ଆରମ୍ଭ ହେଲା ବିଧାନସଭା ଅଧିବେଶନ

ଭୁବନେଶ୍ବର,୨।୭(ବ୍ୟୁରୋ): ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଦିବଙ୍ଗତ ପୂର୍ବତନ ବିଧାୟକ ସୁରେନ୍ଦ୍ର କଅଁରଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଶୋକ ପ୍ରସ୍ତାବକୁ ଅନ୍ୟ ଦଳ ସମର୍ଥନ କରିଛନ୍ତି।
ଶନିବାରଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି । ଏହି ଅଧିବେଶନ ଅଗଷ୍ଟ ୪ ତାରିଖ ଯାଏ ଚାଲିବ। ଚଳିତ ବର୍ଷର ମୌସୁମୀ ଅଧିବେଶନରେ ସମୁଦାୟ ୨୪ଟି କାର୍ଯ୍ୟ ଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବା ସହ ଜୁଲାଇ ୩୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ ଆଗତ କରିବେ ସରକାର।