ବିଧାନସଭା ଅଧାରୁ ବନ୍ଦ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଅଧାରୁ ବନ୍ଦ ହୋଇଛି। ଲଗାତର ଗୃହ ଅଚଳ ହେବା ପରେ ଶୁକ୍ରବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ କରାଯାଇଛି। ଶୁକ୍ରବାର ଅପରାହ୍ନରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବିଧାନସଭା ଅଧିବେଶନକୁ ବନ୍ଦ କରିବା ଲାଗି ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ଶାସକ ଦଳ ସଦସ୍ୟମାନେ ସମର୍ଥନ କରିଥିଲେ। ହଟ୍ଟଗୋଳ ମଧ୍ୟରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ବନ୍ଦ କରିବାକୁ ଘୋଷଣା କରିଛନ୍ତି।
ଚଳିତ ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏ ଚାଲିଥାଆନ୍ତା। ଏଥିରେ ୨୬ଟି କାର୍ଯ୍ୟ ଦିବସ ରହିଥିଲା। ମାତ୍ର ୯ ଦିନ ପରେ ଗୃହକୁ ବନ୍ଦ କରାଯାଇଛି। ୯ ଦିନ ମଧ୍ୟରେ ୮ଟି ସରକାରୀ ଦିବସ ରହିଥିବା ବେଳେ ଗୋଟିଏ ବେସରକାରୀ ଦିବସ ରହିଥିଲା।
ଚଳିତ ଅଧିବେଶନର ପ୍ରଥମ ଦିବସରେ ହଟ୍ଟଗୋଳ ମଧ୍ୟରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଥିଲା। ଏହି ଅଧିବେଶନରେ ଦୁଇଟି ଶୋକ ପ୍ରସ୍ତାବ ଆଗତ ହୋଇଥିବା ବେଳେ ୧୧ଟି ବାର୍ଷିକ ରିପୋର୍ଟ, ୩୫ଟି ପେପର, ଗୋଟିଏ କମିଟି ରିପୋର୍ଟ, ୧୪୭୮ ଅଣତାରକା ପ୍ରଶ୍ନ, ୭୮୬ ତାରକା ପ୍ରଶ୍ନୋତ୍ତର ଏବଂ ଗୋଟିଏ ବିଲ୍‌ ଆଗତ କରାଯାଇଛି। ସେହିପରି ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ଆନ୍ଦୋଳନ ମାନ୍ୟତା ଦେବା ସଂକଳ୍ପ ସହିତ ସିଏଜି ରିପୋର୍ଟ ଉପସ୍ଥାପନ ହୋଇଥିଲା। ଏହାଛଡ଼ା ବିଭିନ୍ନ ବିଭାଗର ରିପୋର୍ଟ ମଧ୍ୟ ଉପସ୍ଥାପିତ ହୋଇଥିଲା। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ବିଧାନସଭା ଅଚଳ ହୋଇଯାଇଥିଲା। ଶୁକ୍ରବାର ମଧ୍ୟ ଅନୁରୂପ ଅବସ୍ଥା ଦେଖିବାକୁ ମିଳିଥିଲା। ବିରୋଧୀ କଂଗ୍ରେସ  ଓ ଭାଜପା ମମିତା ମେହେର ହତ୍ୟା ପ୍ରସଙ୍ଗରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରି ହଟ୍ଟଗୋଳ କରିଥିଲେ। କଂଗ୍ରେସ ସଦସ୍ୟମାନେ ଘଣ୍ଟ ବାଡ଼େଇବା ବେଳେ ଭାଜପା ସଦସ୍ୟମାନେ ପ୍ଲାକାର୍ଡ ପ୍ରଦର୍ଶନ କରି ହଟ୍ଟଗୋଳ କରିଥିଲେ। ଏପରି କି ବାଚସ୍ପତିଙ୍କ ପୋଡିୟମ ଉପରକୁ ଉଠିବା ସହ ବ୍ୟାନର ଓ ପୋଷ୍ଟର ଫିଙ୍ଗିଥିଲେ। ବାଚସ୍ପତି ବାଧ୍ୟ ହୋଇ ଗୃହକୁ ୧୦ଟା ୩୧ରୁ ୧୧ଟା ୩୦ ମିନିଟ ଯାଏ ମୁଲତବୀ ଘୋଷଣା କରିଥିଲେ। ୧୧ଟା ୩୦ରେ ପୁଣି ହଟ୍ଟଗୋଳ ହେବାରୁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ। ତେବେ ବୈଠକରେ କୌଣସି ନିର୍ଯାସ ବାହାରିପାରି ନ ଥିଲା। ବାଚସ୍ପତି ଗୃହକୁ ମଧ୍ୟାହ୍ନ ୧୨ଟାରୁ ୪ଟା ଯାଏ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ନରେ ମଧ୍ୟ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଥିଲା। ପାଟିତୁଣ୍ଡ ହୋହଲ୍ଲା ମଧ୍ୟରେ ବାଚସ୍ପତି ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବ୍ୟୟମଞ୍ଜୁରୀ ବିଲ୍‌କୁ ଆଗତ କରିବାକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ କହିଥିଲେ। ହଟ୍ଟଗୋଳ ମଧ୍ୟରେ ବାଚନିକ ମତଦାନରେ ବିଲ୍‌ ବିଧାନସଭାରେ ଗୃହୀତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri