ପାର୍ବଣର ଆଗମନ: କାଶତଣ୍ଡୀ ଫୁଲରେ ସଜେଇ ହୋଇଛି ପ୍ରକୃତି ରାଣୀ

ବୁଗୁଡ଼ା,୨୪।୯(କାଳିଚରଣ ଦାଶ): କାଶତଣ୍ଡି ଫୁଲ ଶରତ ଋତୁରେ ପ୍ରକୃତିର ଏକ ବିଚିତ୍ର ସୃଷ୍ଟି । ଶରତର ଆଗମନ ପରେ ଏବେ ସବୁଠି କାଶତଣ୍ଡିର ସମ୍ଭାର ଦେଖିବାକୁ ମିଳେ। ସ୍ଥାନୀୟ ଅଞ୍ଚଳର ରାସ୍ତାକଡ ହେଉ କି ନଈପଠା, ଏପରିକି ବିଲହିଡରେ ମଧ୍ୟ କାଶତଣ୍ଡି ଶୋଭା ପାଉଛି। ସତେ ଯେମିତି କାଶତଣ୍ଡି ଜଗତଜନନୀ ମା’ ଦୁର୍ଗାଙ୍କ ଆଗମନକୁ ଚାହିଁ ରହିଛି । ଆଉ ପ୍ରକୃତିର ଏହି ରୂପ ସମସ୍ତଙ୍କୁ ଆନମନା କରିଛି ।
ଆସିଛି ପାର୍ବଣ, ଆଉ କିଛିଦିନ ପରେ ଧରାବତରଣ କରିବେ ଜଗତ ଜନନୀ ମା’ଦୁର୍ଗା ଏବଂ ମା’ଙ୍କୁ ସ୍ବାଗତ କରିବାକୁ ବାହୁ ମେଲାଇ ବସିଲାଣି କାଶତଣ୍ଡି ଫୁଲ। ବିଲବାଡ଼ି, ନଈପଠା ଓ ରାସ୍ତାଘାଟ ସବୁଠି ପସରା ମେଲୁଛି କାଶତଣ୍ଡି। ସୁଲୁସୁଲିଆ ପବନରେ ଦୋହଲୁଥିବା କାଶତଣ୍ଡିକୁ ଦେଖି କ୍ଷଣିକ ପାଇଁ ଲୋକେ ଅଟକି ଯାଉଛନ୍ତି । ଅନ୍ୟପକ୍ଷରେ କବି ମନ ଉଚ୍ଛନ୍ନ ହେଉଛି ଏବଂ ସେ ନିଜ କବିତା ମାଧ୍ୟମରେ ପ୍ରକୃତି ରାଣୀର ଅପୂର୍ବନୀୟ ଶୋଭାରାଜି ବର୍ଣ୍ଣନା କରୁଛି। ଏହି କଥା ସତ ଯେ, କାଶତଣ୍ଡି ଫୁଲର ମହକ ନାହିଁ, କିନ୍ତୁ ଏହାର ଅପରୂପ ସୌନ୍ଦର୍ଯ୍ୟ ସମସ୍ତଙ୍କୁ ବିମୋହିତ କରିଥାଏ। ଏହି ଫୁଲ ଓଡ଼ିଆ ସଂସ୍କୃତି ସହ ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ବିଶେଷ କରି ରେଖାପଞ୍ଚମୀରେ କାଶତଣ୍ଡି ଫୁଲ ଗୁଚ୍ଛକୁ କବାଟରେ ବାନ୍ଧି ପୂଜା କରାଯାଏ। ତେବେ ଏହା ହିଁ ଲାସ୍ୟମୟୀ ପ୍ରକୃତିର ଜନସମାଜ ପ୍ରତି ଅବଦାନ କହିଲେ ଅତ୍ୟୁକ୍ତି ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri