Posted inଜାତୀୟ

‘ମିଛ କହିବାର କଳା ମୋଦି ଜୀଙ୍କୁ ଆସେ’

ପାଟନା,୧୧।୮: ବିହାରରେ ପୁଣି ମହାମେଣ୍ଟ ସରକାର ଗଠନ କରାଯାଇଛି। ଅଷ୍ଟମଥର ପାଇଁ ନୀତୀଶ କୁମାର ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ପୂର୍ବରୁ ବିରୋଧୀ ଦଳର ନେତା ଥିବା ତେଜସ୍ବୀ ଯାଦବ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ତେଜସ୍ବୀ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଟନା ଗସ୍ତ ସମୟରେ ପାଟନା ବିଶ୍ୱବିଦ୍ୟାଳୟ କେନ୍ଦ୍ରୀୟ ମାନ୍ୟତା ଦେବାକୁ ନୀତୀଶ ଜୀ ଅନୁରୋଧ କରିଥିଲେ। କିନ୍ତୁ ଏହା ଗ୍ରହଣ କରାଯାଇ ନ ଥିଲା। ବିହାରକୁ ସ୍ବତନ୍ତ୍ର ପ୍ୟାକେଜ ଦେବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ, କିନ୍ତୁ କିଛି ଏପର୍ଯ୍ୟନ୍ତ ମିଳିନାହିଁ। ମିଛ କହିବା କଳା କେବଳ ମୋଦି ଜୀ ଏବଂ ଭାଜପାକୁ ଆସେ। ଅନ୍ୟ ରାଜ୍ୟରେ ଭାଜପା ଯେଉଁ ଭୟଭୀତ ନୀତି ଗ୍ରହଣ କରିଛି ତାହା ବିହାରରେ ଲାଗୁ କରିବାକୁ ଚେଷ୍ଟା କରିଥିଲା। କିନ୍ତୁ ଏଠାରେ ତାହା ସଫଳ ହୋଇ ନ ଥିଲା।
ତେଜସ୍ବୀ ଆହୁରି ମଧ୍ୟ କହିଛନ୍ତି,ଆମେ କେବଳ ପ୍ରତିଶ୍ରୁତି ଦେବାରେ ନୁହେଁ, ତାହାକୁ ପାଳନ କରିବାରେ ବିଶ୍ୱାସ କରୁ। ଲୋକଙ୍କୁ ଚାକିରି ଯୋଗାଇବା ଆମର ପ୍ରାଥମିକତା। ବିହାରର ଲୋକମାନେ ଆମକୁ କ୍ଷମତାରେ ଚାହୁଁଥିଲେ ଏବଂ ଆମେ ଫେରି ଆସିଛୁ।
ସୂଚନାଯୋଗ୍ୟ, ବିହାରରେ ୨୦୧୭ରେ ଭାଜପା ସମର୍ଥନରେ ଜେଡିୟୁ ସରକାର ଗଢ଼ିବା ପରଠାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା କ୍ରମାଗତ ଭାବେ ପରସ୍ପରକୁ କଟାକ୍ଷ କରିଆସୁଥିଲେ। କିନ୍ତୁ ଗତ କିଛିଦିନ ହେଲା ତାହା ଚରମ ସ୍ଥିତିରେ ପହଞ୍ଚତ୍ ଥିବାବେଳେ ରାଜ୍ୟରେ ଏନ୍‌ଡିଏ ମେଣ୍ଟ ଭାଙ୍ଗି ଯାଇଥିଲା। ଜେଡିୟୁର ଅଭିଯୋଗ ଥିଲା ଦଳ ଭିତରେ ନୀତିଶଙ୍କ ପତିଆରା କ୍ଷୁଣ୍ଣ କରିବାକୁ ଭାଜପା ଉଦ୍ୟମ ଚଳାଇଥିଲା। ଶେଷରେ ଭାଜପାଠାରୁ ଦୂରେଇ ନୀତୀଶ କୁମାର ଆରଜେଡି ସହ ମିଶି ରାଜ୍ୟରେ ସରକାର ଗଢିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri