Posted inଜାତୀୟ

‘ମିଛ କହିବାର କଳା ମୋଦି ଜୀଙ୍କୁ ଆସେ’

ପାଟନା,୧୧।୮: ବିହାରରେ ପୁଣି ମହାମେଣ୍ଟ ସରକାର ଗଠନ କରାଯାଇଛି। ଅଷ୍ଟମଥର ପାଇଁ ନୀତୀଶ କୁମାର ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ପୂର୍ବରୁ ବିରୋଧୀ ଦଳର ନେତା ଥିବା ତେଜସ୍ବୀ ଯାଦବ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ତେଜସ୍ବୀ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଟନା ଗସ୍ତ ସମୟରେ ପାଟନା ବିଶ୍ୱବିଦ୍ୟାଳୟ କେନ୍ଦ୍ରୀୟ ମାନ୍ୟତା ଦେବାକୁ ନୀତୀଶ ଜୀ ଅନୁରୋଧ କରିଥିଲେ। କିନ୍ତୁ ଏହା ଗ୍ରହଣ କରାଯାଇ ନ ଥିଲା। ବିହାରକୁ ସ୍ବତନ୍ତ୍ର ପ୍ୟାକେଜ ଦେବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ, କିନ୍ତୁ କିଛି ଏପର୍ଯ୍ୟନ୍ତ ମିଳିନାହିଁ। ମିଛ କହିବା କଳା କେବଳ ମୋଦି ଜୀ ଏବଂ ଭାଜପାକୁ ଆସେ। ଅନ୍ୟ ରାଜ୍ୟରେ ଭାଜପା ଯେଉଁ ଭୟଭୀତ ନୀତି ଗ୍ରହଣ କରିଛି ତାହା ବିହାରରେ ଲାଗୁ କରିବାକୁ ଚେଷ୍ଟା କରିଥିଲା। କିନ୍ତୁ ଏଠାରେ ତାହା ସଫଳ ହୋଇ ନ ଥିଲା।
ତେଜସ୍ବୀ ଆହୁରି ମଧ୍ୟ କହିଛନ୍ତି,ଆମେ କେବଳ ପ୍ରତିଶ୍ରୁତି ଦେବାରେ ନୁହେଁ, ତାହାକୁ ପାଳନ କରିବାରେ ବିଶ୍ୱାସ କରୁ। ଲୋକଙ୍କୁ ଚାକିରି ଯୋଗାଇବା ଆମର ପ୍ରାଥମିକତା। ବିହାରର ଲୋକମାନେ ଆମକୁ କ୍ଷମତାରେ ଚାହୁଁଥିଲେ ଏବଂ ଆମେ ଫେରି ଆସିଛୁ।
ସୂଚନାଯୋଗ୍ୟ, ବିହାରରେ ୨୦୧୭ରେ ଭାଜପା ସମର୍ଥନରେ ଜେଡିୟୁ ସରକାର ଗଢ଼ିବା ପରଠାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା କ୍ରମାଗତ ଭାବେ ପରସ୍ପରକୁ କଟାକ୍ଷ କରିଆସୁଥିଲେ। କିନ୍ତୁ ଗତ କିଛିଦିନ ହେଲା ତାହା ଚରମ ସ୍ଥିତିରେ ପହଞ୍ଚତ୍ ଥିବାବେଳେ ରାଜ୍ୟରେ ଏନ୍‌ଡିଏ ମେଣ୍ଟ ଭାଙ୍ଗି ଯାଇଥିଲା। ଜେଡିୟୁର ଅଭିଯୋଗ ଥିଲା ଦଳ ଭିତରେ ନୀତିଶଙ୍କ ପତିଆରା କ୍ଷୁଣ୍ଣ କରିବାକୁ ଭାଜପା ଉଦ୍ୟମ ଚଳାଇଥିଲା। ଶେଷରେ ଭାଜପାଠାରୁ ଦୂରେଇ ନୀତୀଶ କୁମାର ଆରଜେଡି ସହ ମିଶି ରାଜ୍ୟରେ ସରକାର ଗଢିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri