ଜେଲ ଗଲେ ସହକାରୀ କୃଷି ନିର୍ଦ୍ଦେଶକ

ଭୁବନେଶ୍ୱର, ୧୪।୮(ବ୍ୟୁରୋ): ନିଜ ଅଫିସ୍‌ର ଜଣେ ଡ୍ରାଇଭରଙ୍କଠାରୁ ଲାଞ୍ଚ ନେବାବେଳେ ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ କୃଷି ବିପଣନ ନିର୍ଦ୍ଦେଶାଳୟର ଭାରପ୍ରାପ୍ତ ସହକାରୀ ନିର୍ଦ୍ଦେଶକ ବିଜୟ କୁମାର ଦାଶ। ପଚରାଉଚରା ପରେ ଗୁରୁବାର କେସ୍‌ ନଂ.୪/୨୦ ରୁଜୁ କରାଯାଇ ତାଙ୍କୁ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନ ମିଳିବାରୁ ବିଜୟଙ୍କୁ ବିଚାର ବିଭାଗୀୟ ଜେଲ ହାଜତକୁ ପଠାଇ ଦିଆଯାଇଛି। ଆସନ୍ତା ୨୧ ତାରିଖରେ ତାଙ୍କ ଜାମିନର ପରବର୍ତ୍ତୀ ଶୁଣାଣି ହେବ ବୋଲି ଭିଜିଲାନ୍ସ ସୂତ୍ରରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଧରାପଡିବା ପରେ ବିଜୟଙ୍କ ଅଫିସ ସମେତ ନୟାପଲ୍ଲୀସ୍ଥିତ ଭଡ଼ାଘର, ରୁପାଲି ଛକରେ ଥିବା ଫ୍ଲାଟ, ଶହୀଦନଗରରେ ଥିବା ତାଙ୍କ ବ୍ୟବସାୟିକ ପ୍ରତିଷ୍ଠାନ ସେଲୁନ ଆଣ୍ଡ୍‌ ସ୍ପା’ରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢାଉ କରାଯାଇଥିଲା। ଯାଞ୍ଚବେଳେ ଆୟ ବହିର୍ଭୂତ ସମ୍ପତ୍ତି ନେଇ ଜଣାପଡିଛି। ଏନେଇ ଭିଜିଲାନ୍ସ ପକ୍ଷରୁ ଅଧିକ ଖୋଳତାଡ଼ କରାଯାଉଥିବା ସୂଚନା ମିଳିଛି।
ଘଟଣାରୁ ପ୍ରକାଶ, ତାଙ୍କ ଅଫିସ୍‌ର ଡ୍ରାଇଭର ଧୀରେନ୍ଦ୍ର ମଲ୍ଲିକ ପଦୋନ୍ନତି ବାବଦକୁ ପ୍ରାୟ ଦେଢଲକ୍ଷ ଟଙ୍କା ଓ ବିଭିନ୍ନ ଭତ୍ତା ବାବଦରେ ୨୫ ହଜାର ଟଙ୍କା ପାଇବେ। ହେଲେ ଏହାକୁ ପାସ୍‌ କରାଇଦେବା ଲାଗି ବିଜୟ ତାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଧୀରେନ୍ଦ୍ର ଭିଜିଲାନ୍ସ ଅଧିକାରୀଙ୍କୁ ଜଣାଇଥିଲେ। ଯୋଜନା ଅନୁଯାୟୀ ବୁଧବାର ଭିଜିଲାନ୍ସ ଅଧିକାରୀ ଅଫିସ ନିକଟରେ ଛକି ରହିଥିଲେ। ନିର୍ଦ୍ଧାରିତ ସ୍ଥାନରେ ଧୀରେନ୍ଦ୍ରଙ୍କଠାରୁ ଲାଞ୍ଚ ଟଙ୍କା ନେଇ ବିଜୟ ପକେଟରେ ରଖିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ କାବୁ କରିଥିଲେ। ଏହାପରେ ବିଜୟଙ୍କ ହାତ ଓ ଟଙ୍କାରୁ କେମିକାଲ ଯୁକ୍ତ ରଙ୍ଗ ମିଳିଥିଲା। ଲାଞ୍ଚ ନେବାର ଦୃଢ଼ ପ୍ରମାଣ ମିଳିବା ପରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri