Posted inUncategorized

ସିସୋର୍‌ ଚିଟ୍‌ଫଣ୍ଡ ମାମଲା ମୁଖ୍ୟ ଅଭିଯୁକ୍ତ ପ୍ରଶାନ୍ତ ଦାସଙ୍କ ଆବେଦନ ଖାରଜ

କଟକ,୧୫।୭ (କାର୍ତ୍ତିକ ସାହୁ): ସିସୋର୍‌ ଚିଟ୍‌ଫଣ୍ଡ ସଂସ୍ଥାର ମୁଖ୍ୟ ପ୍ରଶାନ୍ତ ଦାସଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ପ୍ରଶାନ୍ତଙ୍କ ବିରୋଧରେ ରାଜ୍ୟର ବିଭିନ୍ନ ଥାନାରେ ଥିବା ୧୯ଟି ମାମଲା ସିବିଆଇ ଅଦାଲତରେ ଶୁଣାଣି ପାଇଁ ପ୍ରଶାନ୍ତ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ମାମଲାର ଶୁଣାଣି କରି ପ୍ରଶାନ୍ତଙ୍କ ବିରୋଧରେ ଥିବା ୧୯ଟି ମାମଲା ସିବିଆଇ ଅଦାଲତକୁ ଯାଇପାରିବ ନାହିଁ ବୋଲି ସ୍ପଷ୍ଟ ହୋଇଛି। ସୂଚନାଯୋଗ୍ୟ, ସିସୋର୍‌ ଚିଟଫଣ୍ଡ୍‌ ମାମଲାରେ ପ୍ରଶାନ୍ତଙ୍କ ବିରୋଧରେ ବିଭିନ୍ନ ଥାନାରେ ୪୧ଟି ମାମଲା ରୁଜୁ ହୋଇଥିଲା। ସିବିଆଇ ଚିଟ୍‌ଫଣ୍ଡ ମାମଲାର ତଦନ୍ତ ଦାୟିତ୍ୱ ହାତକୁ ନେବାପରେ ତନ୍ମଧ୍ୟରୁ ୨୨ଟି ମାମଲା ହାତକୁ ନେଇଥିଲା। ଆଉ ୧୯ଟି ମାମଲା ଓଡ଼ିଶାର ବିଭିନ୍ନ ଥାନାରେ ରହିଛି। ଓଡ଼ିଶା ପୋଲିସ ହାତରେ ଥିବା ସମସ୍ତ ମାମଲା ସିବିଆଇକୁ ହସ୍ତାନ୍ତର ପାଇଁ ପ୍ରାର୍ଥନା କରି ପ୍ରଶାନ୍ତ ଦାସ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏଥିସହ ତାଙ୍କ ବିରୋଧରେ ଥିବା ସମସ୍ତ ମାମଲାର ଟ୍ରାଏଲ ସିବିଆଇ ଅଦାଲତରେ କରିବାକୁ ସେ ପ୍ରାର୍ଥନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ

ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri