ଆମେରିକାରେ ପ୍ରଦର୍ଶିତ ହେଲା ଓଡ଼ିଶାର ବାନ୍ଧକଳା

ଭୁବନେଶ୍ୱର, ୮ା୧୧(ବ୍ୟୁରୋ): ଆମେରିକାର ଓ୍ବାଶିଂଟନସ୍ଥିତ କେନେଡି ସେଣ୍ଟରରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର ବାନ୍ଧକଳା। ଓଡ଼ିଶାର ହସ୍ତକଳାକୁ ନ୍ୟାଶନାଲ ଅପେରା ମଞ୍ଚ ମାଧ୍ୟମରେ ବିଶ୍ୱ ଦରବାରରେ ପହଞ୍ଚାଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଫ୍ୟାଶନ ଡିଜାଇନର ବିଭୁ ମହାପାତ୍ର। ୨ ବର୍ଷ ପରେ ଏହି ନ୍ୟାଶନାଲ ଅପେରା ଖୋଲିଥିବାବେଳେ ଗତ ଶନିବାର ଏଥିରେ ବିଭୂଙ୍କ ଦ୍ୱାରା ପ୍ରସ୍ତୁତ ଡିଜାଇନ୍‌କୁ କଳାକାରମାନେ ପରିଧାନ କରି ଦର୍ଶକଙ୍କ ମନ ଓ ହୃଦୟ ଜିଣିଛନ୍ତି। ଏହାର ଶୀର୍ଷକ ଥିଲା ‘ଗୃହାଗମନ- ସେଲିବ୍ରେଶନ ଅଫ୍‌ ରିଟର୍ଣ୍ଣ’। ଅପେରା ତାରକା ଇସାବେଲ ଲିଓନାର୍ଡ ଓଡ଼ିଶାର କଳା, ଧଳା ଓ ନାଲି ସୂତାରେ ପ୍ରସ୍ତୁତ ‘ଇକତ୍‌’ରୁ ଏକ ସୁନ୍ଦର ସ୍ଥାପତ୍ୟ ପୋଷାକ ପରିଧାନ କରିଥିଲେ। ସେହିପରି ଅପେରାର ଅନ୍ୟତମ କଳାକାର ଲରେନ୍ସ ବ୍ରାଉନ୍‌ଲି କମଳା ଓ ସ୍ବର୍ଣ୍ଣିମ ‘ଇକତ୍‌’ ପ୍ରସ୍ତୁତ ସ୍କାର୍ଫ ଏବଂ ଓଡ଼ିଶା କୋଟପାଡ଼ ରେଶମ୍‌ ନେହେରୁ ଜ୍ୟାକେଟ୍‌ ପରିଧାନ କରିଥିଲେ। ଫ୍ୟାଶନ ଡିଜାଇନର ବିଭୁଙ୍କ ‘ଇକତ୍‌’ ବାନ୍ଧକଳା ବିଶ୍ୱ ଦରବାରରେ ଫ୍ୟାଶନ ରୂପେ ଆଦୃତ ହୋଇ ଓଡ଼ିଶାର ଅନୁପମ ହସ୍ତତନ୍ତ ଓ ଅପୂର୍ବ ବୟନଶିଳ୍ପକୁ ସାରା ବିଶ୍ୱ ବଜାରରେ ଆଦୃତ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଆଶା କରାଯାଉଛି। ଅପରପକ୍ଷେ ଓଡ଼ିଶାର ବୟନ ଶିଳ୍ପକୁ ଆମେରିକାରେ ସ୍ଥାନ ଦେଇଥିବାରୁ ବିଭୁ ମହାପାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ଏହାଦ୍ୱାରା ବୟନ ଶିଳ୍ପ ଅଧିକ ଲୋକପ୍ରିୟ ହେବା ସହ ବିଶ୍ୱସ୍ତରରେ ପହଞ୍ଚତ୍ପାରିବ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ ମାଧ୍ୟମରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri