ସେନା ନେଲାଣି ୭୦ ଜୀବନ

ନାପିତାଓ, ୧୨ା୩: ଗଣତନ୍ତ୍ର ସପକ୍ଷବାଦୀ ଅଙ୍ଗ୍‌ ସାନ ସ୍ୟୁ ଚୀଙ୍କ ସରକାରକୁ ହଟାଇ ଶାସନ ମାଡ଼ିବସିଥିବା ସେନା ବିରୋଧରେ ମ୍ୟାନମାରରେ ଆନ୍ଦୋଳନ ଜାରି ରହିଥିବାବେଳେ ବିକ୍ଷୋଭ ହଟାଇବାକୁ ସାମରିକ ବଳର ବର୍ବରତା ସୀମା ଟପିବାରେ ଲାଗିଛି। ସେନା ଗୁଳିରେ ଗୁରୁବାର ଆଉ ୧୦ ଆନ୍ଦୋଳନକାରୀଙ୍କ ଜୀବନ ଯାଇଛି। ଫେବୃୟାରୀ ୧ରୁ ଏବେ ଯାଏ ସାମରିକ କାର୍ଯ୍ୟାନୁଷ୍ଠାନରେ ପ୍ରାୟ ୭୦ ଜଣଙ୍କ ମୃତ୍ୟୁ ଘଟିଲାଣି। ମ୍ୟାନମାରରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଚାଲିଥିବାବେଳେ ବିକ୍ଷୋଭକାରୀଙ୍କ ଉପରେ ସୁରକ୍ଷାବଳର ଏଭଳି ବର୍ବରତାକୁ ଜାତିସଂଘ ସୁରକ୍ଷା ପରିଷଦ ପକ୍ଷରୁ ନିନ୍ଦା କରାଯାଇଛି। ସେଠାକାର ସେନା ସଂଯମତା ରକ୍ଷା କରି ଏଭଳି କାର୍ଯ୍ୟରୁ ନିବୃତ୍ତ ରହିବା ସହ ଗିରଫ କରିଥିବା ଲୋକଙ୍କୁ ମୁକ୍ତ କରିବାକୁ ପରିଷଦ ପକ୍ଷରୁ ପରାମର୍ଶ ଦିଆଯାଇଥିଲା। ହେଲେ ସେନା ଏହାକୁ ବେଖାତିର କରି ନରସଂହାର ଜାରି ରଖିଛି।
ଲଣ୍ଡନସ୍ଥିତ ଅନ୍ତର୍ଜାତୀୟ ମାନବାଧିକାର ସଙ୍ଗଠନ ଆମେନ୍‌ଷ୍ଟି ଇଣ୍ଟରନ୍ୟାଶନାଲ ଗୁରୁବାର ଏକ ରିପୋର୍ଟରେ କହିଛି, ବିକ୍ଷୋଭକାରୀଙ୍କୁ ହଟାଇବା ପାଇଁ ସେନା ଘାତକ ରଣନୀତି ପ୍ରସ୍ତୁତ କରିଛି। ସେମାନଙ୍କ ଉପରେ ଗୁଳିଚାଳନା ଓ ବ୍ୟାପକ ଅସ୍ତ୍ରଶସ୍ତ୍ର ଦ୍ୱାରା ଆକ୍ରମଣ ହେଉଛି। ବିକ୍ଷୋଭକାରୀଙ୍କ ବିରୋଧରେ ନ୍ୟାୟ ବହିର୍ଭୂତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ହସ୍ତଗତ ହୋଇଥିବା ପ୍ରାୟ ୫୦ ଭିଡିଓରୁ ଏହି ସଙ୍ଗଠନ ଜାଣିବାକୁ ପାଇଛି। ଅନ୍ୟପକ୍ଷରେ ସ୍ୟୁ ଚୀଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ ଆଣିଛି ମ୍ୟାନମାର ସେନା। ରାଜଧାନୀ ନାପିତାଓରେ ଏକ ଖବରଦାତା ସମ୍ମିଳନୀ କରି ସେନା ମୁଖପାତ୍ର ଜ ମିନ୍‌ ତୁନ୍‌ କହିଛନ୍ତି, ୟାଙ୍ଗୁନ ଡିଭିଜନ ମୁଖ୍ୟମନ୍ତ୍ରୀ ଫିଓ ମିନ୍‌ ଥେନ୍‌ଙ୍କଠାରୁ ସ୍ୟୁ ଚୀ ୨୦୧୭-୧୮ରେ ବେଆଇନ ଭାବେ ୬ ଲକ୍ଷ ଆମେରିକୀୟ ଡଲାର ଏବଂ ସୁନା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri