କାର୍ଯ୍ୟକ୍ଷମ ହେବ କଳାକୃତି ଗ୍ରାମ

ଢେଙ୍କାନାଳ ଅଫିସ,୧୮।୧ ଢେଙ୍କାନାଳ ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତ ନବଜୀବନପୁରରେ ପରିତ୍ୟକ୍ତ ଅବସ୍ଥାରେ ଥିବା କଳାକୃତି ଗ୍ରାମ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଦୀର୍ଘଦିନର ନୀରବତା ପରେ ଏଥିଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ସୋମବାର ଅପରାହ୍ନରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ସୂଚନାଯୋଗ୍ୟ, ନବଜୀବନପୁର ଅଞ୍ଚଳର ଡୋକ୍ରା ହସ୍ତଶିଳ୍ପ କାରିଗରଙ୍କୁ ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କ ହାତ ତିଆରି ସାମଗ୍ରୀ ସୁବିଧାରେ ବିକ୍ରିବଟା ଲାଗି ନବଜୀବନପୁରରେ ୨ବର୍ଷ ତଳେ ୫କୋଟି ୧୨ଲକ୍ଷ ୮୪ହଜାର ଟଙ୍କା ବ୍ୟୟରେ କଳାକୃତି ଗ୍ରାମ ନିର୍ମାଣ କରାଯାଇଥିଲା। ଏହି ପ୍ରକଳ୍ପ ଆନୁକୂଲ୍ୟରେ କଳାକୃତି ପ୍ରଦର୍ଶନ ଲାଗି ପ୍ରଦର୍ଶନୀ ହଲ, ବିଭିନ୍ନ ଆଲୋଚନା ଓ ସମୀକ୍ଷା ପାଇଁ ସମ୍ମିଳନୀ କକ୍ଷ ଏବଂ ବ୍ୟବସାୟ ପାଇଁ ୨୭ ଦୋକାନ ଘର ତିଆରି କରାଯାଇଛି। ତେବେ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ରୂପ ପାଇସାରିଥିବା ସତ୍ତ୍ୱେ ପରିଚାଳନାଗତ ଅବ୍ୟବସ୍ଥା କାରଣରୁ କଳାକୃତି ଗ୍ରାମ ପରିତ୍ୟକ୍ତ ହୋଇପଡ଼ିଛି। ପ୍ରଥମେ ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱ ପଞ୍ଚାୟତକୁ ପ୍ରଦାନ କରାଯାଇଥିଲା। ହେଲେ ପଞ୍ଚାୟତ କର୍ତ୍ତୃପକ୍ଷ ଓହରିଯିବା ପରେ ଏହାର ପରିଚାଳନା ଦାୟିତ୍ୱ ପର୍ଯ୍ୟଟନ ବିଭାଗକୁ ଦିଆଯାଇଥିଲା। ହେଲେ ବିଭିନ୍ନ କାରଣରୁ ତାହା ମଧ୍ୟ ଫସର ଫାଟିଲା। ଏବେ ଓରମାସ୍‌ ଉପରେ ଭରସା କରିଛି ଜିଲା ପ୍ରଶାସନ। କଳାକୃତି ଗ୍ରାମକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା, ଜିଲାର କଳାକୃତି ପ୍ରଦର୍ଶନ ଏବଂ ବିକ୍ରି ଲାଗି ବିହିତ ବ୍ୟବସ୍ଥା ଗ୍ରହଣ କରିବାକୁ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ବୈଠକରେ ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ସଦର ବିଡିଓ ସୁଧୀର ନାୟକ, ସଦର ଏସ୍‌ଡିପିଓ ବିକାଶ ବେଉରା, ଓରମାସ ମୁଖ୍ୟ କାର୍ଯ୍ୟନିର୍ବାହୀ ନୀରଦ ଜେନା, ସଦର ଥାନାଧିକାରୀ ଅଭିନବ ଡାଳୁଆ, ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri