Posted inଜାତୀୟ

ସୀମା ସ୍ଥିତି ଅନୁଧ୍ୟାନ କଲେ ସେନାମୁଖ୍ୟ

ନୂଆଦିଲ୍ଲୀ,୪ା୯(ପି.ଟି.) :ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌. ନରଓ୍ବଣେ ଗୁରୁବାର ଲଦାଖକୁ ଦୁଇଦିନିଆ ଗସ୍ତରେ ଯାଇ ଉକ୍ତ ଅଞ୍ଚଳର ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି। ନିକଟରେ ଚାଇନା ସେନା ପୋଙ୍ଗୟାଙ୍ଗ ହ୍ରଦର ଦକ୍ଷିଣ ପାର୍ଶ୍ୱରେ ସ୍ଥିତାବସ୍ଥା ବଦଳାଇବା ପାଇଁ ଉଦ୍ୟମ କରିଥିଲା, ଯାହାକୁ ଭାରତୀୟ ଯବାନମାନେ ପଣ୍ଡ କରିଦେଇଥିଲେ। ଏହା ପରେ ସେନାମୁଖ୍ୟଙ୍କର ଉକ୍ତ ଅଞ୍ଚଳକୁ ପ୍ରଥମ ଗସ୍ତ। ଜେନେରାଲ ନରଓ୍ବଣେ ସେଠାରେ ଶୀର୍ଷ ସେନା କମାଣ୍ଡରମାନଙ୍କଠାରୁ ସ୍ଥିତି ସମ୍ପର୍କରେ ବୁଝିବା ସହ ଉକ୍ତ ଅଞ୍ଚଳରେ ସେନା ମୁତୟନ ଓ ଯୁଦ୍ଧ ପ୍ରସ୍ତୁତି ନେଇ ସମୀକ୍ଷା କରିବେ ବୋଲି ସରକାରୀ ସୂତ୍ରରୁ ଜଣାପଡିଛି।
ସୀମାରେ ଚାଇନା ସୈନ୍ୟଙ୍କ ଗତିବିଧି ବଢ଼ୁଥିବା ସୋମବାର ଭାରତୀୟ ସେନା ପକ୍ଷରୁ କୁହାଯାଇଥିଲା। ସେମାନେ ଅଗଷ୍ଟ ୨୯-୩୦ ରାତିରେ ପୋଙ୍ଗୟାଙ୍ଗ ହ୍ରଦର ଦକ୍ଷିଣ ପାର୍ଶ୍ୱରେ ଏକପାଖିଆ ଭାବେ ସ୍ଥିତାବସ୍ଥା ବଦଳାଇବା ପାଇଁ ଉଦ୍ୟମ କରିଥିଲେ। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ଉତ୍ତେଜନାପୂର୍ଣ୍ଣ କାର୍ଯ୍ୟରେ ଲିପ୍ତ ଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ ମଙ୍ଗଳବାର କହିଥିଲେ।
ଚାଇନା ସହ ସୀମାରେ ଉତ୍ତେଜନା ବଢ଼ିଚାଲିଥିବାବେଳେ ବାୟୁସେନା ମୁଖ୍ୟ ଏୟାର ଚିଫ୍‌ ମାର୍ଶାଲ ଆର୍‌.କେ.ଏସ୍‌. ଭଦୌରିଆ ଅରୁଣାଚଳପ୍ରଦେଶ ଓ ସିକିମ୍‌ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖାରେ ବାୟୁସେନାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ବୁଧବାର ଭଦୌରିଆ ପୂର୍ବାଞ୍ଚଳ ଏୟାର କମାଣ୍ଡ ଅନ୍ତର୍ଗତ ଫ୍ରଣ୍ଟଲାଇନ ଏୟାରବେସ୍‌ ପରିଦର୍ଶନ କରିଥିଲେ। ଏହି ଏୟାର କମାଣ୍ଡର ମୁଖ୍ୟାଳୟ ଶିଲଂରେ ରହିଛି। ଏହା ସିକିମ୍‌, ଅରୁଣାଚଳପ୍ରଦେଶ ଅନ୍ତର୍ଗତ ଏଲ୍‌ଏସିର ସମ୍ବେଦନଶୀଳ ଅଞ୍ଚଳ ସମେତ ଅନ୍ୟାନ୍ୟ ଅଞ୍ଚଳର ଆକାଶମାର୍ଗର ସୁରକ୍ଷା କରିଥାଏ। ନିକଟରେ ଚାଇନାର ଅନୁପ୍ରବେଶ ଉଦ୍ୟମ ପରେ ୩୪୦୦ କିଲୋମିଟର ବ୍ୟାପୀ ଏଲ୍‌ଏସିର ସମସ୍ତ ମୁଖ୍ୟ ବେସ୍‌କୁ ଅଧିକ ସତର୍କ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?