Posted inଜାତୀୟ

୧୮ ବିଧାୟକଙ୍କ ଟିକେଟ କାଟିଲା ଆପ୍‌

ନୂଆଦିଲ୍ଲୀ, ୯।୧୨:ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ୨୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦ୍ୱିତୀୟ ପର୍ଯ୍ୟାୟରେ ଦଳ ୧୮ ଜଣ ବିଧାୟକଙ୍କର ଟିକେଟ କାଟିଥିବାବେଳେ ୨ ଜଣ ବିଧାୟକଙ୍କର ଆସନ ବଦଳାଇଛି। ଏହି ତାଲିକାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଆସନ ବଦଳାଇଛି। ପଟପଡ଼ଗଞ୍ଜ ଆସନରୁ ବିଧାୟକ ଥିବା ସିସୋଡିଆଙ୍କୁ ଚଳିତ ଥର ଜଙ୍ଗପୁରା ଆସନରୁ ଦଳ ପ୍ରାର୍ଥୀ କରିଛି। ସେ ପଟପଡ଼ଗଞ୍ଜ ଆସନରୁ ୨୦୧୩,୨୦୧୫ ଏବଂ ୨୦୨୦ରେ ଲଗାତର ୩ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେହିପରି ମଙ୍ଗୋଲପୁରୀରୁ ବିଧାୟକ ଥିବା ଦିଲ୍ଲୀ ବିଧାନସଭାର ଉପବାଚସ୍ପତି ରାକ୍ଷୀ ବିଡ୍‌ଲାଁଙ୍କୁ ଦଳ ମାଦିପୁର ଆସନରୁ ପ୍ରାର୍ଥୀ କରିଛି। ନିକଟରେ ଆପ୍‌ରେ ସାମିଲ ହୋଇଥିବା ଚର୍ଚ୍ଚିତ ୟୁପିଏସ୍‌ସି ଶିକ୍ଷକ ଅଓ୍ବଧ ଓଝାଙ୍କୁ ଦଳ ପଟପଡ଼ଗଞ୍ଜ ଆସନରୁ ପ୍ରାର୍ଥୀ କରିଛି। ଭାଜପା ଏବଂ କଂଗ୍ରେସ ଛାଡ଼ି ଆପ୍‌ରେ ଯୋଗଦେଇଥିବା ଅନେକ ନେତାଙ୍କୁ ଏହି ତାଲିକାରେ ସୁଯୋଗ ମିଳିଛି। ପ୍ରଥମ ପର୍ଯ୍ୟାୟରେ ଆପ୍‌ ୧୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା। ଏହାସହ ବର୍ତ୍ତମାନ ସୁଦ୍ଧା ଦଳ ୩୧ ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ଏବେଯାଏଁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇନାହିଁ। ପ୍ରକାଶ ଯେ, ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନ ଆସନ୍ତା ଫେବୃଆରୀରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri