କାଟିଲା ଆପ୍‌

ନୂଆଦିଲ୍ଲୀ, ୯।୧୨:ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ୨୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦ୍ୱିତୀୟ ପର୍ଯ୍ୟାୟରେ ଦଳ ୧୮ ଜଣ ବିଧାୟକଙ୍କର ଟିକେଟ କାଟିଥିବାବେଳେ ୨ ଜଣ ବିଧାୟକଙ୍କର ଆସନ ବଦଳାଇଛି। ଏହି ତାଲିକାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଆସନ ବଦଳାଇଛି। ପଟପଡ଼ଗଞ୍ଜ ଆସନରୁ ବିଧାୟକ ଥିବା ସିସୋଡିଆଙ୍କୁ ଚଳିତ ଥର ଜଙ୍ଗପୁରା ଆସନରୁ ଦଳ ପ୍ରାର୍ଥୀ କରିଛି। ସେ ପଟପଡ଼ଗଞ୍ଜ ଆସନରୁ ୨୦୧୩,୨୦୧୫ ଏବଂ ୨୦୨୦ରେ ଲଗାତର ୩ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେହିପରି ମଙ୍ଗୋଲପୁରୀରୁ ବିଧାୟକ ଥିବା ଦିଲ୍ଲୀ ବିଧାନସଭାର ଉପବାଚସ୍ପତି ରାକ୍ଷୀ ବିଡ୍‌ଲାଁଙ୍କୁ ଦଳ ମାଦିପୁର ଆସନରୁ ପ୍ରାର୍ଥୀ କରିଛି। ନିକଟରେ ଆପ୍‌ରେ ସାମିଲ ହୋଇଥିବା ଚର୍ଚ୍ଚିତ ୟୁପିଏସ୍‌ସି ଶିକ୍ଷକ ଅଓ୍ବଧ ଓଝାଙ୍କୁ ଦଳ ପଟପଡ଼ଗଞ୍ଜ ଆସନରୁ ପ୍ରାର୍ଥୀ କରିଛି। ଭାଜପା ଏବଂ କଂଗ୍ରେସ ଛାଡ଼ି ଆପ୍‌ରେ ଯୋଗଦେଇଥିବା ଅନେକ ନେତାଙ୍କୁ ଏହି ତାଲିକାରେ ସୁଯୋଗ ମିଳିଛି। ପ୍ରଥମ ପର୍ଯ୍ୟାୟରେ ଆପ୍‌ ୧୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା। ଏହାସହ ବର୍ତ୍ତମାନ ସୁଦ୍ଧା ଦଳ ୩୧ ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ଏବେଯାଏଁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇନାହିଁ। ପ୍ରକାଶ ଯେ, ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନ ଆସନ୍ତା ଫେବୃଆରୀରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri