ଜେଲ ଗଲେ ସହକାରୀ କୃଷି ନିର୍ଦ୍ଦେଶକ

ଭୁବନେଶ୍ୱର, ୧୪।୮(ବ୍ୟୁରୋ): ନିଜ ଅଫିସ୍‌ର ଜଣେ ଡ୍ରାଇଭରଙ୍କଠାରୁ ଲାଞ୍ଚ ନେବାବେଳେ ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ କୃଷି ବିପଣନ ନିର୍ଦ୍ଦେଶାଳୟର ଭାରପ୍ରାପ୍ତ ସହକାରୀ ନିର୍ଦ୍ଦେଶକ ବିଜୟ କୁମାର ଦାଶ। ପଚରାଉଚରା ପରେ ଗୁରୁବାର କେସ୍‌ ନଂ.୪/୨୦ ରୁଜୁ କରାଯାଇ ତାଙ୍କୁ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନ ମିଳିବାରୁ ବିଜୟଙ୍କୁ ବିଚାର ବିଭାଗୀୟ ଜେଲ ହାଜତକୁ ପଠାଇ ଦିଆଯାଇଛି। ଆସନ୍ତା ୨୧ ତାରିଖରେ ତାଙ୍କ ଜାମିନର ପରବର୍ତ୍ତୀ ଶୁଣାଣି ହେବ ବୋଲି ଭିଜିଲାନ୍ସ ସୂତ୍ରରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଧରାପଡିବା ପରେ ବିଜୟଙ୍କ ଅଫିସ ସମେତ ନୟାପଲ୍ଲୀସ୍ଥିତ ଭଡ଼ାଘର, ରୁପାଲି ଛକରେ ଥିବା ଫ୍ଲାଟ, ଶହୀଦନଗରରେ ଥିବା ତାଙ୍କ ବ୍ୟବସାୟିକ ପ୍ରତିଷ୍ଠାନ ସେଲୁନ ଆଣ୍ଡ୍‌ ସ୍ପା’ରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢାଉ କରାଯାଇଥିଲା। ଯାଞ୍ଚବେଳେ ଆୟ ବହିର୍ଭୂତ ସମ୍ପତ୍ତି ନେଇ ଜଣାପଡିଛି। ଏନେଇ ଭିଜିଲାନ୍ସ ପକ୍ଷରୁ ଅଧିକ ଖୋଳତାଡ଼ କରାଯାଉଥିବା ସୂଚନା ମିଳିଛି।
ଘଟଣାରୁ ପ୍ରକାଶ, ତାଙ୍କ ଅଫିସ୍‌ର ଡ୍ରାଇଭର ଧୀରେନ୍ଦ୍ର ମଲ୍ଲିକ ପଦୋନ୍ନତି ବାବଦକୁ ପ୍ରାୟ ଦେଢଲକ୍ଷ ଟଙ୍କା ଓ ବିଭିନ୍ନ ଭତ୍ତା ବାବଦରେ ୨୫ ହଜାର ଟଙ୍କା ପାଇବେ। ହେଲେ ଏହାକୁ ପାସ୍‌ କରାଇଦେବା ଲାଗି ବିଜୟ ତାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଧୀରେନ୍ଦ୍ର ଭିଜିଲାନ୍ସ ଅଧିକାରୀଙ୍କୁ ଜଣାଇଥିଲେ। ଯୋଜନା ଅନୁଯାୟୀ ବୁଧବାର ଭିଜିଲାନ୍ସ ଅଧିକାରୀ ଅଫିସ ନିକଟରେ ଛକି ରହିଥିଲେ। ନିର୍ଦ୍ଧାରିତ ସ୍ଥାନରେ ଧୀରେନ୍ଦ୍ରଙ୍କଠାରୁ ଲାଞ୍ଚ ଟଙ୍କା ନେଇ ବିଜୟ ପକେଟରେ ରଖିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ କାବୁ କରିଥିଲେ। ଏହାପରେ ବିଜୟଙ୍କ ହାତ ଓ ଟଙ୍କାରୁ କେମିକାଲ ଯୁକ୍ତ ରଙ୍ଗ ମିଳିଥିଲା। ଲାଞ୍ଚ ନେବାର ଦୃଢ଼ ପ୍ରମାଣ ମିଳିବା ପରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri