Posted inଜାତୀୟ

ବିଧାନସଭା ପରିଚାଳନା କରିବେ ୨୦୦ ସ୍କୁଲ ପିଲା

ଜୟପୁର,୧୨।୧୧: ନଭେମ୍ବର ୧୪ରେ ଶିଶୁ ଦିବସ ଅବସରରେ ଶିଶୁଙ୍କୁ ରାଜସ୍ଥାନ ସରକାରଙ୍କ ଭେଟି ଦେଇଛନ୍ତି । ଏନେଇ ରାଜ୍ୟର ବିଭିନ୍ନ ବିଦ୍ୟାଳୟର ୨୦୦ ପିଲାଙ୍କୁ ଚୟନ କରାଯାଇଛି। ଏହି ପିଲାମାନେ ବିଧାନସଭାର ସଦସ୍ୟ ହେବା ସହ ସ୍ବତନ୍ତ୍ର ଅଧିବେଶନରେ ଭାଗ ନେଇ ଗୃହକୁ ମଧ୍ୟ ପରିଚାଳନା କରିବେ । ରାଜ୍ୟ ବିଧାନସଭା କେମିତି ଚାଲୁଛି ସେ ସମ୍ପର୍କରେ ପିଲାମାନଙ୍କୁ ଅବଗତ କରାଇବା ପାଇଁ ଅଶୋକ ଗେହଲଟଙ୍କ ନେତୃତ୍ୱାଧୀନ ସରକାର ଏକ ବିଧାନସଭା ଅଧିବେଶନ କରିବେ। ସେମାନଙ୍କୁ ଗୃହ ଚଳାଇବାକୁ ସୁଯୋଗ ଦିଆଯିବ। ତେବେ ଗୃହ ପରିଚାଳନା ସମୟରେ ବିଧାନସଭାରେ ଲୋକ ସଭା ବାଚସ୍ପତି ଓମ ବିର୍ଲା, ରାଜସ୍ଥାନ ବାଚସ୍ପତି ସିପି ଯୋଶୀ, ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳର ନେତା ଗୁଲାବ ଚାନ୍ଦ ପଟାରିଆ ଉପସ୍ଥିତ ରହିବେ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀଙ୍କ କହିବା ଅନୁଯାୟୀ, ପିଲାମାନେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳର ନେତା, ବିଧାୟକ ତଥା ବିଧାନସଭା ବାଚସ୍ପତିଙ୍କ ସମେତ ବିଭିନ୍ନ ଭୂମିକାରେ ନଜର ଆସିବେ । ଏଥିପାଇଁ ଚୟନ ପ୍ରକିୟା ମଧ୍ୟ କରାଯିବ । ସେଠାରେ ଶୂନ୍ୟକାଳ ଓ ପ୍ରଶ୍ନକାଳ ରହିବ। ଏବଂ ସମସ୍ତ ପ୍ରଶ୍ନର ଉତ୍ତର ମଧ୍ୟ ପିଲାମାନେ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri