ଚିଲିକାରେ ବିଦେଶୀ ପକ୍ଷୀଙ୍କ ଆଗମନ

ବାଲୁଗାଁ,୩।୧୧(ଡି.ଏନ୍‌.ଏ.): ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇଥିବା ବେଳେ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ସୂଚନା ଅନୁଯାୟୀ, ସୋମବାର ସୁଦ୍ଧା ଚିଲିକାକୁ ୧୫ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ ଆସିଛନ୍ତି। ତନ୍ମଧ୍ୟରୁ ପକ୍ଷୀ ଅଭୟାରଣ୍ୟ ନଳବଣ ଅଞ୍ଚଳରେ ୬୨୪୩ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ଚିଲିକାରେ ଶୀତ ଦିନେ ପ୍ରାୟ ୧୬୦ରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀଙ୍କ ସମାଗମ ହେଉଥିବା ବେଳେ ବର୍ତ୍ତମାନ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ୩୧ପ୍ରଜାତିର ପକ୍ଷୀଙ୍କ ଆଗମନ ହୋଇଛି। ସେଥିମଧ୍ୟରୁ ୟୁରାସିଆନ୍‌ ୱିଜିଅନ୍‌ ୨୬୪୩, ଗଡଓ୍ବାଲ ୨୪୫୮, ନର୍ଦନ୍‌ ପିଣ୍ଟେଲ୍‌ ୧୫୩୨, ସୋଭଲର ୧୧୦୦, କମନକୁଟ୍‌ ୯୪୫, ବ୍ରାହ୍ମିଣ ସେଲଡକ୍‌ ୫୦ରୁ ଊର୍ଦ୍ଧ୍ୱ ଏବଂ ଚିଲିକାକୁ ଶୋଭାବର୍ଦ୍ଧନ କରୁଥିବା ଆକର୍ଷଣୀୟ ଗ୍ରେଟର ଫ୍ଲେମିଙ୍ଗୋ ୨୦(ଏରା ପକ୍ଷୀ) ଆଦି ପ୍ରଜାତିର ପକ୍ଷୀଙ୍କ ଆଗମନ ହୋଇଛି। ବର୍ତ୍ତମାନ ସୁଦ୍ଧା ବିଦେଶାଗତ ଓ ସ୍ଥାନୀୟ ମୋଟ୍‌ ୫୮ପ୍ରଜାତିର ୩୪ହଜାରରୁ ଊର୍ଦ୍ଧ୍ୱ ପକ୍ଷୀଙ୍କ ସମାଗମ ହୋଇଛି। ଅନ୍ୟପକ୍ଷରେ ପକ୍ଷୀଙ୍କ ସୁରକ୍ଷା ପାଇଁ ୧୯ଟି କ୍ୟାମ୍ପ ଓ ଦୁଇଟି ଭ୍ରାମ୍ୟମାଣ ସ୍କ୍ବାଡ୍‌ ଗଠନ କରାଯାଇଛି। ଟାଙ୍ଗୀ ରେଞ୍ଜରେ ସର୍ବାଧିକ ୧୦ଟି କ୍ୟାମ୍ପ, ନଳବଣରେ ୪, ସାତପଡ଼ାରେ ୨, ରମ୍ଭା ୨ ଓ ଚିଲିକାରେ ଗୋଟିଏ କ୍ୟାମ୍ପ କରାଯାଇଛି। ଗୋଟିଏ ସ୍କ୍ବାଡ୍‌ ନଳବଣ ଅଞ୍ଚଳରେ ଏବଂ ଅନ୍ୟଟି ବାଲୁଗାଁଠାରୁ ଟାଙ୍ଗୀ ମଧ୍ୟରେ ଥିବା ବିଭିନ୍ନ ଢାବା ଓ ହୋଟେଲରେ ଚଢ଼ାଉ ପାଇଁ ନିୟୋଜିତ କରାଯାଇଛି। ପ୍ରତ୍ୟେକ କ୍ୟାମ୍ପ୍‌ରେ ଗୋଟିଏ ଲେଖାଏ ଯନ୍ତ୍ରଚାଳିତ ବୋଟ୍‌ ସମେତ ଜଣେ ବନପାଳ କିମ୍ବା ବନରକ୍ଷୀ ଏବଂ ଚିଲିକା ତଟବର୍ତ୍ତୀ ଗ୍ରାମ ପକ୍ଷୀ ସୁରକ୍ଷା ମଞ୍ଚର ୩ଜଣ ଲେଖାଏ ସଦସ୍ୟ ସାମିଲ୍‌ ହୋଇଛନ୍ତି। ଚିଲିକା ତଟବର୍ତ୍ତୀ ଗ୍ରାମଗୁଡ଼ିକରେ ପକ୍ଷୀ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସଚେତନମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ଏସିଏଫ୍‌ ଶରତ କୁମାର ମିଶ୍ର କହିଛନ୍ତି। ସୂଚନାଥାଉ କି, ଗତବର୍ଷ ସମଗ୍ର ଚିଲିକାରେ ୧୧ଲକ୍ଷ ୪୦ହଜାର ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଥିବା ବିଭାଗୀୟ ଗଣନାରୁ ଜଣାପଡ଼ିଥିଲା। ଚଳିତବର୍ଷ ପାଗ ଅନୁକୂଳ ରହିଲେ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ପକ୍ଷୀ ବିଶେଷଜ୍ଞ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri