ବିଧାନସଭା ଅଧାରୁ ବନ୍ଦ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଅଧାରୁ ବନ୍ଦ ହୋଇଛି। ଲଗାତର ଗୃହ ଅଚଳ ହେବା ପରେ ଶୁକ୍ରବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ କରାଯାଇଛି। ଶୁକ୍ରବାର ଅପରାହ୍ନରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବିଧାନସଭା ଅଧିବେଶନକୁ ବନ୍ଦ କରିବା ଲାଗି ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ଶାସକ ଦଳ ସଦସ୍ୟମାନେ ସମର୍ଥନ କରିଥିଲେ। ହଟ୍ଟଗୋଳ ମଧ୍ୟରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ବନ୍ଦ କରିବାକୁ ଘୋଷଣା କରିଛନ୍ତି।
ଚଳିତ ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏ ଚାଲିଥାଆନ୍ତା। ଏଥିରେ ୨୬ଟି କାର୍ଯ୍ୟ ଦିବସ ରହିଥିଲା। ମାତ୍ର ୯ ଦିନ ପରେ ଗୃହକୁ ବନ୍ଦ କରାଯାଇଛି। ୯ ଦିନ ମଧ୍ୟରେ ୮ଟି ସରକାରୀ ଦିବସ ରହିଥିବା ବେଳେ ଗୋଟିଏ ବେସରକାରୀ ଦିବସ ରହିଥିଲା।
ଚଳିତ ଅଧିବେଶନର ପ୍ରଥମ ଦିବସରେ ହଟ୍ଟଗୋଳ ମଧ୍ୟରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଥିଲା। ଏହି ଅଧିବେଶନରେ ଦୁଇଟି ଶୋକ ପ୍ରସ୍ତାବ ଆଗତ ହୋଇଥିବା ବେଳେ ୧୧ଟି ବାର୍ଷିକ ରିପୋର୍ଟ, ୩୫ଟି ପେପର, ଗୋଟିଏ କମିଟି ରିପୋର୍ଟ, ୧୪୭୮ ଅଣତାରକା ପ୍ରଶ୍ନ, ୭୮୬ ତାରକା ପ୍ରଶ୍ନୋତ୍ତର ଏବଂ ଗୋଟିଏ ବିଲ୍‌ ଆଗତ କରାଯାଇଛି। ସେହିପରି ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ଆନ୍ଦୋଳନ ମାନ୍ୟତା ଦେବା ସଂକଳ୍ପ ସହିତ ସିଏଜି ରିପୋର୍ଟ ଉପସ୍ଥାପନ ହୋଇଥିଲା। ଏହାଛଡ଼ା ବିଭିନ୍ନ ବିଭାଗର ରିପୋର୍ଟ ମଧ୍ୟ ଉପସ୍ଥାପିତ ହୋଇଥିଲା। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ବିଧାନସଭା ଅଚଳ ହୋଇଯାଇଥିଲା। ଶୁକ୍ରବାର ମଧ୍ୟ ଅନୁରୂପ ଅବସ୍ଥା ଦେଖିବାକୁ ମିଳିଥିଲା। ବିରୋଧୀ କଂଗ୍ରେସ  ଓ ଭାଜପା ମମିତା ମେହେର ହତ୍ୟା ପ୍ରସଙ୍ଗରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରି ହଟ୍ଟଗୋଳ କରିଥିଲେ। କଂଗ୍ରେସ ସଦସ୍ୟମାନେ ଘଣ୍ଟ ବାଡ଼େଇବା ବେଳେ ଭାଜପା ସଦସ୍ୟମାନେ ପ୍ଲାକାର୍ଡ ପ୍ରଦର୍ଶନ କରି ହଟ୍ଟଗୋଳ କରିଥିଲେ। ଏପରି କି ବାଚସ୍ପତିଙ୍କ ପୋଡିୟମ ଉପରକୁ ଉଠିବା ସହ ବ୍ୟାନର ଓ ପୋଷ୍ଟର ଫିଙ୍ଗିଥିଲେ। ବାଚସ୍ପତି ବାଧ୍ୟ ହୋଇ ଗୃହକୁ ୧୦ଟା ୩୧ରୁ ୧୧ଟା ୩୦ ମିନିଟ ଯାଏ ମୁଲତବୀ ଘୋଷଣା କରିଥିଲେ। ୧୧ଟା ୩୦ରେ ପୁଣି ହଟ୍ଟଗୋଳ ହେବାରୁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ। ତେବେ ବୈଠକରେ କୌଣସି ନିର୍ଯାସ ବାହାରିପାରି ନ ଥିଲା। ବାଚସ୍ପତି ଗୃହକୁ ମଧ୍ୟାହ୍ନ ୧୨ଟାରୁ ୪ଟା ଯାଏ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ନରେ ମଧ୍ୟ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଥିଲା। ପାଟିତୁଣ୍ଡ ହୋହଲ୍ଲା ମଧ୍ୟରେ ବାଚସ୍ପତି ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବ୍ୟୟମଞ୍ଜୁରୀ ବିଲ୍‌କୁ ଆଗତ କରିବାକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ କହିଥିଲେ। ହଟ୍ଟଗୋଳ ମଧ୍ୟରେ ବାଚନିକ ମତଦାନରେ ବିଲ୍‌ ବିଧାନସଭାରେ ଗୃହୀତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?