କୂଳ ଲଙ୍ଘୁଛି ଆର୍ଯ୍ୟପଲ୍ଲୀ ସମୁଦ୍ର: ବଢୁଛି ଲୋକଙ୍କ ମଧ୍ୟରେ ଭୟ, ବର୍ଷାରେ ଉପଜିଲାପାଳ…

ଛତ୍ରପୁର,୧୦।୮ (ଦିଲ୍ଲୀପସାମଲ /ଦ୍ୱାରିକା ପଟ୍ଟନାୟକ ): ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ ଓ ଚିନ୍ତା ବଢ଼ିବାରେ ଲାଗିଛି। ସମୁଦ୍ରର ଜଳରାଶି ଧୀରେ ଧୀରେ ଜନବସତି ଆଡ଼କୁ ମାଡ଼ି ଆସୁଥିବାରୁ ପୂର୍ବରୁ ଥିବା ରାସ୍ତା, କୋଠଘର ଓ ମନ୍ଦିର ଆଦି ସମୁଦ୍ର ଗର୍ଭରେ ଲୀନ ହୋଇସାରିଛି।
ବର୍ତ୍ତମାନ ଅଞ୍ଚଳର ଏକ ସ୍କୁଲ ମଧ୍ୟ ସମୁଦ୍ରର ଅତି ନିକଟବର୍ତ୍ତୀ ଅଞ୍ଚଳରେ ରହିଛି। ଆଗାମୀ ଦିନରେ ସମୁଦ୍ର କୂଳ ଲଙ୍ଘିଲେ ସ୍କୁଲଟି ମଧ୍ୟ ବିପଦରେ ପଡ଼ିବା ଆଶଙ୍କା ରହିଥିବାରୁ ଗ୍ରାମବାସୀ ଚିନ୍ତିତ ହୋଇପଡ଼ିଛନ୍ତି। ଏହାସହ ଅଞ୍ଚଳର ଜନଜୀବନ ଓ ସୁରକ୍ଷା ପ୍ରତି ମଧ୍ୟ ବିପଦ ସୃଷ୍ଟି ହୋଇଛି। ଏହା ସ୍ଥାୟୀ ପ୍ରତିକାର କରିବା ଏବଂ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ଆର୍ଯ୍ୟପଲ୍ଲୀବାସିନ୍ଦାଙ୍କ ପକ୍ଷରୁ ବାରମ୍ବାର ପ୍ରଶାସନ ନିକଟରେ ଦାବି କରାଯାଇଛି । ସ୍ଥାୟୀ ପ୍ରତିକାର ଦାବି ନେଇ ଅଂଚଳବାସୀ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଡାକରା ଦେଇଛନ୍ତି । ଆସନ୍ତା ୧୭ ତାରିଖରେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ମଧ୍ୟ ଚେତାବନୀ ଦେଇଛନ୍ତି l ଏହି ପରିସ୍ଥିତିରେ ଆଜି ଅପରାହ୍ନରେ ଲଗାଣ ବର୍ଷାରେ ମଧ୍ୟ ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସମୁଦ୍ର କୂଳ କ୍ଷୟ ଯୋଗୁ ହୋଇଥିବା କ୍ଷୟକ୍ଷତି ଏବଂ ବର୍ତ୍ତମାନର ପରିସ୍ଥିତି ସମ୍ପର୍କରେ ସେ ଅନୁଧ୍ୟାନ କରିଥିଲେ। ପରିଦର୍ଶନ ସମୟରେ ଅଞ୍ଚଳବାସୀ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ସୃଷ୍ଟି ହୋଇଥିବା ସମସ୍ୟା ଏବଂ ଭବିଷ୍ୟତରେ ସ୍କୁଲ ସମେତ ଅନ୍ୟାନ୍ୟ ସ୍ଥାନ ବିପଦରେ ପଡ଼ିବା ଆଶଙ୍କା ସମ୍ପର୍କରେ ଉପଜିଲାପାଳଙ୍କ ନିକଟରେ ଅବଗତ କରାଇଥିଲେ। ଏନେଇ ଉପଜିଲାପାଳ ଶ୍ରୀ ବରାଳ କହିଛନ୍ତି ଯେ, ଆର୍ଯ୍ୟପଲ୍ଲୀ ଅଞ୍ଚଳର ସମୁଦ୍ର କୂଳ କ୍ଷୟ ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯିବ। ଏହାପରେ ସମୁଦ୍ର କୂଳ କ୍ଷୟ ରୋକିବା ପାଇଁ ଆବଶ୍ୟକ ପଦକ୍ଷେପ ଓ ପ୍ରତିକାର ବ୍ୟବସ୍ଥା କରାଯିବ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?