ଦୈନିକ ସାଢ଼େ ୪ ଘଣ୍ଟା ଚାଲିବ ବିଧାନସଭା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ତେବେ ଏହି ଅଧିବେଶନ କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ। ଦୈନିକ ସାଢ଼େ୪ ଘଣ୍ଟା ଚାଲିବ। ସକାଳ ୧୦ଟା ୩୦ ମିନିଟ୍‌ରୁ ମଧ୍ୟାହ୍ନ ୧ଟା ଏବଂ ଅପରାହ୍ନ ୩ଟାରୁ ୫ଟା ଯାଏ ଗୃହ କାର୍ଯ୍ୟ ଚାଲିବ। ତେବେ ଶନିବାର ସକାଳ ୮ଟାରୁ ବିଧାୟକ ଓ ବିଧାନସଭା କର୍ମଚାରୀମାନଙ୍କର କରୋନା ଟେଷ୍ଟ କରାଯିବ। ଶୁକ୍ରବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି।
କରୋନା କଟକଣା ମଧ୍ୟରେ ଗୃହ କିପରି ପରିଚାଳିତ ହେବ ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ବୈଠକ ଶେଷରେ ବାଚସ୍ପତି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବିଧାନସଭା କାର୍ଯ୍ୟ ବିଧି ଅନୁଯାୟୀ ଗୃହ ପରିଚାଳନା ହେବ। କ୍ୱେଶ୍ଚିନ ଆୱାରକୁ ଛାଡି ଅନ୍ୟ ସମସ୍ତ କାର୍ଯ୍ୟ ହେବ। ତେବେ କ୍ୱେଶ୍ଚିନ ଆୱାର ହେବ କି ନାହିଁ ତାହା ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ। ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତ ପ୍ରଣବ ମୁଖାର୍ଜୀ, ବିଧାନସଭାର ଦୁଇ ପୂର୍ବତନ ସଦସ୍ୟ ସ୍ବର୍ଗତ ବିଷ୍ଣୁ ଦାସ ଓ ମଦନ ମୋହନ ଦତ୍ତ ଏବଂ ଅନ୍ୟ ସଦସ୍ୟମାନଙ୍କ ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହେବ। ଶୋକ ପ୍ରସ୍ତାବ ପରେ ଗୃହ ମୁଲତବୀ ଘୋଷଣା କରାଯିବ। ପୁଣି ଅପରାହ୍ନ ୩ଟାରୁ ୫ଟା ମଧ୍ୟରେ ଗୃହ କାର୍ଯ୍ୟ ଆରମ୍ଭ ହେବ। ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ କହିଛନ୍ତି ଯେ, ବିଧାୟକମାନଙ୍କୁ ଦର୍ଶକ ଗ୍ୟାଲେରି, ବାଚସ୍ପତିଙ୍କ ଗ୍ୟାଲେରି ଏବଂ ଗୃହରେ ବସିବା ବ୍ୟବସ୍ଥା କରାଯାଇଛି। ୧୪୫ ଜଣ ବିଧାୟକଙ୍କ ପାଇଁ ବ୍ୟବସ୍ଥା ହୋଇଛି। ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସମେତ ଅନ୍ୟ ବିଧାୟକମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri