ଦୈନିକ ସାଢ଼େ ୪ ଘଣ୍ଟା ଚାଲିବ ବିଧାନସଭା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ତେବେ ଏହି ଅଧିବେଶନ କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ। ଦୈନିକ ସାଢ଼େ୪ ଘଣ୍ଟା ଚାଲିବ। ସକାଳ ୧୦ଟା ୩୦ ମିନିଟ୍‌ରୁ ମଧ୍ୟାହ୍ନ ୧ଟା ଏବଂ ଅପରାହ୍ନ ୩ଟାରୁ ୫ଟା ଯାଏ ଗୃହ କାର୍ଯ୍ୟ ଚାଲିବ। ତେବେ ଶନିବାର ସକାଳ ୮ଟାରୁ ବିଧାୟକ ଓ ବିଧାନସଭା କର୍ମଚାରୀମାନଙ୍କର କରୋନା ଟେଷ୍ଟ କରାଯିବ। ଶୁକ୍ରବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି।
କରୋନା କଟକଣା ମଧ୍ୟରେ ଗୃହ କିପରି ପରିଚାଳିତ ହେବ ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ବୈଠକ ଶେଷରେ ବାଚସ୍ପତି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବିଧାନସଭା କାର୍ଯ୍ୟ ବିଧି ଅନୁଯାୟୀ ଗୃହ ପରିଚାଳନା ହେବ। କ୍ୱେଶ୍ଚିନ ଆୱାରକୁ ଛାଡି ଅନ୍ୟ ସମସ୍ତ କାର୍ଯ୍ୟ ହେବ। ତେବେ କ୍ୱେଶ୍ଚିନ ଆୱାର ହେବ କି ନାହିଁ ତାହା ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ। ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତ ପ୍ରଣବ ମୁଖାର୍ଜୀ, ବିଧାନସଭାର ଦୁଇ ପୂର୍ବତନ ସଦସ୍ୟ ସ୍ବର୍ଗତ ବିଷ୍ଣୁ ଦାସ ଓ ମଦନ ମୋହନ ଦତ୍ତ ଏବଂ ଅନ୍ୟ ସଦସ୍ୟମାନଙ୍କ ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହେବ। ଶୋକ ପ୍ରସ୍ତାବ ପରେ ଗୃହ ମୁଲତବୀ ଘୋଷଣା କରାଯିବ। ପୁଣି ଅପରାହ୍ନ ୩ଟାରୁ ୫ଟା ମଧ୍ୟରେ ଗୃହ କାର୍ଯ୍ୟ ଆରମ୍ଭ ହେବ। ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ କହିଛନ୍ତି ଯେ, ବିଧାୟକମାନଙ୍କୁ ଦର୍ଶକ ଗ୍ୟାଲେରି, ବାଚସ୍ପତିଙ୍କ ଗ୍ୟାଲେରି ଏବଂ ଗୃହରେ ବସିବା ବ୍ୟବସ୍ଥା କରାଯାଇଛି। ୧୪୫ ଜଣ ବିଧାୟକଙ୍କ ପାଇଁ ବ୍ୟବସ୍ଥା ହୋଇଛି। ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସମେତ ଅନ୍ୟ ବିଧାୟକମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍‌ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ...

ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ତୈଳ ଦର ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ...

ପୁଣି ଦୁଇ ହାତୀଙ୍କ ଜୀବନ ଗଲା, କାରଣ ଅସ୍ପଷ୍ଟ

ଜମନକିରା,୬ା୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ ବଡ଼ରମା ରେଞ୍ଜ ତିଲେଇମାଲ ଗାଁ ପତ୍ରା ଜଙ୍ଗଲରେ ବୁଧବାର ରାତିରେ ଗୋଟିଏ ଅଣ୍ଡିରା...

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୩୧୬ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୩୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୧,୭୭୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣା: ମୃତକଙ୍କ ପରିବାରକୁ ମିଳିବ ୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୦(ବ୍ୟୁରୋ)- ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ମୃତାହତଙ୍କ ପରିବାର ଲୋକଙ୍କୁ ୮ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏ ନେଇ ଗୁରୁବାର ଇଣ୍ଡିଆନ...

ପିସିସି ସଭାପତି ପରିବର୍ତ୍ତନ ନେଇ ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ୱର,୧୫।୪ (ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଅନୁମତି ପରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ...

ପଞ୍ଚାୟତ ନିର୍ବାଚନ ପ୍ରତି ଅନାଗ୍ରହ

ଯାଜପୁର ଅଫିସ,୨୮ା୧: ଯାଜପୁର ଜିଲାର ୨୩୫ ୱାର୍ଡ ସଭ୍ୟ ପଦବୀ ପାଇଁ କେହି ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ଏହାବାଦ୍‌ ୧୫୧୧ ୱାର୍ଡମେମ୍ବର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।...

ହାଓଡା ଢୁଲାଗଡ଼ରେ ମର୍ମନ୍ତୁଦ ଦୁର୍ଘଟଣା: ୪ ମୃତ, ଜଣେ ଗୁରୁତର

ଭଦ୍ରକ ଅଫିସ, ୧୭।୭ – କଲିକତା ହାଓଡା ଢୁଲାଗଡ ଟୋଲପ୍ଲାଜା ନିକଟରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୪ ଜଣ...

Advertisement
Archives

Model This Week