ଆବେଦନକୁ ବର୍ଷେ ବିତିଲା, ଚାଷୀଙ୍କୁ ମିଳୁନି କ୍ଷତିପୂରଣ

କୁଜଙ୍ଗ,୨ା୧(ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକରେ ରାଜସ୍ବ ଓ କୃଷି ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ବହୁ ଚାଷୀ କ୍ଷୟକ୍ଷତି ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ୨୦୨୧ରେ ବାତ୍ୟା ଜୱାଦ୍‌ ଓ ପ୍ରବଳ ବର୍ଷା ଯୋଗୁ ଧାନ ଫସଲ ସମ୍ପୂର୍ଣ୍ଣ ଉଜୁଡିଯାଇଥିଲା। ଫଳରେ କ୍ଷୁଦ୍ର ଓ ମଧ୍ୟମ ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଭୁଶୁଡ଼ିଯାଇଥିଲା। କ୍ଷୟକ୍ଷତିର ସମ୍ମୁଖୀନ ହୋଇଥିବା କୃଷକଙ୍କୁ ସହାୟତା ଦେବାପାଇଁ ସରକାର ବିଜ୍ଞପ୍ତି ପ୍ରକାଶ କରିଥିଲେ। ବିଜ୍ଞପ୍ତି ଅନୁଯାୟୀ ଚାଷୀମାନେ ଅନ୍‌ଲାଇନରୁ ପଟ୍ଟା ବାହାର କରିବା ସହ ପାଉତି କାଟି କ୍ଷୟକ୍ଷତି ପାଇବା ପାଇଁ ରାଜସ୍ବ ବିଭାଗର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଦରଖାସ୍ତ କରିଥିଲେ। ଏନେଇ ୨୦୦ରୁ ୫୦୦ ଟଙ୍କା ଖର୍ଚ୍ଚ କରିଥିଲେ।
ମାତ୍ର ଏହାର ବର୍ଷକ ପରେ ସରକାର କ୍ଷୟକ୍ଷତି ରାଶି ପ୍ରଦାନ ପ୍ରକ୍ରିୟା ଆରମ୍ଭ କଲେ। କିନ୍ତୁ କୁଜଙ୍ଗର ବହୁ ଚାଷୀ କ୍ଷତିପୂରଣ ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏସମ୍ପର୍କରେ ରାଜସ୍ବ ବିଭାଗ ପକ୍ଷରୁ କୁହାଯାଇଛି ବିଭାଗ ପକ୍ଷରୁ କେବଳ ଦରଖାସ୍ତ ଗ୍ରହଣ କରାଯାଇଥିଲା। ମାତ୍ର ଚାଷୀ ଚିହ୍ନଟ ଦାୟିତ୍ୱ କୃଷି ବିଭାଗର। ଏ ସମ୍ପର୍କରେ ବ୍ଲକ କୃଷି ଅଧିକାରିଣୀ ଅସୀମା ମିଶ୍ର କହିଛନ୍ତି, ତାଙ୍କ ପାଖକୁ ଯେଉଁ ଫର୍ମ ଆସିଛି ତାକୁ ପଠାଇ ଦିଆଯାଇଛି। ଯେହେତୁ ଟଙ୍କା ଦେବା ଦାୟିତ୍ୱ ରାଜସ୍ବ ବିଭାଗର, କାହିଁକି ଦେଇନାହାନ୍ତି ସେସମ୍ପର୍କରେ ସେ କିଛି କହିପାରିବେ ନାହିଁ। ଏ ପ୍ରସଙ୍ଗରେ ତହସିଲଦାର ପ୍ରୀତିପର୍ଣ୍ଣା ମିଶ୍ରଙ୍କୁ ପଚାରିବାରେ କୁହନ୍ତି, କେତେଜଣ ଚାଷୀ କାହିଁକି କ୍ଷତି ପୂରଣ ପାଇଲେ ନାହିଁ ସେ ସମ୍ପର୍କରେ ଆଲୋଚନା ହେବା ପରେ ସ୍ପଷ୍ଟ ହେବ। ସୂଚନାଯୋଗ୍ୟ, କ୍ଷତି ପୂରଣ ରାଶି ପାଇବା ପାଇଁ ଯେଉଁ ଦରଖାସ୍ତ ହୋଇଥିଲା ତା’ର ପ୍ରମାଣ ପତ୍ର ରାଜସ୍ବ ବିଭାଗ ପକ୍ଷରୁ କୃଷକଙ୍କୁ ଦିଆଯାଇନାହିଁ। ତେଣୁ ସମସ୍ତ ଦରଖାସ୍ତର ଭଲ ଭାବେ ଯାଞ୍ଚ କରି ଚାଷୀମାନେ କିପରି କ୍ଷୟକ୍ଷତି ପାଇପାରିବେ ସେଥିପାଇଁ ଉଭୟ ବିଭାଗ ତପତ୍ରତା ପ୍ରକାଶ କରି ପରବର୍ତ୍ତୀ ପଦକ୍ଷେପ ନେବାକୁ ପୂର୍ବତନ ସରପଞ୍ଚ ବିଜୟ ଖଟେଇ, ଯୁବନେତା ଶୁଭ୍ରକାନ୍ତ ସାମନ୍ତରାୟ ଓ ମାଟି ସୁରକ୍ଷା ମଞ୍ଚର ସଂଯୋଜକ ହୃଷୀକେଶ ନାଥ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri