ଆଜି ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର, ୨ା୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଶନିବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଜୁଲାଇ ୨ରୁ ଅଗଷ୍ଟ ୪ ଯାଏ ଚାଲିବ। ଏଥିରେ ମୋଟ ୨୪ଟି କାର୍ଯ୍ୟଦିବସ ରହିଛି। ପ୍ରଥମ ଦିବସରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ। ଜୁଲାଇ ୫ ଓ ୬ରେ ବଜେଟ ଉପରେ ଆଲୋଚନା ହେବ। ଜୁଲାଇ ୭ରୁ ୧୨ ଅଧିବେଶନ ବନ୍ଦ ରହିବ। ୧୩ ତାରିଖରେ ବିଧାନସଭାରେ ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପନ ହେବ। ଜୁଲାଇ ୧୪ରୁ ୨୯ ଯାଏ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। କୋଭିଡ୍‌ ପରେ ପ୍ରଥମ ଥର ଲାଗି ଲମ୍ବା ଅଧିବେଶନ ଚାଲିବ। ଚଳିତ ଅଧିବେଶନ ବେଶ୍‌ ସରଗରମ ହେବ। ଦୀର୍ଘଦିନ ଗୃହ ଚାଲୁଥିବାରୁ ବିଭିନ୍ନ ପ୍ରସଙ୍ଗ ଉଠାଇବାକୁ ବିରୋଧୀଙ୍କୁ ମୌକା ମିଳିବ। ପୁରୁଣା ଓ ନୂଆ ପ୍ରସଙ୍ଗକୁ ନେଇ ଶାସକ ଦଳକୁ ଘେରିବାକୁ ବିରୋଧୀ ଦଳ ରଣନୀତି ପ୍ରସ୍ତୁତ କରିଛନ୍ତି।
ଭାଜପା ବିଧାୟକ ଦଳ ବୈଠକ ଶେଷ ହୋଇଥିବା ବେଳେ ଶନିବାର ପୂର୍ବାହ୍ନରେ ଉଭୟ କଂଗ୍ରେସ ଓ ବିଜେଡିର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟ ବିରୋଧୀ ଦଳ ଭାଜପା ଆଇନଶୃଙ୍ଖଳା, ଚାଷୀ, ବେକାରି, ପୁଞ୍ଜିନିବେଶ ଆଦି ପ୍ରସଙ୍ଗ ଉଠାଇବାକୁ ନିଷ୍ପତ୍ତି ନେଇଛି। ସେହିପରି କଂଗ୍ରେସ ଗ୍ରାମାଞ୍ଚଳରେ ପାନୀୟ ଜଳ, ବର୍ଷା ଅଭାବରୁ ଚାଷୀ ଓ ଚାଷ ସମସ୍ୟା, ସ୍କୁଲରେ ଶିକ୍ଷକ ଅଭାବ, ଆଇନଶୃଙ୍ଖଳା, ବେକାରି ସମସ୍ୟା ଭଳି ଅନେକ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ନିଷ୍ପତ୍ତି ନେଇଛି। ତେବେ କେଉଁ ପ୍ରସଙ୍ଗକୁ ପ୍ରାଥମିକତା ଦିଆଯିବ ତାହା ବିଧାୟକ ଦଳ ବୈଠକରେ କଂଗ୍ରେସ ନିଷ୍ପତ୍ତି ନେବ।
ଅନ୍ୟପକ୍ଷରେ ପଞ୍ଚମ ପାଳିର ତୃତୀୟ ବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ନୂଆ ବାଚସ୍ପତି ଭାବେ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଓ ଉପମୁଖ୍ୟ ସଚେତକ ଭାବେ ସରୋଜ ମେହେର ଦାୟିତ୍ୱ ନେଇଛନ୍ତି। ଅଧିବେଶନ ପାଇଁ ସମସ୍ତେ ପ୍ରସ୍ତୁତ ବୋଲି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି କହିଛନ୍ତି।
ମୌସୁମୀ ଅଧିବେଶନର ପ୍ରଥମ ଦିବସ ଅର୍ଥାତ୍‌ ଶନିବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ବିଧାନସଭା ଦୈନିକ ୬ ଘଣ୍ଟା ଚାଲିବ। ବିଧାନସଭା ଅଧିବେଶନ ପୂର୍ବରୁ ସମସ୍ତ ସଦସ୍ୟ ଓ କର୍ମଚାରୀମାନଙ୍କର କୋଭିଡ୍‌ ଟେଷ୍ଟିଂ କରାଯାଇଛି। କୋଭିଡ୍‌ କଟକଣା ମଧ୍ୟରେ ଗୃହ କାର୍ଯ୍ୟ ପରିଚାଳନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?