ନିଲାମ ହେଲା ଅର୍ପଣ ଚାଉଳ, ଏତେ କୋଟି ଟଙ୍କାରେ ହେଲା ବିକ୍ରି…

ଭୁବନେଶ୍ୱର,୪।୧୦: ନିଲାମ ହେଲା ଅର୍ପଣ ଚାଉଳ। ପରିକ୍ରମା ପ୍ରକଳ୍ପବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା। କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ। ଅର୍ପଣ ଚାଉଳ ନିଲାମ ନେଇ ସୂଚନା ଦେଲେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ଆଜି ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ନିଲାମ ହେଲା। ୨ କୋଟି ୮୬ ଲକ୍ଷ ଟଙ୍କାରେ ସମୁଦାୟ ଚାଉଳ ନିଲାମ ହେଲା।

ଦୀର୍ଘଦିନ ଧରି ଅର୍ପଣ ଚାଉଳକୁ ନେଇ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଅର୍ପଣ ଚାଉଳକୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ବ୍ୟବହାର କରାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗଚ୍ଛିତ ଥିବା ଅର୍ପଣ ଚାଉଳର ମାନ ପରୀକ୍ଷା କରାଯାଇଛି। ଏହା ଯଦିଓ ମଣିଷ ଖାଦ୍ୟ ଉପଯୋଗୀ ତେବେ ଏହା ‘ବି’ କାଟେଗୋରିରେ ଆସୁଥିବା ମାନ ଯାଞ୍ଚକାରୀଙ୍କ ସୂତ୍ରରୁ ସୂଚନା ମିଳିଛି। ତେଣୁ ନିଷ୍ପତ୍ତି ଅନୁସାରେ ଏହି ଚାଉଳକୁ ନିଲାମ କରାଯାଇ ତାହାର ବିକ୍ରି ଲବ୍ଧ ଅର୍ଥକୁ ଶ୍ରୀମନ୍ଦିରକୁ ଦାନ କରାଯିବ ବୋଲି ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୋମବାର ଆବାସିକ କାର୍ଯ୍ୟାଳୟରେ ସୂଚନା ଦେଇଛନ୍ତି। ଏହି ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ ହେବ। କାରଣ ଅଧିକ ଦିନ ରହିଲେ ଚାଉଳର ମାନରେ ପ୍ରଭାବ ପଡ଼ିବ। ତେଣୁ ଆବଶ୍ୟକ ପ୍ରକ୍ରିୟା ପାଇଁ ଜିଲା ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜିଲାପାଳ ସ୍ବାଇଁ କହିଛନ୍ତି।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ତତ୍କାଳୀନ ବିଜେଡି ସରକାରଙ୍କ ପକ୍ଷରୁ ଅର୍ପଣ ରଥ ସାରା ରାଜ୍ୟରେ ବୁଲି ଭକ୍ତଙ୍କ ଠାରୁ ଚାଉଳ, ଗୁଆ, ଟଙ୍କା ଆଦି ଦାନ ସୂତ୍ରରେ ସଂଗ୍ରହ କରାଯାଇଥିଲା। ପରବର୍ତ୍ତୀ ସମୟରେ ସଂଗୃହୀତ ଅର୍ପଣ ଚାଉଳକୁ ନେଇ ବିବାଦ ଦେଖାଦେଇଥିଲା। ଶେଷରେ ସରକାର ଏବଂ ସୁଆର ମହାସୁଆର ନିଯୋଗର ନିଷ୍ପତ୍ତି ଅନୁଯାୟୀ ଉକ୍ତ ଚାଉଳରେ କାନିକା ଓ ଖେଚୁଡି ପ୍ରସ୍ତୁତ କରାଯାଇ ଭକ୍ତଙ୍କୁ ବଣ୍ଟାଯାଇଥିଲା। ତେବେ ର୍ନିବାଚନ ପରେ ସରକାର ପରିବର୍ତ୍ତନ ହେବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେହି କାନିକା, ଖେଚୁଡ଼ି ବଣ୍ଟନ ବନ୍ଦ କରିଦିଆଯାଇଥିଲା। ଫଳରେ ବଳକା ରହିଥିବା ଚାଉଳ ସେହିପରି ପଡ଼ିରହି ନଷ୍ଟ ହେଉଥିଲା। ବିଭିନ୍ନ ମହଲରେ ଏନେଇ ଅସନ୍ତୋଷ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ଉକ୍ତ ଚାଉଳକୁ ମିଲ୍କୁ ପଠାଯାଇଥିଲା। ତେବେ ବାକି ରହିଥିବା ଚାଉଳକୁ ନେଇ ଆଶଙ୍କା ପ୍ରକାଶ ପାଇଥିଲା। ତେବେ ସୋମବାର ଜିଲାପାଳ କହିଛନ୍ତି, ଯେଉଁ ଚାଉଳ ବଳକା ରହିଯାଇଛି ତାହା ମହାପ୍ରସାଦ ହେବା ଯୋଗ୍ୟ ନୁହେଁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ବୈଠକ କରାଯାଇ ରାଜ୍ୟ ସରକାରଙ୍କୁ କିଛି ପ୍ରସ୍ତାବ ଅନୁମୋଦନ ନିମନ୍ତେ ପ୍ରଦାନ କରାଯାଇଥିଲା। ସରକାର ସମସ୍ତ ଘଟଣାକୁ ଅନୁଧ୍ୟାନ କରି ଅନୁମୋଦନ ଦେଇଛନ୍ତି। ସରକାରଙ୍କ ଅନୁମୋଦନ ଆସିବା ପରେ ରବିବାର ଏକ ବୈଠକ ହୋଇଥିଲା। ଗଚ୍ଛିତ ଥିବା ଅର୍ପଣ ଚାଉଳର ମାନ ପରୀକ୍ଷା କରାଯାଇଥିଲା। ଏହା ଯଦିଓ ମଣିଷ ଖାଦ୍ୟ ଉପଯୋଗୀ ତେବେ ଏହାକୁ କୌଣସି ଅନୁଷ୍ଠାନକୁ ପ୍ରଦାନ କରାଯିବ ନାହିଁ। ନିଷ୍ପତ୍ତି ଅନୁସାରେ ଏହି ଚାଉଳକୁ ନିଲାମ କରାଯାଇ ତାହାର ବିକ୍ରି ଲବ୍ଧ ଅର୍ଥକୁ ଶ୍ରୀମନ୍ଦିରକୁ ଦାନ କରାଯିବ। ଟେଣ୍ଡର ମାଧ୍ୟମରେ ଚାଉଳ ବିକ୍ରି କରାଯିବ। ଖୁବ୍ଶୀଘ୍ର ମିଲର୍‌ କିମ୍ବା ବ୍ୟକ୍ତିବିଶେଷ ଟେଣ୍ଡର ଯୋଗେ କିଣିବା ସହ ସ୍ପଟ ଭିଜିଟ ମଧ୍ୟ କରିପାରିବେ ବୋଲି ଜିଲାପାଳ କହିଛନ୍ତି। ଅନ୍ୟପକ୍ଷରେ ସୁଆର ମହାସୁଆର ନିଯୋଗ ସଭାପତି ପଦ୍ମନାଭ ମହାସୁଆର କହିଛନ୍ତି, ସରକାର ଯେତିକି ଚାଉଳ ଦେଇଥିଲେ, ସେଥିରୁ ପ୍ରାୟ ୪ହଜାର କୁଇଣ୍ଟାଲ ଚାଉଳରେ କାନିକା ଓ ଖେଚୁଡ଼ି କରି ଭକ୍ତଙ୍କୁ ବଣ୍ଟାଯାଇଛି। ଯାହା କିଛି ରହିଯାଇଥିଲା, ତାହାକୁ ପ୍ରୋସେସିଂ ନିମନ୍ତେ ମିଲକୁ ପଠାଯାଇଥିଲା। ସେଗୁଡିକ ଭଲ ରହିଛି। ପ୍ରଶାସନ ଯଦି ନିର୍ଦ୍ଦେଶ ଦେବ ସେଥିରୁ କାନିକା, ଖେଚୁଡ଼ି କରି ଭକ୍ତଙ୍କୁ ବଣ୍ଟାଯିବ। ତେବେ ଯେଉଁ ସମୟରେ ଭକ୍ତଙ୍କୁ ବଣ୍ଟାଯାଉଥିଲା, ସେ ସମୟରେ ଯଦି ବନ୍ଦ କରାଯାଇ ନ ଥାନ୍ତା ତେବେ ଚାଉଳରେ କାନିକା ଖେଚୁଡି ପ୍ରସ୍ତୁତ ହୋଇ ବଣ୍ଟାଯାଇପାରିଥାନ୍ତା। ଭକ୍ତଙ୍କୁ ମହାପ୍ରସାଦ ବଣ୍ଟାଯିବା ନେଇ ବ୍ୟବସ୍ଥା କରିବେ ବୋଲି ଆଇନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଶାସନ ଚାହିଁଲେ ପୁଣିଥରେ ତାହା ବଣ୍ଟା ଯାଇପାରିବ ବୋଲି ମହାସୁଆର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri